Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଅନୁଭୂତି ବଖାଣିଲେ କେନ୍ଦ୍ରୀୟ ଯୋଜନାର ହିତାଧିକାରୀ
ଆଜିର ଖବର

ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଅନୁଭୂତି ବଖାଣିଲେ କେନ୍ଦ୍ରୀୟ ଯୋଜନାର ହିତାଧିକାରୀ

January 5, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବିଗତ ୧୦ ବର୍ଷ ମଧ୍ୟରେ କେନ୍ଦ୍ର ସରକାରଙ୍କ ସବୁଠୁ ବଡ଼ ଉପଲବ୍ଧି ହେଉଛି ସାଧାରଣ ନାଗରିକଙ୍କ ଜୀବନକୁ ସହଜ କରୁଥିବା ବିଭିନ୍ନ ଲୋକାଭିମୁଖୀ ଯୋଜନାର କାର୍ଯ୍ୟକାରିତାରେ ସଫଳତା। ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଉଜ୍ଜ୍ୱଳା ଯୋଜନା, ପିଏମ୍‌ କିଷାନ୍‌ ଆଦି କେନ୍ଦ୍ରୀୟ ଯୋଜନା ସାଧାରଣ ନାଗରିକ, ବିଶେଷ କରି ଗ୍ରାମାଞ୍ଚଳର ଗରିବ ଲୋକଙ୍କ ଜୀବନରେ ବ୍ୟାପକ ପରିବର୍ତ୍ତନ ଆଣିପାରିଛି। ନିକଟରେ କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ବ୍ଲକ୍‌ ଜାମୁଯୋଡ଼ି ଠାରେ ଆୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଯୋଗ ଦେଇଥିବା ହିତାଧିକାରୀମାନେ ‘ମେରୀ କାହାନୀ ମେରୀ ଜୁବାନୀ’ ଅନ୍ତର୍ଗତ ନିଜର ଅନୁଭୂତି ପ୍ରକାଶ କରିବା ସହିତ ଏଥିପାଇଁ କେନ୍ଦ୍ର ସରକାର ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀ ଫୁଲମଣି ମହାନ୍ତ କୁହନ୍ତି, ବାସଗୃହ ନିର୍ମାଣ ପାଇଁ ସହାୟତା ମିଳିବା ପରେ ତାଙ୍କର ୫ ଜଣିଆ ପରିବାର ଜୀବନରେ ସୁଧାର ଆସିଛି। ପକ୍କା ଘରେ ରହୁଥିବାରୁ ଖରାବର୍ଷର ଭୟ ରହୁନାହିଁ। ସେମାନେ ଖୁବ୍‌ ଖୁସିରେ ଚଳୁଛନ୍ତି। ଏଥିପାଇଁ ସେ କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନାର ହିତାଧିକାରୀ ବାସନ୍ତୀ ବେହେରା କୁହିଛନ୍ତି, ତାଙ୍କୁ ଉଜ୍ଜ୍ୱଳା ଯୋଜନାରେ ମାଗଣା ଗ୍ୟାସ ସଂଯୋଗ ମିଳିଛି। ରିହାତି ଦରରେ ସିଲିଣ୍ଡର ଭରିବା ସହିତ ସେ ଧୂଆଁମୁକ୍ତ ପରିବେଶରେ ରୋଷେଇ କରିପାରୁଛନ୍ତି। ପାରମ୍ପରିକ ଚୁଲିରେ ରୋଷେଇ କରିବା ପାଇଁ କାଠ ଜାଳେଣି ସଂଗ୍ରହ କରିବାର ସମସ୍ୟାରୁ ମୁକ୍ତି ମିଳିଛି। ଏହାଦ୍ୱାରା ତାଙ୍କର ସ୍ୱାସ୍ଥ୍ୟ ରକ୍ଷା ହେବା ସହ ପରିବେଶ ସଂରକ୍ଷଣ ମଧ୍ୟ ହୋଇପାରୁଛି। ତାଙ୍କର ଜୀବନ ଅଧିକ ସହଜ ହୋଇଛି।

ଆଉ ଜଣେ ଗ୍ରାମାଞ୍ଚଳ ହିତାଧିକାରୀ ପ୍ରମୋଦ କୁମାର ନାୟକଙ୍କୁ ପିଏମ୍‌ କିଷାନ ଯୋଜନାରେ ମାସିକ ୬ହଜାର ଟଙ୍କାର ଆର୍ଥିକ ସହାୟତା ମିଳୁଛି। ଏହା ତାଙ୍କର ଚାଷ କାମରେ ବିଶେଷ ସହାୟକ ହେଉଛି ବୋଲି ସେ ତାଙ୍କର ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି। ତାଙ୍କ ଭଳି ଚାଷୀଙ୍କ ପାଇଁ ପିଏମ୍‌ କିଷାନ ଯୋଜନା ବେଶ ଲାଭଜନକ ବୋଲି କହିବା ସହ ଏଥିପାଇଁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ସୂଚନାଯୋଗ୍ୟ ଯେ ବିଭିନ୍ନ କେନ୍ଦ୍ରୀୟ ଯୋଜନାର ଶତପ୍ରତିଶତ ପ୍ରସାର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ବିକଶିତ ଭାରତ ସଂକଳ୍ପ ଯାତ୍ରା ବର୍ତ୍ତମାନ ଦେଶର ବିଭିନ୍ନ ପଞ୍ଚାୟତ ଓ ପୌରାଞ୍ଚଳରେ ଜାରି ରହିଛି।

କେନ୍ଦ୍ର ସରକାର କେନ୍ଦ୍ରୀୟ ଯୋଜନା ବିକଶିତ ଭାରତ ସଂକଳ୍ପ ଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭାର ଉପନେତା ପଦରୁ ହଟାଇବା ପରେ ରାଘବ ଚଢାଙ୍କ ପ୍ରଥମ ପୋଷ୍ଟ: ସେୟାର କଲେ ଭିଡିଓ

April 2, 2026

ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ

April 2, 2026

ବଢୁଥିବା ଗ୍ରୀଷ୍ମ ପ୍ରବାହକୁ ଦେଖି ସ୍କୁଲ ସମୟ ସକାଳୁଆ କରିବାକୁ ଓଷ୍ଟାର ଦାବି

April 2, 2026

ଖୋର୍ଦ୍ଧା ସହରରେ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

April 2, 2026
Latest News

ରାଜ୍ୟସଭାର ଉପନେତା ପଦରୁ ହଟାଇବା ପରେ ରାଘବ ଚଢାଙ୍କ ପ୍ରଥମ ପୋଷ୍ଟ: ସେୟାର କଲେ ଭିଡିଓ

April 2, 2026

ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ

April 2, 2026

ବଢୁଥିବା ଗ୍ରୀଷ୍ମ ପ୍ରବାହକୁ ଦେଖି ସ୍କୁଲ ସମୟ ସକାଳୁଆ କରିବାକୁ ଓଷ୍ଟାର ଦାବି

April 2, 2026

ଖୋର୍ଦ୍ଧା ସହରରେ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

April 2, 2026

ରଣପୁରରେ ଜନଗଣନା ତାଲିମ ଶିବିର ଶେଷ: ୧୯୮ ଜଣଙ୍କୁ ପ୍ରଶିକ୍ଷଣ

April 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.