Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟସ୍ତରୀୟ ବ୍ୟାସକବି ଫକୀର ମୋହନ ସେନାପତିଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି
ଆଜିର ଖବର

ରାଜ୍ୟସ୍ତରୀୟ ବ୍ୟାସକବି ଫକୀର ମୋହନ ସେନାପତିଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି

January 15, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବ୍ୟାସକବି ଫକୀରମୋହନ ସେନାପତି ଓଡ଼ିଆ ଭାଷାସାହିତ୍ୟର ଉନ୍ନତି, ଓଡ଼ିଆ ସାମାଜିକ ଜୀବନର ବିକାଶ ତଥା ଓଡ଼ିଆର ନିଜସ୍ୱ ପରିଚୟ ସୃଷ୍ଟି ପାଇଁ ଆଜୀବନ ସଂଗ୍ରାମ କରିଥିଲେ । ଏକାଧାରେ ସେ ଥିଲେ ଜଣେ କୃତୀ ଶିକ୍ଷକ, ପାଠ୍ୟପୁସ୍ତକ ରଚୟିତା, ପତି୍ରକା ସଂପାଦକ ଏବଂ ସାହିତ୍ୟସ୍ରଷ୍ଟା । ସମସ୍ତ ଜୀବନକାଳ ସେ ଓଡ଼ିଆ ଭାଷା, ଓଡ଼ିଆ ଜାତୀୟ ଜୀବନର ବିକାଶ ପାଇଁ ଉତ୍ସର୍ଗ କରିଥିଲେ ବୋଲି ଅତିଥିମାନେ ମତବ୍ୟକ୍ତ କରିଛନ୍ତି ।

ଆଜି ସୂଚନା ଓ ଲୋକସଂପର୍କ ବିଭାଗ ଏବଂ ରାଜ୍ୟସ୍ତରୀୟ ବ୍ୟାସକବି ଫକୀର ମୋହନ ସ୍ମୃତି ସଂସଦର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ଜୟଦେବ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ବ୍ୟାସକବି ଫକୀର ମୋହନ ସେନାପତିଙ୍କ ଜୟନ୍ତୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ କହିଲେ ଯେ ଫକୀରମୋହନ ଓଡ଼ିଆ ଭାଷାର ଜଣେ କିମ୍ବଦନ୍ତୀ ପୁରୁଷ । ମୌଳିକ ଚିନ୍ତା, ମୌଳିକ ସୃଷ୍ଟି, ଓଡ଼ିଆ ଜନଜୀବନର ବାସ୍ତବ ଚିତ୍ର, ଚରିତ୍ର ଓ ଭାଷାକୁ ଏକାଠି କରି ସେ ଯେଉଁ ଅନବଦ୍ୟ ସାହିତ୍ୟକୃତି ସୃଷ୍ଟି କରିଯାଇଛନ୍ତି ସେଥିପାଇଁ ସେ ଏ ଜାତିର ଚିରନମସ୍ୟ ହୋଇ ରହିବେ ବୋଲି ଶ୍ରୀ ସାମଲ ପ୍ରକାଶ କରିଛନ୍ତି ।

ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭୁ୍ୟର ସଂପାଦିକା କସ୍ତୁରୀ ମହାପାତ୍ର ସମ୍ମାନୀୟ ଅତିଥି ଭାବେ ଯୋଗଦେଇ କହିଲେ ଯେ ବ୍ୟାସକବି ଫକୀରମୋହନ କେବଳ ଓଡ଼ିଆ ସାହିତ୍ୟ ନୁହେଁ, ଭାରତୀୟ ସାହିତ୍ୟରେ ଏକ ବିରଳ ଦୃଷ୍ଟାନ୍ତ ଥିଲେ । ତାଙ୍କର ସାହିତ୍ୟସୃଷ୍ଟି ଆଜି ଭାରତର ବିଭିନ୍ନ ଭାଷାରେ ଅନୂଦିତ ହୋଇ ପାଠକୀୟ ଆଦୃତି ଲାଭ କରିଛି । ମୁଖ୍ୟବକ୍ତା ଭାବେ ଯୋଗଦେଇ ବିଶିଷ୍ଟ ଶିକ୍ଷାବିତ୍‌ ଓ ସାହିତି୍ୟକ ସଂଘମିତ୍ରା ମିଶ୍ର ବ୍ୟାସକବି ଫକୀରମୋହନଙ୍କ ଜୀବନୀ ଓ ସାହିତ୍ୟକୃତିଗୁଡ଼ିକ ବାବଦରେ ବିସ୍ତୃତ ତଥ୍ୟ ଉପସ୍ଥାପନ କରିଥିଲେ ।

ଫକୀରମୋହନଙ୍କ ଅଭିନବ ଗଦ୍ୟଶୈଳୀ, କଥାସାହିତ୍ୟ ଓ କାଳ୍ପନିକ ଚରିତ୍ରଗୁଡ଼ିକ ଥିଲା ଅନନ୍ୟ । ଭାଷା ଆନ୍ଦୋଳନ, ସମ୍ବାଦପତ୍ର ପ୍ରକାଶ, ସଂଗଠନ, ଛାପାଖାନା ପ୍ରତିଷ୍ଠା, ଅନୁବାଦ ଏବଂ ସାମ୍ବାଦିକତା ଆଦି କ୍ଷେତ୍ରରେ ସେ ନିଜର ଅବଦାନ ରଖିଯାଇଛନ୍ତି ବୋଲି ମୁଖ୍ୟବକ୍ତା ପ୍ରକାଶ କରିଥିଲେ ।

ରାଜ୍ୟସ୍ତରୀୟ ବ୍ୟାସକବି ଫକୀର ମୋହନ ସ୍ମୃତି ସଂସଦର ସାଧାରଣ ସଂପାଦକ ଡ. ବିରାଜ ମୋହନ ଦାସ ପ୍ରାରମ୍ଭିକ ବକ୍ତବ୍ୟେରେ କହିଥିଲେ ଯେ ଓଡ଼ିଆ ଭାଷାର ସଂକଟ ସମୟରେ ଫକୀରମୋହନ ଭାଷା ଆନ୍ଦୋଳନର ପ୍ରମୁଖ କର୍ଣ୍ଣଧାର ଭାବେ ଉଭା ହୋଇଥିଲେ । ତାଙ୍କର ସାରସ୍ୱତ ସୃଷ୍ଟି ଚିରଦିନ ପାଇଁ ଓଡ଼ିଆ ସାହିତ୍ୟଜଗତକୁ ଆଲୋକିତ କରୁଥିବ ବୋଲି ସେ ପ୍ରକାଶ କରିଥିଲେ ।

ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ (ବୈଷୟିକ) ସୁରେନ୍ଦ୍ରନାଥ ପରିଡ଼ା ଅତିଥିମାନଙ୍କ ସ୍ୱାଗତ ଭାଷଣ ଅବସରରେ ଫକୀରମୋହନଙ୍କୁ ଓଡ଼ିଆ ଭାଷାସାହିତ୍ୟର ଜନକ, କଥାସମ୍ରାଟ, ବ୍ୟାସକବି ଭାବେ ସମ୍ମାନ ଦିଆଯାଇଛି ବୋଲି ଉଲ୍ଲେଖ କରିଥିଲେ। ସରଳ, ସୁଖପାଠ୍ୟ ଓ ଆକର୍ଷକ ଭାଷାରେ ବ୍ୟାସକବି ଫକୀରମୋହନ ନିଜର ଭାବକୁ ପ୍ରକାଶ କରୁଥିଲେ ବୋଲି ସେ କହିଥିଲେ। ପ୍ରାରମ୍ଭରେ ଅତିଥିମାନେ ବ୍ୟାସକବି ଫକୀର ମୋହନ ସେନାପତିଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ରାଜ୍ୟସ୍ତରୀୟ ବ୍ୟାସକବି ଫକୀର ମୋହନ ସ୍ମୃତି ସଂସଦର ସଭାପତି ଶ୍ରୀ ଜୀବନ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ । ସୂଚନା ଅଧିକାରୀ ତନୁଜା ମହାନ୍ତି କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ଏହି ଅବସରରେ ପୂର୍ଣ୍ଣଚନ୍ଦ୍ର ପଟ୍ଟନାୟକଙ୍କ ଆବାହକତ୍ୱରେ ବ୍ୟାସକବି ଫକୀରମୋହନ ସେନାପତିଙ୍କ ସୃଷ୍ଟି ଓ ସାଧନାକୁ ନେଇ ଅନୁଷ୍ଠିତ କବିତା ପାଠୋତ୍ସବ ଆୟୋଜିତ ହୋଇଥିଲା । ଏଥିରେ ଶ୍ରୀ ଯୋଗେନ୍ଦ୍ର କୁମାର ନାୟକ, ସନ୍ଧ୍ୟାରାଣୀ ପରିଜା, ସୌଦାମିନୀ ସାମନ୍ତରାୟ ଓ ଗୀତାଞ୍ଜଳି ମହାନ୍ତି ସଂଯୋଜନା କରିଥିବାବେଳେ ଶତାଧିକ କବି ଶ୍ରୁତିମଧୁର କବିତା ପାଠ କରିଥିଲେ । କାର୍ଯ୍ୟକ୍ରମ ଶେଷରେ ଇଟିକିଲି ମିଟିକିଲି ଅନୁଷ୍ଠାନ ତରଫରୁ ଶିଶୁ କଳାକାରମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ସୂଚନା ଓ ଲୋକସଂପର୍କ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ସୂଚନା ଅଧିକାରୀ ପ୍ରମୋଦିନୀ ଟେଟେ, ରାଜ୍ୟସ୍ତରୀୟ ଫକୀରମୋହନ ସ୍ମୃତି ସଂସଦର ସଦସ୍ୟ ରଜତ କୁମାର ପାତ୍ର, ସୂଚନା ଓ ଲୋକସଂପର୍କ ବିଭାଗର ବହୁ ବରିଷ୍ଠ ଅଧିକାରୀ ଏବଂ କର୍ମଚାରୀଙ୍କ ସମେତ ଛାତ୍ରଛାତ୍ରୀ, ଗଣମାଧ୍ୟମର ପ୍ରତିନିଧି ଏବଂ ବୁଦ୍ଧିଜୀବୀ ଯୋଗ ଦେଇଥିଲେ ।

Fakirmohan Senapati ଫକୀରମୋହନ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରେମିକକୁ ଜୀଅନ୍ତା ଜାଳିଲା ପ୍ରେମିକା

April 22, 2026

ଅନିଶ୍ଚିତତାରେ ଇରାନ- ଆମେରିକା ଶାନ୍ତି ଆଲୋଚନା

April 22, 2026

ନୀତି ଓ ଜନସାଧାରଣଙ୍କ ମଧ୍ୟରେ ସଂଯୋଗର ସେତୁ ସାଜିଛି କମ୍ୟୁନିଟି ରେଡିଓ

April 22, 2026

ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ନିର୍ମଳ ମୁଣ୍ଡା ପରିବେଶ ପଥ, ଜନଜାତି ସଂଗ୍ରହାଳୟ ଏବଂ ସମନ୍ୱିତ ନିର୍ଦ୍ଦେଶ ଓ ନିୟନ୍ତ୍ରଣ କେନ୍ଦ୍ର ଉଦଘାଟିତ

April 22, 2026
Latest News

ପ୍ରେମିକକୁ ଜୀଅନ୍ତା ଜାଳିଲା ପ୍ରେମିକା

April 22, 2026

ଅନିଶ୍ଚିତତାରେ ଇରାନ- ଆମେରିକା ଶାନ୍ତି ଆଲୋଚନା

April 22, 2026

ନୀତି ଓ ଜନସାଧାରଣଙ୍କ ମଧ୍ୟରେ ସଂଯୋଗର ସେତୁ ସାଜିଛି କମ୍ୟୁନିଟି ରେଡିଓ

April 22, 2026

ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ନିର୍ମଳ ମୁଣ୍ଡା ପରିବେଶ ପଥ, ଜନଜାତି ସଂଗ୍ରହାଳୟ ଏବଂ ସମନ୍ୱିତ ନିର୍ଦ୍ଦେଶ ଓ ନିୟନ୍ତ୍ରଣ କେନ୍ଦ୍ର ଉଦଘାଟିତ

April 22, 2026

ଓଡ଼ିଆ ସାମ୍ବାଦିକତାରେ ପିଜି ଡିପ୍ଲୋମା ପାଇଁ ଆଇଆଇଏମ୍ସି ଢେଙ୍କାନାଳରେ ଆବେଦନ ଆରମ୍ଭ

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.