Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି କେନ୍ଦ୍ର ମନ୍ତ୍ରୀଙ୍କ ଦିନିକିଆ ଚିଲିକା ଗସ୍ତ: ମତ୍ସ୍ୟଜୀବିଙ୍କ ସମ୍ମିଳନୀରେ ହେଲେ ସାମିଲ
ଆଜିର ଖବର

ଆଜି କେନ୍ଦ୍ର ମନ୍ତ୍ରୀଙ୍କ ଦିନିକିଆ ଚିଲିକା ଗସ୍ତ: ମତ୍ସ୍ୟଜୀବିଙ୍କ ସମ୍ମିଳନୀରେ ହେଲେ ସାମିଲ

January 7, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚିଲିକା (ସୀତାରା ଅଗ୍ରୱାଲ): କେନ୍ଦ୍ର ମତ୍ସ୍ୟ, ପଶୁପାଳନ ଓ ଦୁଗ୍ଧ ବିକାଶ ମନ୍ତ୍ରୀ ପୁରୁଷୋତ୍ତମ ରୁପାଲା ଆଜି ଦିନିକିଆ ଚିଲିକା ନିର୍ବାଚନମଣ୍ଡଳି ଗସ୍ତରେ ଆସିଛନ୍ତି। ଶ୍ରୀ ରୁପାଲା ଆଜି ମଧ୍ୟାହ୍ନରେ ବାଲୁଗାଁ ଚିଲିକା କୂଳ ଜେଟିରେ ପହଞ୍ଚି ଏକ ସରକାରୀ ସଭାରେ ଯୋଗଦେଇଥିଲେ। କେନ୍ଦ୍ର ସରକାରଙ୍କ ସାଗର ପରିକ୍ରମା ଯୋଜନା ଅନ୍ତର୍ଗତ ଆୟୋଜିତ ଏହି ଗସ୍ତରେ ଶ୍ରୀ ରୁପାଲା ଚିଲିକା କୂଳ ମାଛ ମାର୍କେଟ ବୁଲିବା ସହ ବହୁ ମତ୍ସ୍ୟଜୀବିଙ୍କ ସହ ଆଲୋଚନା କରିଥିଲେ। ସଭାରେ ବହୁ ମତ୍ସ୍ୟଜୀବିଙ୍କୁ ଉଦବୋଧନ ଦେଇ କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ସମ୍ବନ୍ଧରେ ସ୍ଥାନୀୟ ମତ୍ସ୍ୟଜୀବିଙ୍କୁ ଅବଗତ କରିଥିଲେ।

ଭାରତ ସରକାର ମତ୍ସ୍ୟଜୀବିଙ୍କ ଉନ୍ନତି ପାଇଁ ସଦାବେଳେ ବଦ୍ଧ ପରିକର ବୋଲି କହିଥିଲେ ଶ୍ରୀ ରୁପାଲା। ଏହାପରେ କେନ୍ଦ୍ରମନ୍ତ୍ରୀ ନଈରୀ ଗ୍ରାମରେ ଏକ ବିଶାଳ ମତ୍ସ୍ୟଜୀବି ସମ୍ମିଳନୀରେ ଯୋଗଦେଇ ମତ୍ସ୍ୟଜୀବିମାନଙ୍କୁ ଉଦବୋଧନ ଦେଇ କେନ୍ଦ୍ର ସରକାରଙ୍କ ଜନହିତକାରି ଯୋଜନା ସମ୍ପର୍କରେ ଅବଗତ କରାଇଥିଲେ।

ପରିଶେଷରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ରୁପାଲା ସିଙ୍ଗେଶ୍ୱର ପଞ୍ଚାୟତ ମଠପୁର ଗ୍ରାମର ମତ୍ସ୍ୟଜୀବି ତୋଫାନ ବେହେରାଙ୍କ ଘରକୁ ଯାଇ ଭୋଜନ କରିଥିଲେ ଏବଂ ତାଙ୍କ ପରିବାର ସହ ମତ ବିନିମୟ କରିବା ସହ ହାଲଚାଲ ପଚାରି ବୁଝିଥିଲେ। ଏହାପରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ରୁପାଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳି ସାତପଡ଼ା ଅଭିମୁଖେ ଗସ୍ତ କରିଥିଲେ। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଙ୍କ ସହ ବରିଷ୍ଠ ବିଜେପି ନେତା ପୃଥ୍ୱୀରାଜ ହରିଚନ୍ଦନ ଏବଂ ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ଡା ସମ୍ବିତ ପାତ୍ର ଉପସ୍ଥିତ ଉପସ୍ଥିତ ଥିଲେ।

କେନ୍ଦ୍ର ସରକାର ପୁରୁଷୋତ୍ତମ ରୁପାଲା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ପଞ୍ଜାବ କିଙ୍ଗସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ମୁକାବିଲା: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି ଏକାଦଶ

March 31, 2026

“ପ୍ରଧାନମନ୍ତ୍ରୀ ଯାହା କରିପାରିବେ, ତାହା…”: ଇରାନ ଯୁଦ୍ଧ ଉପରେ ଓମାର ଅବଦୁଲ୍ଲାଙ୍କ ବଡ଼ ବୟାନ

March 31, 2026

ନକ୍ସଲମୁକ୍ତ ଭାରତ ଘୋଷଣା ପରେ ଶିବସେନା ସାଂସଦଙ୍କ ପ୍ରତିକ୍ରିୟା: ସରକାରକୁ କଲେ ପ୍ରଶ୍ନ

March 31, 2026

ଖୋଲାଖୋଲି ବିକ୍ରି ହେଉଥିଲା “ମେଡ୍ ଇନ୍ ପାକିସ୍ତାନ” ସାମଗ୍ରୀ: ରାକେଟର ପର୍ଦ୍ଦାଫାସ କଲା ପୋଲିସ

March 31, 2026
Latest News

ଆଜି ପଞ୍ଜାବ କିଙ୍ଗସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ମୁକାବିଲା: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି ଏକାଦଶ

March 31, 2026

ନକ୍ସଲମୁକ୍ତ ଭାରତ: ୫୬ ବର୍ଷର ସଂଘର୍ଷର ଅନ୍ତ ଏବଂ ଏକ ଐତିହାସିକ ସଫଳତା  

March 31, 2026

“ପ୍ରଧାନମନ୍ତ୍ରୀ ଯାହା କରିପାରିବେ, ତାହା…”: ଇରାନ ଯୁଦ୍ଧ ଉପରେ ଓମାର ଅବଦୁଲ୍ଲାଙ୍କ ବଡ଼ ବୟାନ

March 31, 2026

ନକ୍ସଲମୁକ୍ତ ଭାରତ ଘୋଷଣା ପରେ ଶିବସେନା ସାଂସଦଙ୍କ ପ୍ରତିକ୍ରିୟା: ସରକାରକୁ କଲେ ପ୍ରଶ୍ନ

March 31, 2026

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.