Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆପଣ ଆପଣଙ୍କ ଗ୍ରାମର ମୋଦୀ: ମେଘାଳୟର ସିଲ୍‌ମେ ମାରାକଙ୍କୁ କହିଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଆପଣ ଆପଣଙ୍କ ଗ୍ରାମର ମୋଦୀ: ମେଘାଳୟର ସିଲ୍‌ମେ ମାରାକଙ୍କୁ କହିଲେ ପ୍ରଧାନମନ୍ତ୍ରୀ

January 19, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀ ମାନଙ୍କ ସହ ଆଲୋଚନା କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଦେଶର ବିଭିନ୍ନ ସ୍ଥାନରୁ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହଜାର ହଜାର ହିତାଧିକାରୀ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀ, ସାଂସଦ, ବିଧାୟକ ଓ ସ୍ଥାନୀୟ ସ୍ତରର ପ୍ରତିନିଧିମାନେ ଯୋଗ ଦେଇଥିଲେ।

ମେଘାଳୟର ରି ଭୋଇର ସିଲ୍‌କେ ମାରାକଙ୍କ ଜୀବନ ସେତେେବେଳେ ଏକ ସକାରାତ୍ମକ ମୋଡ଼ ନେଇଥିଲା, ଯେତେବେଳେ ସେ ତାଙ୍କ ଛୋଟ ଦୋକାନରୁ ଆଗକୁ ବଢ଼ି ସ୍ୱୟଂ ସହାୟକ ଗୋଷ୍ଠୀରେ ସ୍ନାତକ ହାସଲ କରିଥିଲେ। ସେ ବର୍ତ୍ତମାନ ସ୍ଥାନୀୟ ମହିଳା ମାନଙ୍କୁ ସ୍ୱୟଂ ସହାୟକ ଗୋଷ୍ଠୀରେ ସଂଗଠିତ ହେବାରେ ସାହାଯ୍ୟ କରୁଛନ୍ତି ଏବଂ ୫୦ରୁ ଅଧିକ ସ୍ୱୟଂ ସହାୟକ ଗୋଷ୍ଠୀ ଗଠନରେ ସାହାଯ୍ୟ କରିଛନ୍ତି। ସେ ପିଏମ୍ କିଷାନ ସମ୍ମାନ ନିଧି, ବୀମା ଏବଂ ଅନ୍ୟାନ୍ୟ ଯୋଜନା ଗୁଡିକର ହିତାଧିକାରୀ ମଧ୍ୟ ଅଟନ୍ତି।

ଶ୍ରୀମତୀ ସିଲ୍‌ମେ ନିକଟରେ ତାଙ୍କ ସମ୍ପ୍ରସାରିତ କାର୍ଯ୍ୟ ପାଇଁ ଏକ ସ୍କୁଟି କିଣିଛନ୍ତି। ସେ ତାଙ୍କ ବ୍ଲକରେ ଏକ ଗ୍ରାହକ ସେବା ପଏଣ୍ଟ ମଧ୍ୟ ଚଳାଉଛନ୍ତି ଏବଂ ଲୋକଙ୍କୁ ସରକାରୀ ଯୋଜନାର ଲାଭ ଉଠାଇବାରେ ସାହାଯ୍ୟ କରନ୍ତି। ତାଙ୍କ ଗ୍ରୁପ୍ ଖାଦ୍ୟ ପ୍ରକ୍ରିୟାକରଣ ଓ ବେକେରୀରେ ମଧ୍ୟ ସକ୍ରିୟ ରହିଛି। ପ୍ରଧାନମନ୍ତ୍ରୀ ତାଙ୍କ ଆତ୍ମବିଶ୍ୱାସକୁ ପ୍ରଶଂସା କରିବା ସହ ତାଙ୍କ ସମ୍ମାନ ଉଦ୍ଦେଶ୍ୟରେ ତାଳି ମାରିଥିଲେ।

ସରକାରୀ ଯୋଜନା ଗୁଡ଼ିକରେ ତାଙ୍କର ଅଭିଜ୍ଞତା ଏବଂ ହିନ୍ଦୀ ଭାଷା ଉପରେ ଉଚ୍ଚକୋଟୀର ଦଖଲ ରହିଥିବା ଅନୁଭବ କରି  “ଆପଣ ବହୁତ ଦକ୍ଷ, ବୋଧ ହୁଏ ମୋ ଠାରୁ ମଧ୍ୟ ଭଲ” ବୋଲି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କର ସାମାଜିକ ସେବା ମନୋଭାବକୁ ପ୍ରଶଂସା କରିଥିଲେ ଏବଂ “ଆପଣଙ୍କ ଭଳି ଲୋକ ମାନଙ୍କର ସମର୍ପଣ ହେଉଛି ପ୍ରତ୍ୟେକ ନାଗରିକଙ୍କ ନିକଟରେ ସରକାରୀ ଯୋଜନାର ଲାଭ ପହଞ୍ଚାଇବା ପାଇଁ ଆମର ସଂକଳ୍ପ ପଛର ଶକ୍ତି। ଆପଣ ମାନଙ୍କ ଭଳି ଲୋକମାନେ ହିଁ ମୋର କାମକୁ ସହଜ କରି ଦେଇଛନ୍ତି। ଆପଣ ହିଁ ଆପଣଙ୍କ ଗ୍ରାମର ମୋଦୀ” ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।

bikashit bharat meghalaya narendra modi sankalpa yatra
Share. Facebook Twitter LinkedIn Email WhatsApp Copy Link

Related Posts

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

ଏହି ପ୍ୟାକେଜ୍ ଖାଦ୍ୟ ଉପରେ ସୁପ୍ରିମକୋର୍ଟଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ: ପ୍ରଦର୍ଶିତ ହେବ ଲାଲ ଚିହ୍ନ

September 11, 2026

ବ୍ରିକ୍ସ ପାଇଁ ଉଡାଣ ଭରିବା ପରେ ଟ୍ରମ୍ପଙ୍କୁ ତାଚ୍ଛଲ୍ୟ କଲେ ଇରାନ ରାଷ୍ଟ୍ରପତି: ଭାରତକୁ ପ୍ରଶଂସା

September 11, 2026

ସୁନା ଓ ରୂପା ହେଲା ମହଙ୍ଗା: ଜାଣନ୍ତୁ ଆଜିର ମୂଲ୍ୟ

September 11, 2026
Latest News

ଓଡ଼ିଶା ପୋଲିସର ନୂଆ ପଦକ୍ଷେପ: ‘ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍‌ରେ ମିଳିବ ୧୪ଟି ପୋଲିସ ସେବା

September 11, 2026

ଇଣ୍ଟରନେଟ୍ ସ୍ଲୋ ହେଲେ ବି ଚିନ୍ତା ନାହିଁ!: ଆସିଲା UPI Tap & Pay

September 11, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

କ୍ରସ୍ ଭୋଟିଂ ମାମଲାରେ ନୂଆ ମୋଡ଼, ୮ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ହାଇକୋର୍ଟ ଗଲା ବିଜେଡି

September 11, 2026

ଏହି ପ୍ୟାକେଜ୍ ଖାଦ୍ୟ ଉପରେ ସୁପ୍ରିମକୋର୍ଟଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ: ପ୍ରଦର୍ଶିତ ହେବ ଲାଲ ଚିହ୍ନ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.