Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମକର ସଂକ୍ରାନ୍ତିରେ ପ୍ରଭୃ ଜଗନ୍ନାଥଙ୍କ ନିକଟରେ ଲାଗି ହେବ ମକର ଚାଉଳ, ଜାଣନ୍ତୁ ଭୋଗର ପ୍ରସ୍ତୁତି
ଆଜିର ଖବର

ମକର ସଂକ୍ରାନ୍ତିରେ ପ୍ରଭୃ ଜଗନ୍ନାଥଙ୍କ ନିକଟରେ ଲାଗି ହେବ ମକର ଚାଉଳ, ଜାଣନ୍ତୁ ଭୋଗର ପ୍ରସ୍ତୁତି

January 15, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ହେଉଛି ମକର ସଂକ୍ରାନ୍ତି: ଜାଣନ୍ତୁ ଏହି ବିଶେଷ ଦିନରେ କଣ କଲେ ଆପଣଙ୍କୁ ମିଳିବ ସଫଳତା
ଆଜି ହେଉଛି ମକର ସଂକ୍ରାନ୍ତି: ଜାଣନ୍ତୁ ଏହି ବିଶେଷ ଦିନରେ କଣ କଲେ ଆପଣଙ୍କୁ ମିଳିବ ସଫଳତା

ଭୁବନେଶ୍ବର: ମକର ସଂକ୍ରାନ୍ତି ଦିନ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ନିକଟରେ ସ୍ବତନ୍ତ୍ର ପୂଜା କରାଯାଇଥାଏ। ଏହି ଦିନ ଶ୍ରୀଜିୟୁଙ୍କ ପାଖରେ ମକର ଭୋଗ କରାଯାଇଥାଏ। ମକର ସଂକ୍ରାନ୍ତି ଦିନ ମଙ୍ଗଳା ଆରତି ଓ ଅବକାଶ ନୀତି ପରେ ଶ୍ରୀଜିଉମାନଙ୍କର ପଟା ପହରଣ  ଲାଗି କରାଯିବା ପରେ ତ୍ରିମୁଣ୍ଡିରେ ମକରଚୂଳ ଲାଗି ହୋଇଥାଏ।

ଏହାପରେ କର୍ପୂରଲାଗି ହୋଇ ଶ୍ରୀବିଗ୍ରହମାନଙ୍କର ବେଶ ବଢ଼ିଥାଏ। ଗୋପାଳବଲ୍ଲଭ ଓ ସକାଳ ଧୂପ ପରେ ମଇଲମ ମହାସ୍ନାନ ନୂଆଲୁଗା ଲାଗି, ମାଳଚୂଳ ଲାଗି ହେବା ପରେ ୬ ମୂର୍ତ୍ତି ଅଳଙ୍କାର ଲାଗି ହୋଇ ମକର ବେଶ ବଢ଼ିଥାଏ।

ଏହାପରେ ମକର ଚାଉଳ ପ୍ରସ୍ତୁତ କରାଯାଇଥାଏ। ନଡ଼ିଆ, ଘିଅ, ମିଠା, ମସଲା ଓ ଦୁଧସରରେ ଏହା ପ୍ରସ୍ତୁତ କରାଯାଏ। ଏହା କୁଡ଼ୁଆରେ ସଜଡ଼ା ଯାଇଥାଏ। ସୁଦୁ ସୁଆର ସେବକ ମକରଚାଉଳ ପ୍ରସ୍ତୁତ କରି ରଖିଥାନ୍ତି। ଏହାପରେ ପୂର୍ବ ଦିନରୁ ଭୋଗମଣ୍ଡପ ଘରେ ଶୁଦ୍ଧପୂତ ଭାବେ ଅଧିବାସ ହୋଇ ରଖାଯାଇଥିବା ମକରଚାଉଳକୁ ପତ୍ରିବଡ଼ୁ ବା ପନ୍ତିବଡ଼ୁ ମୁହଁରେ କନା ବାନ୍ଧି ଘଣ୍ଟ, ଛତା, କାହାଳୀ ପଟୁଆରରେ ତଳିଚ୍ଛୁଙ୍କ ସହ ମୁଖ୍ୟ ମନ୍ଦିରକୁ ତିନିଥର ପରିକ୍ରମା କରି ଶ୍ରୀଛାମୁରେ ପନ୍ତି ବାଢ଼ିଥାନ୍ତି।

ହଡ଼ପ ନାୟକ ସେବକ ଘରଠାରୁ ଘଣ୍ଟ ଛତା କାହାଳୀ ପଟୁଆରରେ ମୁଖ୍ୟ ମନ୍ଦିର ଭିତର ବେଢ଼ାକୁ ଏକଥର ବୁଲି ଭୋଗ ବାଢ଼ିବା ନିମନ୍ତେ ମହାସୁଆରକୁ ଦେଇ ଥାଆନ୍ତି। ଏହାପରେ ମୁଦିରସ୍ତ ପ୍ରସାଦ ଲାଗି କରିବା ପରେ ତିନି ବାଡ଼ରେ ତିନି ପୂଜାପଣ୍ଡା ପଞ୍ଚୋପଚାରରେ ମଣୋହି କରନ୍ତି। ଭୋଗ ସରିବା ପରେ ଶ୍ରୀଜିଉମାନଙ୍କୁ ବନ୍ଦାପନା କରାଯାଏ।

ମକର ସଂକ୍ରାନ୍ତି ପୂର୍ବଦିନ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ପବିତ୍ର ନବାଙ୍କ ବେଶ ସହ ଚାଉଳ ମେଲଣ ଓ ଫୁଲ ମେଲଣ ଉତ୍ସବ ମଧ୍ୟ ଅନୁଷ୍ଠିତ ହୁଏ। ଏହି ବେଶରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ପ୍ରଭୁ ଶ୍ରୀବଳଭଦ୍ର ଯଥାକ୍ରମେ ସୋଲ ନିର୍ମିତ ମକର କୁଣ୍ଡଳ ସହ ଶଙ୍ଖ,ଚକ୍ର,ହଳ ଓ ମୂଷଳ ଇତ୍ୟାଦି ଧାରଣ କରିଥାନ୍ତି।

Makar Sankranti ମକର ସଂକ୍ରାନ୍ତି ଶ୍ରୀମନ୍ଦିରରେ ମକର ସଂକ୍ରାନ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026
Latest News

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026

ବଜେଟରେ ନୂଆ ଯୋଜନା, କଲେଜ ପଢା ସରିବା ପରେ ଏଣିକି ଝିଅମାନଙ୍କୁ ମିଳିବ ଲକ୍ଷେ ଟଙ୍କା

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.