Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିମାପଡ଼ାରେ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ସାମିଲ ହେଲେ ମହାରାଷ୍ଟ୍ରର ଗଣମାଧ୍ୟମ ପ୍ରତିନିଧି ଦଳ
ଆଜିର ଖବର

ନିମାପଡ଼ାରେ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ସାମିଲ ହେଲେ ମହାରାଷ୍ଟ୍ରର ଗଣମାଧ୍ୟମ ପ୍ରତିନିଧି ଦଳ

January 11, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ପ୍ରମୁଖ ଜନକଲ୍ୟାଣକାରୀ ଯୋଜନାର ଶତପ୍ରତିଶତ ପ୍ରସାର ଉଦ୍ଦେଶ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଜାରି ରହିଛି। ଏହି କ୍ରମରେ ଆଜି ପୁରୀ ଜିଲ୍ଲାର ନିମାପଡ଼ା ଠାରେ ଆୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ସାମିଲ ହୋଇଛନ୍ତି ମହାରାଷ୍ଟ୍ରର ଏକ ୭ ଜଣିଆ ଗଣମାଧ୍ୟମ ପ୍ରତିନିଧି ଦଳ। ସେମାନେ ଯାତ୍ରାରେ ଭାଗ ନେଇଥିବା ହିତାଧିକାରୀଙ୍କ ସହ ମତବିନିମୟ କରିଛନ୍ତି।

ପୂର୍ବରୁ ଏହି ସାମ୍ବାଦିକ ପ୍ରତିନିଧି ଦଳ କଟକ ଜିଲ୍ଲାର ଟାଙ୍ଗୀ ଠାରେ ଆୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ସାମିଲ ହୋଇ କେନ୍ଦ୍ରୀୟ ଯୋଜନାର ସୁଫଳ ସମ୍ପର୍କରେ ହିତାଧିକାରୀଙ୍କ ସହ ମତ ବିନିମୟ କରିଥିଲେ। ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ପକ୍ଷରୁ ମହାରାଷ୍ଟ୍ର ସାମ୍ବାଦିକଙ୍କ ଗସ୍ତ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ୮ରୁ ୧୧ ତାରିଖ ପର୍ଯ୍ୟନ୍ତ ଜାରି ରହିଥିବା ମହାରାଷ୍ଟ୍ରର ସାମ୍ବାଦିକମାନଙ୍କ ୪ ଦିନିଆ ଗସ୍ତ ଆଜି ଶେଷ ହୋଇଛି।

ମହାରାଷ୍ଟ୍ରର ଏହି ସାମ୍ବାଦିକମାନେ ଭୁବନେଶ୍ୱର ଉପକଣ୍ଠ କୌଶଲ୍ୟାଗଙ୍ଗ ସ୍ଥିତ କେନ୍ଦ୍ରୀୟ ମଧୁର ଜଳ ଜୀବ ଗବେଷଣା କେନ୍ଦ୍ର (ସିଫା) ପରିଦର୍ଶନ କରି ସେଠାରେ ବିଭିନ୍ନ ମତ୍ସ୍ୟ ଚାଷ ପାଇଁ ହେଉଥିବା ଗବେଷଣା ଓ ଅନୁଷ୍ଠାନର କାର୍ଯ୍ୟପ୍ରକ୍ରିୟା ସମ୍ପର୍କରେ ଅବଗତ ହୋଇଥିଲେ।
ଗତକାଲି ସାମ୍ବାଦିକ ପ୍ରତିନିଧି ଦଳ ପୁରୀ ଜିଲ୍ଲାର ଐତିହ୍ୟଗ୍ରାମ ରଘୁରାଜପୁର ପରିଦର୍ଶନ କରିଥିଲେ ଏବଂ ସେଠାରେ ଓଡ଼ିଶାର ସ୍ୱତନ୍ତ୍ର ହସ୍ତଶିଳ୍ପ ପଟ୍ଟଚିତ୍ର ନିର୍ମାଣ ଶୈଳୀ ଓ ପ୍ରକ୍ରିୟା ଦେଖି ଅଭିଭୂତ ହୋଇଥିଲେ। ସେମାନେ ୟୁନେସ୍କୋ ବିଶ୍ୱ ଐତିହ୍ୟ ସ୍ଥଳୀ କୋଣାର୍କ ସୂର୍ଯ୍ୟ ମନ୍ଦିର, ପୁରୀ ଜଗନ୍ନାଥ ମନ୍ଦିର ବୁଲି ଦେଖିବା ସହିତ ପିପିଲିର ଚାନ୍ଦୁଆ କାମ ଦେଖି ପ୍ରଭାବିତ ହୋଇଥିଲେ। ପୁରୀ ବ୍ଲୁ ଫ୍ଲାଗ୍ ବେଳାଭୂମିର ସ୍ୱଚ୍ଛତା ସେମାନଙ୍କୁ ପ୍ରଭାବିତ କରିଥିଲା।

ଗତ ମଙ୍ଗଳବାର ମହାରାଷ୍ଟ୍ରର ସାମ୍ବାଦିକ ପ୍ରତିନିଧି ଦଳ ଐତିହାସିକ କଟକ ସହରର ବିଭିନ୍ନ ପ୍ରସିଦ୍ଧ ସ୍ଥାନ ବୁଲି ଦେଖିଥିଲେ। ସାମ୍ବାଦିକମାନେ ହାଇକୋର୍ଟ ନିକଟରେ ପ୍ରତିଷ୍ଠା ହୋଇଥିବା ଅଭିନବ ନ୍ୟାୟ ସଂଗ୍ରହାଳୟ ବୁଲି ଦେଖିବା ସହ ଓଡ଼ିଶା ଉଚ୍ଚ ନ୍ୟାୟାଳୟଙ୍କ ଏଭଳି ଅଭିନବ ପରିକଳ୍ପନାରେ ପ୍ରଭାବିତ ହୋଇଥିଲେ। ବିଶେଷ କରି ସର୍ବୋଚ୍ଚ ନ୍ୟାୟାଳୟ ମଧ୍ୟ ଏଭଳି ଏକ ସଂଗ୍ରହାଳୟ ସ୍ଥାପନ ପାଇଁ ନିଷ୍ପତ୍ତି ନେଇଥିବା ସେମାନଙ୍କୁ ସୂଚନା ଦିଆଯାଇଥିଲା। ସେମାନେ ମଧ୍ୟ କଟକ ମୁଣ୍ଡୁଳି ସ୍ଥିତ ଜାତୀୟ ବିପର୍ଯ୍ୟୟ ପ୍ରଶମନ ବାହିନୀ (ଏନଡିଆରଏଫ) କ୍ୟାମ୍ପସ୍ ଗସ୍ତ କରି ଏନଡିଆରଏଫର କାର୍ଯ୍ୟଧାରା ସମ୍ପର୍କରେ ଅବଗତ ହୋଇଥିଲେ। ସାମ୍ବାଦିକଙ୍କ ଦଳ କଟକ ବିଦ୍ୟାଧରପୁର ଠାରେ ଥିବା ଜାତୀୟ ଧାନ ଗବେଷଣା ଅନୁଷ୍ଠାନ ପରିଦର୍ଶନ କରି ଅନୁଷ୍ଠାନର ସମସ୍ତ ବିଭାଗ ମୁଖ୍ୟ ଏବଂ ବୈଜ୍ଞାନିକମାନଙ୍କ ସହିତ ମତବିନିମୟ କରିଥିଲେ।

ଏଥିପୂର୍ବରୁ ସୋମବାର ଅର୍ଥାତ୍ ଗସ୍ତର ପ୍ରଥମ ଦିନରେ ମହାରାଷ୍ଟ୍ର ସାମ୍ବାଦିକମାନେ ଭୁବନେଶ୍ୱର ଏମ୍ସ ଏବଂ ସେଣ୍ଟ୍ରାଲ୍ ଟୁଲ୍ ରୁମ୍ ଏଣ୍ଡ ଟ୍ରେନିଂ ସେଣ୍ଟର (ସିଟିଟିସି) ପରିଦର୍ଶନ କରିଥିଲେ। ଚନ୍ଦ୍ରଯାନ ଓ ଗଗନଯାନ ଭଳି ମହାକାଶ ଅଭିଯାନର ବିଭିନ୍ନ ସରଞ୍ଜାମ ନିର୍ମାଣରେ ସିଟିଟିସିର ଯୋଗଦାନ ବିଷୟରେ ସାମ୍ବାଦିକମାନଙ୍କୁ ସୂଚନା ଦିଆଯାଇଥିଲା।
ସୂଚନାଯୋଗ୍ୟ ଯେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା, କାର୍ଯ୍ୟକ୍ରମ ଏବଂ ଅନୁଷ୍ଠାନ ବିଷୟରେ ବିଭିନ୍ନ ରାଜ୍ୟର ଗଣମାଧ୍ୟମକୁ ଅବଗତ କରାଇବା ଉଦ୍ଦେଶ୍ୟରେ ସାମ୍ବାଦିକଙ୍କ ପାଇଁ ଏଭଳି ମତବିନିମୟ ଓ ଯାତ୍ରା କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି।

BJP Ads
ଗଣମାଧ୍ୟମ ପ୍ରତିନିଧି ନିମାପଡା ବିକଶିତ ଭାରତ ସଂକଳ୍ପ ଯାତ୍ରା ମହାରାଷ୍ଟ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତା ୫ରେ ହେବାକୁ ଥିବା କଟକ ବାଲିଯାତ୍ରା ପାଇଁ ସଚେତନତା ରଥକୁ ଶୁଭାରମ୍ଭ କଲେ ଜିଲ୍ଲାପାଳ

November 2, 2025

ଆପିଲ୍ ମାମଲାର ଶୀଘ୍ର ସମାଧାନ ପାଇଁ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ତରଫରୁ କ୍ୟାମ୍ପ କୋର୍ଟ

November 2, 2025

ନଭେମ୍ବର ୩ ରୁ ୯ ଯାଏଁ ଭୁବନେଶ୍ୱରରେ ୧୭ତମ ଆଦିବାସୀ ଯୁବ ବିନିମୟ କାର୍ଯ୍ୟକ୍ରମ

November 2, 2025

ମହାବିଦ୍ୟାଳୟର ଅଧ୍ୟକ୍ଷ ଓ ବରିଷ୍ଠ ଅଧ୍ୟାପକମାନଙ୍କ ପାଇଁ ଦକ୍ଷତା ଓ ନେତୃତ୍ୱ ବିକାଶ କର୍ମଶାଳା

November 2, 2025
BJP Ads
Latest News

ଆସନ୍ତା ୫ରେ ହେବାକୁ ଥିବା କଟକ ବାଲିଯାତ୍ରା ପାଇଁ ସଚେତନତା ରଥକୁ ଶୁଭାରମ୍ଭ କଲେ ଜିଲ୍ଲାପାଳ

November 2, 2025

ଆପିଲ୍ ମାମଲାର ଶୀଘ୍ର ସମାଧାନ ପାଇଁ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ତରଫରୁ କ୍ୟାମ୍ପ କୋର୍ଟ

November 2, 2025

ନଭେମ୍ବର ୩ ରୁ ୯ ଯାଏଁ ଭୁବନେଶ୍ୱରରେ ୧୭ତମ ଆଦିବାସୀ ଯୁବ ବିନିମୟ କାର୍ଯ୍ୟକ୍ରମ

November 2, 2025

ମହାବିଦ୍ୟାଳୟର ଅଧ୍ୟକ୍ଷ ଓ ବରିଷ୍ଠ ଅଧ୍ୟାପକମାନଙ୍କ ପାଇଁ ଦକ୍ଷତା ଓ ନେତୃତ୍ୱ ବିକାଶ କର୍ମଶାଳା

November 2, 2025

ପାଞ୍ଚ ଦିବସୀୟ ଆବାସିକ ବ୍ୟବହାରିକ ଦକ୍ଷତା ବିକାଶ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ

November 2, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.