ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ବିଶ୍ବବିଦ୍ୟାଳୟର କୁଳପତିମାନଙ୍କୁ ନେଇ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଚଳିତ ଶିକ୍ଷା ବର୍ଷରୁ ସମସ୍ତ ବିଶ୍ବବିଦ୍ୟାଳୟରେ ଏକକ ସିଲାବସ୍ ଲାଗୁ କରିବା ପାଇଁ ନିଷ୍ପତ୍ତି କରାଯାଇଛି । ଏଥିସହିତ ଉଚ୍ଚ ଶିକ୍ଷାର ଗୁଣାତ୍ମକମାନ ବୃଦ୍ଧି ପାଇଁ ମଧ୍ୟ ବୈଠକରେ ଚର୍ଚ୍ଚା ହୋଇଥିଲା । ସେହିପରି ବିଭିନ୍ନ ମହାବିଦ୍ୟାଳୟଗୁଡ଼ିକରେ ଖାଲି ପଡ଼ିଥିବା ଅଧ୍ୟାପକ ପଦବୀ ଅତିଶୀଘ୍ର ପୂରଣ ହେବ ବୋଲି ସୂଚନା ଦେଇଛନ୍ତି ଶିକ୍ଷାମନ୍ତ୍ରୀ । ଏହାଛଡ଼ା ଭାରତୀୟ ପ୍ରଶାସନିକ ପରୀକ୍ଷା ପାଇଁ ରାଜ୍ୟର ୧୦୦ ଛାତ୍ରଛାତ୍ରୀଙ୍କୁ ସୁଯୋଗ ମିଳିବ। ତେବେ ସେଥିରୁ ୮୬ ଜଣ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି। ଯେଉଁ ମାନଙ୍କୁ କୋଚିଂ ଓ ଆର୍ଥିକ ସହାୟତା ଯୋଗାଇ ଦିଆଯିବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି।
Tags: