Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ବଲପୁର ମହୁଲପାଲିରେ ‘ବିକଶିତ ଭାରତ ସଂକଳ୍ପ ଯାତ୍ରା’ରେ କେନ୍ଦ୍ରମନ୍ତ୍ରୀ
ଆଜିର ଖବର

ସମ୍ବଲପୁର ମହୁଲପାଲିରେ ‘ବିକଶିତ ଭାରତ ସଂକଳ୍ପ ଯାତ୍ରା’ରେ କେନ୍ଦ୍ରମନ୍ତ୍ରୀ

January 8, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link

ବାମରା: ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଲୋକଙ୍କ ପାଇଁ ସବୁ ପ୍ରକାର ସୁବିଧା କରିଥିବା ବେଳେ ରାଜ୍ୟ ସରକାର ପର ଘର ତିଅଣରେ ଅତିଥି ସତ୍କାର କରି ଚଞ୍ଚକତା କରିବାରେ ଧୂରନ୍ଧର ବୋଲି ସୋମବାର ସମ୍ବଲପୁର ଜିଲ୍ଲା ବାମରା ବ୍ଲକ ମହୁଲପାଲିରେ ‘ବିକଶିତ ଭାରତ ସଂକଳ୍ପ ଯାତ୍ରା’ରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ କହିଛନ୍ତି ଯେ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ପ୍ରଧାନମନ୍ତ୍ରୀ ମୋଦି ଆସନ୍ତା ୨୦୨୯ ମସିହା ପର୍ଯ୍ୟନ୍ତ ଓଡ଼ିଶାର ୩ କୋଟି ୨୫ ଲକ୍ଷ ହିତାଧିକାରୀଙ୍କୁ ମାଗଣା ଚାଉଳ ଦେବା ପାଇଁ ନିଷ୍ପତି ନେବା ପରେ ବି ରାଜ୍ୟ ସରକାର ନିଜସ୍ୱ ଯୋଜନା ନାଁରେ ମିଛ ପ୍ରଚାର କରୁଛନ୍ତି। ଗଣତନ୍ତ୍ରରେ ଏଭଳି ଚଞ୍ଚକତା ନିନ୍ଦନୀୟ। ଓଡ଼ିଶା ସରକାର ପ୍ରଚାର ସର୍ବସ୍ୱ ସରକାର। ସମ୍ବଲପୁରର କୁଚିଣ୍ଡା, ବାମରା, ମହୁଲପାଲି, କେଶାଇ ବାହାଲ, କୁନ୍ତରା, ଜମନକିରା, ଗଡପୋଷ, ଫାଶିମାଲ, କୁଲୁଣ୍ଡି ଓ ନିକ୍ତିମାଲ ଭଳି ଗ୍ରାମାଞ୍ଚଳରେ ପ୍ରାଥମିକ ଓ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଆବଶ୍ୟକ ପଦବୀ ଅନୁସାରେ ଡାକ୍ତର ନାହାନ୍ତି। ଦେଶରେ ଆୟୁଷ୍ମାନ ଯୋଜନା ମାଧ୍ୟମରେ ମାଗଣାରେ ସ୍ବାସ୍ଥ୍ୟସେବା ମିଳୁଥିବା ବେଳେ ରାଜ୍ୟ ସରକାର ଆୟୁଷ୍ମାନ ଯୋଜନା ଲାଗୁ କରୁନାହାନ୍ତି। ଲୋକଙ୍କ ଟିକସ ପଇସାରେ ରାଜ୍ୟ ରାଜକୋଷକୁ ଆସୁଥିବା ଅର୍ଥର ଖର୍ଚ୍ଚ କରି କେବଳ ମିଛ ବିଜ୍ଞାପନ ଓ ବଡ ବଡ ହୋର୍ଡିଂରେ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟସେବା ସୀମିତ ରହିଛି।

ଜଳ ଜୀବନ ମିଶନରେ ସମ୍ବଲପୁର ଜିଲ୍ଲାରେ ମୋଟ ୧,୬୪,୫୭୪ ପରିବାର ମଧ୍ୟରୁ ୭୦,୬୧୦ ପରିବାରକୁ ଟ୍ୟାପ ଜଳ ସଂଯୋଗ ଦିଆଯାଇଛି। ପ୍ରତି ଘରକୁ ପାଇପ ଯୋଗେ ପାଣି ଦେବା ପାଇଁ ଅର୍ଥର ବ୍ୟବସ୍ଥା କରିବା ପରେ ବି ଗାଁରେ ପାଣି ଆସୁନି। ପଇସା ଠିକାଦାର ପକେଟକୁ ଯାଉଛି, ଏହା କଣ ଲମ୍ବା ଶାସନର ରୂପାନ୍ତରଣ କି? ମୋଦି ସରକାର ପିଏମ ଆବାସ ଯୋଜନାରେ ଗରିବଙ୍କ ପାଇଁ ପକ୍କା ଘର ପଠାଉଥିବା ବେଳେ ଯୋଗ୍ୟ ହିତାଧିକାରୀଙ୍କୁ ଘର ମିଳୁନଥିବା ସିଏଜି ରିପୋର୍ଟରେ ପ୍ରକାଶ ପାଇଛି। ୨୪ ବର୍ଷ ଶାସନରେ ରହିବା ପରେ ବି ଓବିସି ମାନଙ୍କୁ ଚାକିରି ଓ ଶିକ୍ଷା କ୍ଷେତ୍ରରେ ସମ୍ବିଧାନ ଅନୁମୋଦିତ ଅଧିକାର ଦେଉନାହାନ୍ତି । ଲାଗୁ କଲେ କାଳେ, ମୋଦିଙ୍କ ଡବଲ ଇଞ୍ଜିନ କାଳେ ଲାଗିଯିବ, ଏଥିପାଇଁ ରାଜ୍ୟ ସରକାର ଭୟଭୀତ । ଲମ୍ବା ସମୟର ଶାସନରେ ମୌଳିକ ସୁବିଧା ଆଜି ବି ଲୋକଙ୍କ ପାଖରେ ଅପହଞ୍ଚ । ମୋଦି ସରକାର ଓଡ଼ିଶାକୁ ୧୮ ଲକ୍ଷ କୋଟି ଟଙ୍କା ଦେଇଛନ୍ତି। କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଥିବା ଲୋକଙ୍କୁ ମୋଦି ଗ୍ୟାରେଣ୍ଟି ଦେବାକୁ ହିଁ ପଡ଼ିବ।

କେନ୍ଦ୍ରମନ୍ତ୍ରୀ କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ଦେଶରେ ନିଜକୁ ଏକ ଆସ୍ଥାର କେନ୍ଦ୍ର ଭାବରେ ସ୍ଥାପିତ କରିପାରିଛନ୍ତି। ଆଜି ମୋଦିଙ୍କ ଗ୍ୟାରେଣ୍ଟିରେ ଦେଶ ଆଗକୁ ବଢୁଥିବା ବେଳେ ଗରିବ, ମହିଳା, ଚାଷୀ, ବଞ୍ଚିତ, ଓ ଯୁବକମାନେ ସଶକ୍ତ ଓ ଆତ୍ମନିର୍ଭର ହେଉଛନ୍ତି। ସମସ୍ତଙ୍କୁ ପକ୍କା ଘର, ପାଇପ ଯୋଗେ ପାନୀୟ ଜଳ, ରୋଷେଇ ଗ୍ୟାସ, ମାଗଣା ଚାଉଳ ଓ ଅନ୍ୟାନ୍ୟ ମୌଳିକ ସୁବିଧା ସହ ମହିଳାମାନଙ୍କୁ ଲକ୍ଷପତି ବନାଇବାର ସ୍ୱପ୍ନ ପୂରଣ କରାଯାଉଛି। ଗାଁ ଗାଁରେ ରକ୍ତ ପରୀକ୍ଷା, ସିକିଲ ସେଲ୍ ପରୀକ୍ଷା ଏବଂ ଡାଇବେଟିସ ପରୀକ୍ଷା କରାଯିବା ସହ ଉତ୍ତମ ସ୍ୱାସ୍ଥ୍ୟସେବା ପ୍ରଦାନ କରିବା ଭଳି ସୁବିଧା ମୋଦି ସରକାର କରିଛନ୍ତି। ମୋଦିଙ୍କ ବିକାଶ ଗ୍ୟାରେଣ୍ଟିକୁ ଲୋକମାନେ ଭରସା କରୁଛନ୍ତି। ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଦେଶ ବିକଶିତ ଭାରତ ଦିଗରେ ଅଗ୍ରସର ହେଉଥିବା ବେଳେ ଏହି ଲକ୍ଷ୍ୟକୁ ହାସଲ କରିବା ପାଇଁ ଆମ ମାନଙ୍କର ଯୋଗଦାନ ଜରୁରୀ।

ଏହି ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ମହୁଲପାଲିର ଉଜ୍ଜ୍ୱଳା ଯୋଜନାର ହିତାଧିକାରୀ ଆଶାକର୍ମୀ କୁନ୍ତଳା ସାହୁ, ଏସଏଚଜି ମହିଳା ଭାବେ କମ ସୁଧରେ ଋଣ ନେଇଥିବା ରଜନୀ ସାହୁ ଓ ବାମରାର ପିଏମ କିଷାନ ଯୋଜନାର ଲାଭାର୍ଥୀ ମୋତିରଞ୍ଜନ ପୃଷେଠଙ୍କ ସମେତ ମୋଦି ସରକାରଙ୍କ କଲ୍ୟାଣକାରୀ ଯୋଜନାର କିଭଳି ଭାବେ ଉପକୃତ ହେବା ସହ ଲାଭ ପାଇଛନ୍ତି, ତାହା ଉପରେ ବର୍ଣ୍ଣନା କରିଥିଲେ, ଯାହାକୁ ଶ୍ରୀ ପ୍ରଧାନ ପ୍ରଶଂସା କରିଥିଲେ। ଏହି ଗସ୍ତ କାଳରେ କେନ୍ଦ୍ରମନ୍ତ୍ରୀଙ୍କୁ ସମ୍ବଲପୁର ଓ ଝାରସୁଗୁଡ଼ାର ବିଭିନ୍ନ ସ୍ଥାନରେ କାର୍ଯ୍ୟକର୍ତ୍ତାମାନେ ସ୍ୱାଗତ କରିଥିଲେ।

ଗଣତନ୍ତ୍ର ଧର୍ମେନ୍ଦ୍ର ପ୍ରଧାନ ବିକଶିତ ଭାରତ ସଂକଳ୍ପ ଯାତ୍ରା ମାଗଣା ଚାଉଳ ମୋଦି ସରକାର ରାଜ୍ୟ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ଶେଷ ପର୍ଯ୍ୟନ୍ତ ଲଢ଼ିଲା ନେଦରଲ୍ୟାଣ୍ଡ: ୧୭ ରନ୍ ରେ ଜିତିଲା ଭାରତ

February 18, 2026

ରାଞ୍ଚି ଦୂରଦର୍ଶନ କେନ୍ଦ୍ରରେ ‘ବିକଶିତ ଭାରତ ୨୦୪୭’ ଉପରେ ଆଲୋଚନା

February 18, 2026

ବାଲୁଗାଁ ଅବକାରୀ ବିଭାଗର ବିଭିନ୍ନ ସ୍ଥାନରେ ଚଢାଉ: ଦେଶୀମଦ ଜବତ, ୪ ଗିରଫ

February 18, 2026

ପଶ୍ଚିମ ଓଡ଼ିଶା ଯୋଗାଯୋଗକୁ ବୃଦ୍ଧି କରିବ ହାଓଡ଼ା–ଜୁନାଗଡ଼ ରୋଡ୍ ଇସ୍ପାତ ଏକ୍ସପ୍ରେସ୍ ସମ୍ପ୍ରସାରଣ

February 18, 2026
Latest News

ଶେଷ ପର୍ଯ୍ୟନ୍ତ ଲଢ଼ିଲା ନେଦରଲ୍ୟାଣ୍ଡ: ୧୭ ରନ୍ ରେ ଜିତିଲା ଭାରତ

February 18, 2026

ଏଆଇ ଦାୟିତ୍ୱବୋଧ ସଂକଳ୍ପରେ ଭାରତର ବିଶ୍ୱରେକର୍ଡ: ୨୪ ଘଣ୍ଟାରେ ୨.୫ ଲକ୍ଷ ସଂକଳ୍ପ

February 18, 2026

ରାଞ୍ଚି ଦୂରଦର୍ଶନ କେନ୍ଦ୍ରରେ ‘ବିକଶିତ ଭାରତ ୨୦୪୭’ ଉପରେ ଆଲୋଚନା

February 18, 2026

ବାଲୁଗାଁ ଅବକାରୀ ବିଭାଗର ବିଭିନ୍ନ ସ୍ଥାନରେ ଚଢାଉ: ଦେଶୀମଦ ଜବତ, ୪ ଗିରଫ

February 18, 2026

ପଶ୍ଚିମ ଓଡ଼ିଶା ଯୋଗାଯୋଗକୁ ବୃଦ୍ଧି କରିବ ହାଓଡ଼ା–ଜୁନାଗଡ଼ ରୋଡ୍ ଇସ୍ପାତ ଏକ୍ସପ୍ରେସ୍ ସମ୍ପ୍ରସାରଣ

February 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.