Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁମ୍ବାଇରେ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ
ଆଜିର ଖବର

ମୁମ୍ବାଇରେ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

January 4, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡ. ପି କେ ମିଶ୍ର ଆଜି ମୁମ୍ବାଇର ପୂର୍ବ ଗୋରେଗାଓଁରେ ଆୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଅଂଶଗ୍ରହଣ କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ୧୫୦୦ରୁ ଅଧିକ ଲୋକ ଉତ୍ସାହଜନକ ଭାବେ ଅଂଶଗ୍ରହଣ କରିଥିଲେ। ପ୍ରମୁଖ ସଚିବଙ୍କ ସହ ସମସ୍ତ ଅଂଶଗ୍ରହଣକାରୀ ବିକଶିତ ଭାରତ ଗଠନ ପାଇଁ ଶପଥ ନେଇଥିଲେ। ମେରି କାହାନି ମେରି ଜୁବାନି କାର୍ଯ୍ୟକ୍ରମ ଅଧୀନରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର ହିତାଧିକାରୀମାନେ ସେମାନଙ୍କ ଅନୁଭୂତି ଏବଂ ସଫଳତାର କାହାଣୀ ବଖାଣିଥିଲେ।

ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା ଏବଂ ବିକଶିତ ଭାରତ ସଂକଳ୍ପ ଯାତ୍ରାର ଉଦ୍ଦେଶ୍ୟ ଉପରେ ଚଳଚ୍ଚିତ୍ର ମଧ୍ୟ ପ୍ରଦର୍ଶିତ ହୋଇଥିଲା।

ମୁଦ୍ରା, ପିଏମ୍ ସ୍ୱନିଧି ଭଳି ଯୋଜନାର ହିତାଧିକାରୀଙ୍କୁ ପ୍ରମୁଖ ସଚିବ ସାର୍ଟିଫିକେଟ୍ ଓ ସୁବିଧା ପ୍ରଦାନ କରିଥିଲେ।

ପ୍ରମୁଖ ସଚିବ ସରକାରୀ ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ସ୍ଥାପନ ହୋଇଥିବା ମଣ୍ଡପ ପରିଦର୍ଶନ କରି ଏପର୍ଯ୍ୟନ୍ତ ଏହି ଯୋଜନାଗୁଡ଼ିକର ସୁଫଳ ପାଇ ପାରୁନଥିବା ସମସ୍ତ ହିତାଧିକାରୀଙ୍କ ନିକଟରେ ପହଞ୍ଚିଥିଲେ।

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ମଧ୍ୟ ଅଂଶଗ୍ରହଣକାରୀମାନଙ୍କୁ ସମ୍ବୋଧିତ କରିଥିଲେ। ସେ ପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତ ପରିକଳ୍ପନା ବିଷୟରେ କହିଥିଲେ ଏବଂ ନାଗରିକମାନଙ୍କୁ ପୂର୍ଣ୍ଣ ଉତ୍ସାହର ସହ ଯାତ୍ରାରେ ଅଂଶଗ୍ରହଣ କରିବାକୁ ଅନୁରୋଧ କରିଥିଲେ । ସେ ସରକାରୀ ଯୋଜନାଗୁଡିକର କାର୍ଯ୍ୟକାରିତା ଏବଂ ଶେଷ ମାଇଲରେ ସଫଳତାର ସହ ପହଞ୍ଚିବାର ଆଭିମୁଖ୍ୟ ଉପରେ ମଧ୍ୟ ବକ୍ତବ୍ୟ ରଖିଥିଲେ ।

ମୁମ୍ବାଇ ସହରରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ସଫଳ ଆୟୋଜନ କରିଥିବାରୁ ପ୍ରମୁଖ ସଚିବ ବିଏମସି ପ୍ରଶାସନକୁ ପ୍ରଶଂସା କରିଥିଲେ।

ଡ. ପି.କେ ମିଶ୍ର ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ବିକଶିତ ଭାରତ ସଂକଳ୍ପ ଯାତ୍ରା ମୁମ୍ବାଇ
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରହ୍ମପୁତ୍ର କ୍ରାକର୍‌ ଓ ପଲିମର୍‌ ଲିମିଟେଡ୍‌ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 25, 2026

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

September 25, 2026

କଟକର ପୂର୍ବକଚ୍ଛଠାରେ ‘ପୋଷଣ ମାସ ୨୦୨୬’ ଓ ‘ସ୍ୱଚ୍ଛତା ହିଁ ସେବା ୨୦୨୬’ ସଚେତନତା କାର୍ଯ୍ୟକ୍ରମ

September 25, 2026

ମାଟି କାନ୍ଥ ଭୁଶୁଡ଼ି ବୃଦ୍ଧା ମୃତ

September 25, 2026
Latest News

୩ ଜିଲ୍ଲାରେ ଅବପାତର ତାଣ୍ଡବ: ବିଚ୍ଛିନ୍ନ ହେଲା ସଂଯୋଗ, ବଢ଼ିଲା ବନ୍ୟା ଆଶଙ୍କା

September 25, 2026

ବ୍ରହ୍ମପୁତ୍ର କ୍ରାକର୍‌ ଓ ପଲିମର୍‌ ଲିମିଟେଡ୍‌ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 25, 2026

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

September 25, 2026

କଟକର ପୂର୍ବକଚ୍ଛଠାରେ ‘ପୋଷଣ ମାସ ୨୦୨୬’ ଓ ‘ସ୍ୱଚ୍ଛତା ହିଁ ସେବା ୨୦୨୬’ ସଚେତନତା କାର୍ଯ୍ୟକ୍ରମ

September 25, 2026

ମାଟି କାନ୍ଥ ଭୁଶୁଡ଼ି ବୃଦ୍ଧା ମୃତ

September 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.