Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକ ଟାଙ୍ଗୀରେ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ସାମିଲ ହେଲେ ମହାରାଷ୍ଟ୍ରର ସାମ୍ବାଦିକ ପ୍ରତିନିଧି
ଆଜିର ଖବର

କଟକ ଟାଙ୍ଗୀରେ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ସାମିଲ ହେଲେ ମହାରାଷ୍ଟ୍ରର ସାମ୍ବାଦିକ ପ୍ରତିନିଧି

January 10, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ପ୍ରମୁଖ ଜନକଲ୍ୟାଣକାରୀ ଯୋଜନାର ଶତପ୍ରତିଶତ ପ୍ରସାର ଉଦ୍ଦେଶ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଜାରି ରହିଛି। ଏହି କ୍ରମରେ ଆଜି କଟକ ଜିଲ୍ଲାର ଟାଙ୍ଗି ଠାରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଆୟୋଜିତ ହୋଇଯାଇଛି। ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ପକ୍ଷରୁ ଆୟୋଜିତ ଏକ ଅଭିନବ ପ୍ରୟାସ ସ୍ୱରୂପ ମହାରାଷ୍ଟ୍ରର ବରିଷ୍ଠ ସାମ୍ବାଦିକମାନଙ୍କର ଏକ ୭ ଜଣିଆ ପ୍ରତିନିଧି ଦଳ ଆଜି ଟାଙ୍ଗୀ ଠାରେ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ସାମିଲ ହୋଇଥିଲେ। ସେମାନେ କେନ୍ଦ୍ରୀୟ ଯୋଜନାର ସୁଫଳ ସମ୍ପର୍କରେ ହିତାଧିକାରୀଙ୍କ ସହ ମତ ବିନିମୟ କରିଥିଲେ।

ଏହାବ୍ୟତୀତ ମହାରାଷ୍ଟ୍ରର ସାମ୍ବାଦିକ ପ୍ରତିନିଧି ଦଳ ଆଜି ଐତିହାସିକ କଟକ ସହରର ବିଭିନ୍ନ ପ୍ରସିଦ୍ଧ ସ୍ଥାନ ବୁଲି ଦେଖିଛନ୍ତି। ସାମ୍ବାଦିକମାନେ ହାଇକୋର୍ଟ ନିକଟରେ ପ୍ରତିଷ୍ଠା ହୋଇଥିବା ଅଭିନବ ନ୍ୟାୟ ସଂଗ୍ରହାଳୟ ବୁଲି ଦେଖିଛନ୍ତି। ଓଡ଼ିଶା ଉଚ୍ଚ ନ୍ୟାୟାଳୟଙ୍କ ଏଭଳି ଅଭିନବ ପରିକଳ୍ପନାକୁ ଦେଖି ମହାରାଷ୍ଟ୍ର ସାମ୍ବାଦିକମାନେ ପ୍ରଭାବିତ ହୋଇଥିଲେ। ବିଶେଷ କରି ସର୍ବୋଚ୍ଚ ନ୍ୟାୟାଳୟ ମଧ୍ୟ ଏଭଳି ଏକ ସଂଗ୍ରହାଳୟ ସ୍ଥାପନ ପାଇଁ ନିଷ୍ପତ୍ତି ନେଇଥିବା ସେମାନଙ୍କୁ ସୂଚନା ଦିଆଯାଇଥିଲା।

କଟକ ମୁଣ୍ଡୁଳି ସ୍ଥିତ ଜାତୀୟ ବିପର୍ଯ୍ୟୟ ପ୍ରଶମନ ବାହିନୀ (ଏନଡିଆରଏଫ) କ୍ୟାମ୍ପସ୍ ଠାରେ ସାମ୍ବାଦିକଙ୍କ ପାଇଁ ବିଶେଷ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏଥିରେ ସାମ୍ବାଦିକମାନେ ଏନଡିଆରଏଫର କାର୍ଯ୍ୟଧାରା ସମ୍ପର୍କରେ ଅବଗତ ହୋଇଥିଲେ।
ସାମ୍ବାଦିକଙ୍କ ଦଳ କଟକ ବିଦ୍ୟାଧରପୁର ଠାରେ ଥିବା ଜାତୀୟ ଧାନ ଗବେଷଣା ଅନୁଷ୍ଠାନ ପରିଦର୍ଶନ କରିଥିଲେ। ଅନୁଷ୍ଠାନର ନିର୍ଦ୍ଦେଶକ ଡ଼ଃ ଅମରେଶ କୁମାର ନାୟକ, ଅନୁଷ୍ଠାନର ଲକ୍ଷ୍ୟ, ସଫଳତା, କାର୍ଯ୍ୟକଳାପ ଏବଂ ଆକାଂକ୍ଷା ବିଷୟରେ ସୂଚନା ପ୍ରଦାନ କରିଥିଲେ।

ସେ କହିଥିଲେ, ଅନୁଷ୍ଠାନ ସବୁଜ ବିପ୍ଳବରେ ଏକ ମହତ୍ୱପୂର୍ଣ୍ଣ ଅବଦାନ ଦେଇଥିଲା ଏବଂ ଭାରତକୁ ଖାଦ୍ୟ ଶସ୍ୟର ଆତ୍ମନିର୍ଭରଶୀଳ କରିବାରେ ସାହାଯ୍ୟ କରିଥିଲା। ଖାଦ୍ୟ ନିରାପତ୍ତା ସୁନିଶ୍ଚିତ କରିବାର ବ୍ୟାପକ ଲକ୍ଷ୍ୟ ସହିତ ଜଳବାୟୁ ସହନଶୀଳ କିସମର ଫସଲ ବିକଶିତ କରାଯାଉଛି ବୋଲି ସେ କହିଥିଲେ। ସାମ୍ବାଦିକମାନେ ଅନୁଷ୍ଠାନର ସମସ୍ତ ବିଭାଗର ମୁଖ୍ୟ ଏବଂ ବୈଜ୍ଞାନିକମାନଙ୍କ ସହିତ ମତବିନିମୟ କରିଥିଲେ, ସେମାନେ ଅନୁଷ୍ଠାନର ଗୁରୁତ୍ୱପୂର୍ଣ୍ଣ ପ୍ରୟୋଗଶାଳା, ସୁବିଧା ଏବଂ ଉତ୍ପାଦନ ୟୁନିଟ୍ ପରିଦର୍ଶନ କରିଥିଲେ।

ସୂଚନାଯୋଗ୍ୟ ଯେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା, କାର୍ଯ୍ୟକ୍ରମ ଏବଂ ଅନୁଷ୍ଠାନର ବିଷୟରେ ବିଭିନ୍ନ ରାଜ୍ୟର ଗଣମାଧ୍ୟମକୁ ଅବଗତ କରାଇବା ଉଦ୍ଦେଶ୍ୟରେ ସାମ୍ବାଦିକଙ୍କ ପାଇଁ ଏଭଳି ମତବିନିମୟ ଓ ଯାତ୍ରା କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି।

କଟକ କେନ୍ଦ୍ର ସରକାର ଜନକଲ୍ୟାଣକାରୀ ଯୋଜନା ଟାଙ୍ଗୀ ବିକଶିତ ଭାରତ ସଂକଳ୍ପ ଯାତ୍ରା ମହାରାଷ୍ଟ୍ର ସାମ୍ବାଦିକ ପ୍ରତିନିଧି
Share. Facebook Twitter LinkedIn Email WhatsApp Copy Link

Related Posts

ଦୁଇ ପୃଥକ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ

June 21, 2026

ବାଘ ଛାଲ କାରବାରର ପର୍ଦ୍ଦାଫାସ୍ : ଜଣେ ଗିରଫ

June 21, 2026

ରାଜଧାନୀରେ ପୁଣି ବୁଲିଲା ଖଣ୍ଡା : ଦୋକାନରେ ପଶି ବାପ-ପୁଅଙ୍କୁ ହାଣିଲେ ଦୁର୍ବୃତ୍ତ

June 21, 2026

ଏପିଇଡିଏ ସହଯୋଗରେ ଓଡ଼ିଶାରୁ ଅଷ୍ଟ୍ରିଆକୁ ପ୍ରଥମ ଥର ଶୁଖିଲା ଅଣ୍ଡା ଗୁଣ୍ଡ ରପ୍ତାନି

June 21, 2026
Latest News

ଦୁଇ ପୃଥକ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ

June 21, 2026

ବାଘ ଛାଲ କାରବାରର ପର୍ଦ୍ଦାଫାସ୍ : ଜଣେ ଗିରଫ

June 21, 2026

ରାଜଧାନୀରେ ପୁଣି ବୁଲିଲା ଖଣ୍ଡା : ଦୋକାନରେ ପଶି ବାପ-ପୁଅଙ୍କୁ ହାଣିଲେ ଦୁର୍ବୃତ୍ତ

June 21, 2026

ଏପିଇଡିଏ ସହଯୋଗରେ ଓଡ଼ିଶାରୁ ଅଷ୍ଟ୍ରିଆକୁ ପ୍ରଥମ ଥର ଶୁଖିଲା ଅଣ୍ଡା ଗୁଣ୍ଡ ରପ୍ତାନି

June 21, 2026

NEET Re-Exam 2026: ଆଜି 22.79 ଲକ୍ଷ ଛାତ୍ରଛାତ୍ରୀ ଦେବେ ପରୀକ୍ଷା, ଜାଣନ୍ତୁ ସମସ୍ତ ବିବରଣୀ

June 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.