Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜିଲ୍ଲା, ବ୍ଲକ ଓ ନଗର କଂଗ୍ରେସ ସଭାପତିମାନଙ୍କୁ ଗୁରୁମନ୍ତ୍ର ଦେଲେ ନୂଆ କଂଗ୍ରେସ ପ୍ରଭାରୀ ଅଜୟ କୁମାର
ଆଜିର ଖବର

ଜିଲ୍ଲା, ବ୍ଲକ ଓ ନଗର କଂଗ୍ରେସ ସଭାପତିମାନଙ୍କୁ ଗୁରୁମନ୍ତ୍ର ଦେଲେ ନୂଆ କଂଗ୍ରେସ ପ୍ରଭାରୀ ଅଜୟ କୁମାର

January 8, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଜିଲ୍ଲା, ବ୍ଲକ ଓ ନଗର କଂଗ୍ରେସ ସଭାପତିମାନଙ୍କୁ ଗୁରୁମନ୍ତ୍ର ଦେଲେ ନୂଆ କଂଗ୍ରେସ ପ୍ରଭାରୀ ଅଜୟ କୁମାର

ଭୁବନେଶ୍ୱର: ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଜିଲ୍ଲା, ବ୍ଲକ ଓ ନଗର କଂଗ୍ରେସ ସଭାପତିମାନଙ୍କ ବୈଠକରେ ଓଡ଼ିଶା ପ୍ରଭାରୀ ଡ. ଅଜୟ କୁମାର ଉପସ୍ଥିତ ଥିବା ଜିଲ୍ଲା, ବ୍ଲକ ଓ ନଗର କଂଗ୍ରେସ କମିଟି ସଭାପତି ମାନଙ୍କୁ ସେମାନଙ୍କର ଆଗାମୀ କାର୍ଯ୍ୟକ୍ରମ ସମ୍ପର୍କରେ ପଚାରିବା ସହ ସେମାନେ ଜିଲ୍ଲା ଠାରୁ ବୁଥସ୍ତରରେ ପର୍ଯ୍ୟନ୍ତ ଯେଉଁ କାର୍ଯ୍ୟକ୍ରମ ସବୁ ସମ୍ପନ୍ନ କରିଛନ୍ତି ସେ ବିଷୟରେ ସବିଶେଷ ତଥ୍ୟ ଦେବାକୁ କହିଥିଲେ। ଯଥାଶୀଘ୍ର ଜିଲ୍ଳାଠାରୁ ବୁଥ ସ୍ତର ପର୍ଯ୍ୟନ୍ତ କମିଟିର ଏକ ପୂର୍ଣ୍ଣାଙ୍ଗ ରିପୋର୍ଟ ପ୍ରଦାନ କରିବାକୁ ସେ କହିଥିଲେ।

“ଦେଶପାଇଁ ଦାନ” କାର୍ଯ୍ୟକ୍ରମରେ ସମସ୍ତ କଂଗ୍ରେସ କର୍ମୀ ଯେପରି ଅଂଶଗ୍ରହଣ କରିବାକୁ ଆହ୍ୱାନ ଦେଇଥିଲେ। କଂଗ୍ରେସ ପକ୍ଷରୁ ରାଜ୍ୟବ୍ୟାପି ଏକ ୨୦ ଦିନିଆ ଜନସମ୍ପର୍କ ଯାତ୍ରା କରାଯିବ। ଏକ ସ୍ୱତନ୍ତ୍ର ବସ ଯୋଗେ କଂଗ୍ରେସର ବରିଷ୍ଠ ନେତୃବର୍ଗ ଯାଇ ତୃଣମୂଳ ସ୍ତରର କର୍ମୀମାନଙ୍କ ସହ ଆଲୋଚନା କରିବେ ଏବଂ ମୋଦି ଓ ନବୀନ ସରକାରର ଜନବିରୋଧି ନୀତ ଓ କାର୍ଯ୍ୟକ୍ରମ ସମ୍ପର୍କରେ ସଚେତନ କରାଇବେ।

ସେ ଭୁବନେଶ୍ୱରରେ ଅଧିକ ଦିନ ରହି ଦଳର କାର୍ଯ୍ୟକ୍ରମକୁ ତଦାରଖ କରିବେ। ସେ ଏଥର ଲୋକସଭା ନିର୍ବାଚନ ଲଢ଼ିବେ ନାହିଁ, କଂଗ୍ରେସ ସଭାପତି ମାଲିକାର୍ଜ୍ଜୁନ ଖଡ଼ଗେ ଓ ସମ୍ମାନନୀୟ ରାହୁଲ ଗାନ୍ଧୀ ତାଙ୍କୁ ଯେଉଁ ଗୁରୁ ଦାୟୀତ୍ୱ ଦେଇଛନ୍ତି ତାହାକୁ ସେ ନିଷ୍ଠାର ସହ ସମ୍ପାଦନ କରିବେ ବୋଲି କହିଥିଲେ। ସେ କହିଥିଲେ ବୁଥସ୍ତରର ଜଣେ ସାଧାରଣ କର୍ମୀ ମୋତେ ବିନା ଦ୍ୱିଧାରେ ସାକ୍ଷାତ କରି ସଂଗଠନ ସମ୍ପର୍କରେ ଜଣାଇପାରିବେ।

ପିସିସି ସଭାପତି ଶ୍ରୀ ପଟ୍ଟନାୟକ କହିଥିଲେ ଯେ ମୋଦି ଓ ନବୀନ ଶାସନରେ ସାଧାରଣ ଜନତା ଅତିଷ୍ଠ। ୨୦୨୪ ବର୍ଷଟି ପରିବର୍ତନର ବର୍ଷ ହେବ। କଂଗ୍ରେସ ଦଳ ଏ ଦେଶରେ ବ୍ରିଟିଶ ରାଜକୁ ଖତମ କରିଛି। ମୋଦି ରାଜ ଓ ନବୀନ ରାଜର ବେଳକାଳ ସରିଆସୁଛି । ଶ୍ରୀ ପଟ୍ଟନାୟକ ଦୁନିଆରେ ଘଟିଥିବା ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଐତିହାସିକ ଘଟଣାବଳୀର ଉଦାହରଣ ଦେଇ କହିଥିଲେ ଯେ ଓଡ଼ିଆ ଲୋକ ବହୁ ଅସମ୍ଭବ କଥାକୁ ସମ୍ଭବ କରିଛନ୍ତି।

ଉଦାହରଣସ୍ୱରୂପ ୧୨ ବର୍ଷର ଧର୍ମପଦ କୋଣାର୍କ ମୁଣ୍ଡିମାରିବା ଘଟଣା, ୧୨ ବର୍ଷର ବାଜି ରାଉତର ବିରତ୍ୱ କଥା ସମସ୍ତେ ଜାଣନ୍ତି। ଏଣୁ ଏହି ଭ୍ରଷ୍ଟାଚାରୀ ଶାସନକୁ କ୍ଷମତାଚ୍ୟୁତ କରିବା ବଡ଼କଥା ନୁହେଁ। ନବୀନ ସରକାର ଏ ରାଜ୍ୟରେ ଚାଷୀ, ଯୁବକ, ଛାତ୍ର, ମହିଳା, ଓବିସି, ଆଦିବାସୀ ଓ ଦଳିତ ସମସ୍ତ ବର୍ଗଙ୍କୁ ଉପେକ୍ଷା କରିଛନ୍ତି। ନିର୍ବାଚନ ଅତି ନିକଟତର। ସମସ୍ତଙ୍କୁ ନିଷ୍ଠାର ସହ କାର୍ଯ୍ୟକରିବାକୁ ଶ୍ରୀ ପଟ୍ଟନାୟକ ଆହ୍ୱାନ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ଶରତ ରାଉତ, ପ୍ରଚାର କମିଟି ଅଧ୍ୟକ୍ଷ ଶ୍ରୀ ବିଜୟ ପଟ୍ଟନାୟକ, ସୁରେଶ କୁମାର ରାଉତରାୟ, ତାରା ପ୍ରସାଦ ବାହିନୀପତି, ସନ୍ତୋଷ ସିଂ ସାଲୁଜା, ସପ୍ତଗିରି ଉଲ୍ଲାକା, ଶିବାନନ୍ଦ ରାୟ, ରମେଶ ଜେନା, ରାଜନ ଏକ୍କା, ଅଧିରାଜ ମୋହନ ପାଣିଗ୍ରାହୀ, ଦାସରଥି ଗମାଙ୍ଗୋ, ରଣଜିତ ପାତ୍ର, ୟାସିର ନୱାଜ, ଜିଲ୍ଲା କଂଗ୍ରେସ ସଭାପତି ସୁରେଶ କୁମାର ମହାପାତ୍ର, ମାନସ ଚୌଧୁରୀ, ବିଶ୍ୱଜିତ ଦାଶ,ସଂଜୀବ ଗିରି, ହେମନ୍ତ ଦାସ ପ୍ରମୁଖ ଅନ୍ୟାନ୍ୟ ଜିଲ୍ଲା କଂଗ୍ରେସ ସଭାପତି, ବ୍ଲକ କଂଗ୍ରେସ ସଭାପତ, ନଗର କଂଗ୍ରେସ ସଭାପତି ପ୍ରମୁଖ ତୃଣମୂଳସ୍ତରର ସଂଗଠନ ସମ୍ପର୍କରେ ନିଜର ବକ୍ତବ୍ୟ ରଖିଥିଲେ।

Congress Election2024 କଂଗ୍ରେସ ଡ. ଅଜୟ କୁମାର ନିର୍ବାଚନ2024
Share. Facebook Twitter LinkedIn Email WhatsApp Copy Link

Related Posts

ଜିଓ ପକ୍ଷରୁ ସାରା ଓଡ଼ିଶାରେ ସଚେତନତା ଅଭିଯାନ ସହିତ ଜାତୀୟ ସୁରକ୍ଷା ମାସ ପାଳନ

March 30, 2026

ସ୍ୱାସ୍ଥ୍ୟସେବାରେ କୃତ୍ରିମ ବୁଦ୍ଧିମତ୍ତାର ଉପଯୋଗ ସମ୍ପର୍କିତ ଆଞ୍ଚଳିକ କର୍ମଶାଳା ଆୟୋଜିତ

March 30, 2026

ବ୍ଲକ ପ୍ରଶାସନ ତରଫରୁ ମଧୁବାବୁ ପେନସନ, ଦିବ୍ୟାଙ୍ଗ ପ୍ରମାଣ ପତ୍ର ଓ ସହାୟକ ଉପକରଣ ବଣ୍ଟନ

March 30, 2026

ଓଡ଼ିଶା ମାନବ ଅଧିକାର ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ବିଚାରପତି ଶତ୍ରୁଘନ ପୂଜାହାରୀ 

March 30, 2026
Latest News

ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ଉପରେ ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

March 30, 2026

ଜିଓ ପକ୍ଷରୁ ସାରା ଓଡ଼ିଶାରେ ସଚେତନତା ଅଭିଯାନ ସହିତ ଜାତୀୟ ସୁରକ୍ଷା ମାସ ପାଳନ

March 30, 2026

ଏମଏଲସି ପଦରୁ ନୀତିଶ କୁମାରଙ୍କ ଇସ୍ତଫା ପରେ କିଏ ହେବ ବିହାରର ମୁଖ୍ୟମନ୍ତ୍ରୀ?: ଚର୍ଚ୍ଚାରେ ଏହି ସବୁ ନାମ

March 30, 2026

ସ୍ୱାସ୍ଥ୍ୟସେବାରେ କୃତ୍ରିମ ବୁଦ୍ଧିମତ୍ତାର ଉପଯୋଗ ସମ୍ପର୍କିତ ଆଞ୍ଚଳିକ କର୍ମଶାଳା ଆୟୋଜିତ

March 30, 2026

ବ୍ଲକ ପ୍ରଶାସନ ତରଫରୁ ମଧୁବାବୁ ପେନସନ, ଦିବ୍ୟାଙ୍ଗ ପ୍ରମାଣ ପତ୍ର ଓ ସହାୟକ ଉପକରଣ ବଣ୍ଟନ

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.