Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେବଗଡ଼ କେନ୍ଦ୍ରୀୟ ବିଦ୍ୟାଳୟର ଭୂମିପୂଜନ କଲେ କେନ୍ଦ୍ରମନ୍ତ୍ରୀ
ଆଜିର ଖବର

ଦେବଗଡ଼ କେନ୍ଦ୍ରୀୟ ବିଦ୍ୟାଳୟର ଭୂମିପୂଜନ କଲେ କେନ୍ଦ୍ରମନ୍ତ୍ରୀ

January 13, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଦେବଗଡ: ଭାରତ ଏବେ ବିଶ୍ୱର ପଞ୍ଚମ ବୃହତ୍ତମ ଅର୍ଥନୀତିର ଦେଶ ଭାବରେ ପରିଣତ ହୋଇଛି। ଆଗାମୀ ଦିନରେ ଆମ ଦେଶ ବିଶ୍ୱର ଏକ ନମ୍ବର ଅର୍ଥନୀତି ହେବା ସହ ବିକଶିତ ଭାରତ ହେବ। ଏଥିପାଇଁ ଏବେ ଠାରୁ ଆମର ଛାତ୍ରଛାତ୍ରୀଙ୍କ ଦକ୍ଷ କରିବାକୁ ପଡିବ। ସେମାନଙ୍କ ମଧ୍ୟରେ ବୈଜ୍ଞାନିକ ମନୋବୃତ୍ତି ସୃଷ୍ଟି କରିବା ପାଇଁ ପଡିବ ବୋଲି ଶନିବାର ଦେବଗଡ଼ କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ ଭବନର ଭୂମିପୂଜନ କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ କହିଛନ୍ତି ଯେ ଦେବଗଡ଼ ଆମର ସାଂସ୍କୃତିକ ସହର ଓ ପଢାଲେଖା ଅଞ୍ଚଳ। ଦେବଗଡର ମୁଳପୁଞ୍ଜି ଶିକ୍ଷା। ଏଠାରେ ପାଠପଢାର ବହୁତ ପୁରୁଣା ସଂସ୍କାର ଅଛି। ଜିଲ୍ଲାରେ ଗଢି ଉଠିଥିବା ଶିକ୍ଷାନୁଷ୍ଠାନ ଗୁଡିକ ମଧ୍ୟରୁ ଅନେକ ଅନୁଷ୍ଠାନ ଶହେବର୍ଷ ପୁରୁଣା। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିକୁ ସମୃଦ୍ଧ କରିବା ଦିଗରେ ଦେବଗଡର ଅବଦନ ଅତୁଳନୀୟ। ଭାଷାଭିତ୍ତିରେ ଓଡ଼ିଶାକୁ ସ୍ୱତନ୍ତ୍ର ପ୍ରଦେଶ ଗଠନ କରିବା ତଥା ଓଡ଼ିଆ ଭାଷାକୁ ସୁରକ୍ଷିତ ରଖିବାରେ ବାମଣ୍ଡା ରାଜା ସାର୍ ବାସୁଦେବ ସୁଢଳଦେବଙ୍କ ବଡ଼ ଭୂମିକା ରହିଛି।

ଭାରତ ସରକାରଙ୍କ ସହଯୋଗରେ ପ୍ରାୟ ୩୨ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସ ପୂର୍ଣ୍ଣାଙ୍ଗ ହେଲେ ଏକ ଭଲ ସ୍କୁଲ ହେବ। ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟିପୂର୍ଣ୍ଣ ଜାତୀୟ ଶିକ୍ଷା ନୀତିରେ ଗୁଣାତ୍ମକ ଶିକ୍ଷା ସହ ବହୁମୁଖୀ ଶିକ୍ଷାକୁ ପ୍ରୋତ୍ସାହନ ଦିଆଯାଇଛି। ବାଲବାଟିକା ମାଧ୍ୟମରେ ଖେଳକୁଦ, ଗୀତ ଓ ଯାଦୁ ଆଧାରିତ ଶିକ୍ଷାକୁ ପ୍ରାଧାନ୍ୟ ଦିଆଯାଇଛି। ମାତୃଭାଷାକୁ ଗୁରୁତ୍ୱ, ଗବେଷଣା ଏବଂ ସାମାଜିକ ସଚେତନତା ଭଳି ବିଷୟକୁ ପାଠପଢାର ଅଂଶବିଶେଷ କରିବା ଉପରେ ପ୍ରାଥମିକତା ଦିଆଯାଇଛି। ସ୍ଥାନୀୟ ଅଞ୍ଚଳର ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବାରେ ବଡ଼ ଭୂମିକା ଗ୍ରହଣ କରିବ।

ସ୍କୁଲରେ ଛାତ୍ରଛାତ୍ରୀଙ୍କ ସଂଖ୍ୟା ବଢୁଥିବା ଦୃଷ୍ଟିରେ ରଖି ଆସନ୍ତା ଶିକ୍ଷା ବର୍ଷରୁ ଏଠାରେ ୨ଟି ସେକ୍ସନ କରିବା ପାଇଁ ବ୍ୟବସ୍ଥା କରିବା ପାଇଁ ଶ୍ରୀ ପ୍ରଧାନ ପରାମର୍ଶ ଦେଇଛନ୍ତି। ଏହାସହ ସ୍କୁଲରେ ଦ୍ୱାଦଶ ଉତ୍ତୀର୍ଣ୍ଣ ହେବା ପରେ ଛାତ୍ରଛାତ୍ରୀମାନେ କିପରି ପ୍ରତିଯୋଗିତାମୂଳକ ଭାବେ ଆଗକୁ ବଢିବେ, ସେଥିପାଇଁ ଉଦ୍ୟମ କରିବାକୁ ଶ୍ରୀ ପ୍ରଧାନ ବିଶେଷ ଗୁରୁତ୍ୱ ଦେଇଛନ୍ତି।

kendriya vidyalaya କେନ୍ଦ୍ରୀୟ ବିଦ୍ୟାଳୟ ଦେବଗଡ ଧର୍ମେନ୍ଦ୍ର ପ୍ରଧାନ ଭୂମିପୂଜନ
Share. Facebook Twitter LinkedIn Email WhatsApp Copy Link

Related Posts

ଫ୍ଲୋର ଟେଷ୍ଟ ପୂର୍ବରୁ ଏଆଇଏଡ଼ିଏମକେ ଦୁଇ ଫାଳ

May 12, 2026

ଚର୍ଚ୍ଚାରେ ମୁଖ୍ୟମନ୍ତ୍ରୀ ବିଜୟ-ଷ୍ଟାଲିନ୍ ଙ୍କ ଆଲିଙ୍ଗନ

May 12, 2026

ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ

May 12, 2026

ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହିମନ୍ତ ବିଶ୍ୱଶର୍ମା

May 12, 2026
Latest News

ଫ୍ଲୋର ଟେଷ୍ଟ ପୂର୍ବରୁ ଏଆଇଏଡ଼ିଏମକେ ଦୁଇ ଫାଳ

May 12, 2026

ଚର୍ଚ୍ଚାରେ ମୁଖ୍ୟମନ୍ତ୍ରୀ ବିଜୟ-ଷ୍ଟାଲିନ୍ ଙ୍କ ଆଲିଙ୍ଗନ

May 12, 2026

ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ

May 12, 2026

ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହିମନ୍ତ ବିଶ୍ୱଶର୍ମା

May 12, 2026

ନାତୁଣୀକୁ ବଞ୍ଚାଇବାକୁ ଯାଇ ଜେଜେ ମୃତ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.