Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧାରେ ଜିଲ୍ଲା ସ୍ତରୀୟ ବାଳିକା ଖୋ-ଖୋ ଏବଂ କବାଡି ପ୍ରତିଯୋଗୀତା ଅନୁଷ୍ଠିତ
ଆଜିର ଖବର

ଖୋର୍ଦ୍ଧାରେ ଜିଲ୍ଲା ସ୍ତରୀୟ ବାଳିକା ଖୋ-ଖୋ ଏବଂ କବାଡି ପ୍ରତିଯୋଗୀତା ଅନୁଷ୍ଠିତ

January 12, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: କେନ୍ଦ୍ର ସରକାରଙ୍କ ବେଟୀ ବଚାଓ ବେଟୀ ପଢାଓ ଏବଂ ରାଜ୍ୟ ସରକାରଙ୍କ ବିଜୁ କନ୍ୟା ରତ୍ନ ଯୋଜନା କେବଳ ଝିଅ ମାନଙ୍କୁ ଆଗକୁ ବଢିବା ପାଇଁ ପ୍ରୋତ୍ସାହିତ କରିବା ସହିତ ବିଭିନ୍ନ ସମୟରେ ବିଭିନ୍ନ ସରକାରୀ ବିଭାଗ ଦ୍ବାରା ବିଭିନ୍ନ ପ୍ରକାରର ପଦକ୍ଷେପ ନିଆଯାଇଥାଏ। ଆଜି ଖୋର୍ଦ୍ଧା ଜିଲ୍ଲାର ୧୦ ଗୋଟି ବ୍ଲକର ବିଭିନ୍ନ ଉଚ୍ଚ ବିଦ୍ୟାଳୟରୁ ବଛା ହୋଇ ଆସିଥିବା ଝିଅ ମାନଙ୍କୁ ନେଇ ଖୋର୍ଦ୍ଧା ଷ୍ଟାଡିୟମରେ ଖୋ-ଖୋ ଏବଂ କବାଡି ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଅଛି। ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଏହି ପ୍ରତିଯୋଗୀତାକୁ ଆୟୋଜନ କରିଥିଲେ। ଏହି ପ୍ରତିଯୋଗୀତାକୁ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରିଣୀ ବାଣିଶ୍ରୀ ପଟ୍ଟନାୟକ ଅନୁଷ୍ଠାନିକ ଭାବରେ ଉଦଘାଟନ କରିବା ସହିତ ଝିଅ ମାନେ କିପରି ସେମାନକ ଜୀବନ ଯୁଦ୍ଧରେ ଆଗକୁ ବଢି ସଫଳତା ଲାଭ କରିବା ଉପରେ ମନ୍ତବ୍ୟ ପ୍ରଦାନ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଏହି ପ୍ରତିଯୋଗୀତାକୁ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ପି ଇ ଟି ଶିକ୍ଷକ ସୂଚାରୁ ରୂପେ ପରିଚାଳନା କରିଥିଲେ। କବାଡି ପ୍ରତିଯୋଗିତାରେ ରେ ବାଲିପାଟଣା ଖୋର୍ଦ୍ଧା ବ୍ଲକକୁ ହରାଇ ଚମ୍ପିୟାନ ହୋଇଥିବାବେଳେ ଖୋ-ଖୋ ରେ ଜଟଣୀ ଖୋର୍ଦ୍ଧାକୁ ହରାଇ ଚମ୍ପିୟାନ ହୋଇଛନ୍ତି। ଏହି ପ୍ରତିଯୋଗିତାର ଅପରାହ୍ନରେ ଉଦଯାପନୀ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ ଶିଶୁ ମଙ୍ଗଳ ସମିତିର ସଭ୍ୟ ବ୍ରଜ କିଶୋର ମହାପାତ୍ର, ଖୋର୍ଦ୍ଧାର ବରିଷ୍ଠ ପି ଇ ଟି ଶିକ୍ଷକ ଭାଗିରଥ ଜେନା, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ପ୍ରୋବୋସନ ଅଫିସର ସୌମେନ୍ଦ୍ର ନାୟକ ପ୍ରମୁଖ ଯୋଗ ଦେଇ ପ୍ରତିଯୋଗୀତାରେ କୃତିତ୍ୱ ହାସଲ କରିଥିବା ବାଲିପାଟଣା ଏବଂ ଜଟଣୀ ବ୍ଲକ ର ପିଲାମାନଙ୍କୁ ଟ୍ରଫି ଏବଂ ପ୍ରମାଣପତ୍ର ପ୍ରଦାନ କରିଥିଲେ।

ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ସମସ୍ତ କନ୍ୟା ମାନଙ୍କୁ ମଧ୍ୟ ଅଂଶଗ୍ରହଣ ପ୍ରମାଣପତ୍ର ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ପ୍ରଦାନ କରାଯାଇଥିଲା। ଏହି ପ୍ରତିଯୋଗିତାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର କର୍ମକର୍ତ୍ତା ରଞ୍ଜନ କୁମାର ଗୋଛାୟତ, ଶଚିନ୍ଦ୍ରନାଥ ସାହୁ, ସୁକାନ୍ତ କୁମାର ପୃଷ୍ଟି, ଅଶୋକ କୁମାର ସେଠି, ରତାଞ୍ଜଳି ମହାନ୍ତି ପରିଚାଳନା କରିଥିଲେ। ୟୁନିଟ ର ପରାମର୍ଶଦାତ୍ରୀ ମନସ୍ବିନୀ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।

କେନ୍ଦ୍ର ସରକାର ଖୋ-ଖୋ ଜଟଣୀ ବ୍ଲକ ବାଲିପାଟଣା ବେଟୀ ବଚାଓ ବେଟୀ ପଢାଓ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026
Latest News

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026

କଂଗ୍ରେସକୁ ବାହୁଡ଼ିଲେ ନିମାପଡାର ବରିଷ୍ଠ ନେତା ସତ୍ୟବ୍ରତ ପାତ୍ର

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.