Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପିରେ ସାମିଲ ହେଲେ ଶତାଧିକ ବିଜେଡି ଓ କଂଗ୍ରେସ କର୍ମି
ଆଜିର ଖବର

ବିଜେପିରେ ସାମିଲ ହେଲେ ଶତାଧିକ ବିଜେଡି ଓ କଂଗ୍ରେସ କର୍ମି

January 10, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେପିରେ ସାମିଲ ହେଲେ ଶତାଧିକ ବିଜେଡି ଓ କଂଗ୍ରେସ କର୍ମି

ଭୁବନେଶ୍ୱର: ଭଦ୍ରକ ଜିଲ୍ଲା ଚାନ୍ଦବାଲି ନିର୍ବାଚନ ମଣ୍ଡଳୀ ବଡଓସ୍ତିଆ ପଂଚାୟତରେ ରାଜ କିଶୋର ନାୟକଙ୍କ ନେତୃତ୍ୱରେ ୨୦ରୁ ଊର୍ଦ୍ଧ୍ୱ ପରିବାର ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଉପସ୍ଥିତିରେ ବିଜେଡି ଓ କଂଗ୍ରେସ ଦଳ ଛାଡି ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗ ଦେଇଛନ୍ତି।

ସେହିପରି ଗୋବିନ୍ଦପୁର ପଂଚାୟତରେ କାଳନ୍ଦୀ ନାୟକଙ୍କ ନେତୃତ୍ୱରେ ଶତାଧିକ କର୍ମୀ ବିଜେଡି ଓ କଂଗ୍ରେସ ଛାଡି ବିଜେପିରେ ଯୋଗ ଦେଲେ। ଏହି ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ କରିଥିଲେ ରାଜ୍ୟ ସଭାପତି ଶ୍ରୀ ସାମଲ ।

ରାଜ୍ୟରେ ଭାରତୀୟ ଜନତା ପାର୍ଟିର ସଂଗଠନ ସୁଦୃଢ଼ ହେଉଛି। ଆଜିର ଏହି ମିଶ୍ରଣ ପର୍ବ ପାର୍ଟିର ସଂଗଠନକୁ ଆହୁରି ସୁଦୃଢ କରିବ। ଓଡ଼ିଶାରେ ଯେଉଁ ଅଗଣତାନ୍ତ୍ରିକ ସରକାର ଚାଲିଛି ତାକୁ ହଟାଇବା ପାଇଁ ଓଡ଼ିଶାର ବିଭିନ୍ନ ବର୍ଗର ଲୋକମାନେ ଭାରତୀୟ ଜନତା ପାର୍ଟି ଉପରେ ଆସ୍ଥା ପ୍ରକଟ କରି ଯୋଗଦାନ ଦେଉଛନ୍ତି । ଓଡ଼ିଶାର ବିକାଶ ଦୁଇ ଦଶନ୍ଧୀ ପଛକୁ ପଳାଇ ଯାଇଛି।

ମୋଦିଙ୍କ ଗ୍ୟାରେଂଟି ଓଡ଼ିଶାବାସୀଙ୍କ ବିଶ୍ୱାସଭାଜନ ହୋଇଛି। ଆଗାମୀ ଦିନରେ ଭାରତୀୟ ଜନତା ପାର୍ଟି ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଠନ କରିବ ଓ ଯଶ୍ୱସୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିକାଶ ଯାତ୍ରାକୁ ଓଡ଼ିଶାରେ ଆଗେଇ ନେବ ବୋଲି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି।

ଏହି ମିଶ୍ରଣ ପର୍ବ ଅବସରରେ ଜିଲ୍ଲା ସଭାପତି ହେମନ୍ତ ପାଢ଼ୀ, ରାଜ୍ୟ ସମ୍ପାଦକ ଅଭିମନ୍ୟୁ ସେଠୀ, ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ସୁରଥ ବିଶ୍ୱାଳ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମନସ୍ମିତା ଖୁଂଟିଆ, ମଣ୍ଡଳ ସଭାପତି ରାଜାରାମ ମହାକୁଡ ପ୍ରମୁଖ ଉପସ୍ଥିତ ଥିଲେ।

Election2024 ବିଜେପି ମିଶ୍ରଣ
Share. Facebook Twitter LinkedIn Email WhatsApp Copy Link

Related Posts

ଷ୍ଟକ୍ ବଜାରରେ ହାହାକାର! ୮ ସପ୍ତାହ ଧରି ଲଗାତାର କ୍ଷତି, ଜାଣନ୍ତୁ କାହିଁକି ଖସୁଛି ସେନସେକ୍ସ-ନିଫ୍ଟି

October 2, 2026

ଆଜିଠୁ ବିଜେଡିର ପଦଯାତ୍ରା : ଶକ୍ତି ଦେଖାଇବ ବିଜେଡି

October 2, 2026

ଆଜି ‘ସବକୀ ଯୋଜନା, ସବକା ବିକାଶ’ ଶୀର୍ଷକ ଜନ ଯୋଜନା ଅଭିଯାନ-୨୦୨୬ର ଶୁଭାରମ୍ଭ

October 2, 2026

ଆଇଆଇଏମ୍‌ସିରେ ‘ସ୍ୱଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କଲେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ

October 2, 2026
Latest News

ଷ୍ଟକ୍ ବଜାରରେ ହାହାକାର! ୮ ସପ୍ତାହ ଧରି ଲଗାତାର କ୍ଷତି, ଜାଣନ୍ତୁ କାହିଁକି ଖସୁଛି ସେନସେକ୍ସ-ନିଫ୍ଟି

October 2, 2026

ଆଜିଠୁ ବିଜେଡିର ପଦଯାତ୍ରା : ଶକ୍ତି ଦେଖାଇବ ବିଜେଡି

October 2, 2026

ହାଡ଼ ଦୁର୍ବଳ ହୋଇଯାଉଛି କି? ଜୀବନଶୈଳୀରେ କରନ୍ତୁ ଏହି ୭ଟି ପରିବର୍ତ୍ତନ

October 2, 2026

ଆଜି ‘ସବକୀ ଯୋଜନା, ସବକା ବିକାଶ’ ଶୀର୍ଷକ ଜନ ଯୋଜନା ଅଭିଯାନ-୨୦୨୬ର ଶୁଭାରମ୍ଭ

October 2, 2026

ଆଇଆଇଏମ୍‌ସିରେ ‘ସ୍ୱଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କଲେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ

October 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.