Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ
ଆଜିର ଖବର

କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ

January 26, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ବର: କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ୭୫ତମ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ରାଜ୍ୟର ଅଭିବୃଦ୍ଧି ଓ ବିକାଶ ଦିଗରେ କୃଷିର ମୁଖ୍ୟ ଭୂମିକା ଉପରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ଗୁରୁତ୍ୱାରୋପ କରିଛନ୍ତି।

ଆଜି କୃଷି ଭବନଠାରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଆୟୋଜିତ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ଜାତୀୟ ପତାକା ଉତ୍ତୋଳନ କରି ଡ. ପାଢ଼ୀ ଭାରତର ସ୍ୱାଧୀନତା ସଂଗ୍ରାମୀ ଓ ଦୂରଦର୍ଶୀ ନେତାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ଯେଉଁମାନେ ସ୍ୱାଧୀନ ଭାରତବର୍ଷକୁ ଏକ ପ୍ରଜାତନ୍ତ୍ରର ରୂପ ଦେଇଛନ୍ତି।

ଡ. ପାଢ଼ୀ ସାର୍ବଜନୀନ ଭ୍ରାତୃତ୍ୱ, ଅହିଂସା ଏବଂ ଶାନ୍ତିର ଆଲୋକବର୍ତ୍ତିକା ଭାବରେ ଭାରତବର୍ଷର ଅଦ୍ୱିତୀୟ ସ୍ଥିତି ଉପରେ ଆଲୋଚନା କରି ସମସ୍ତଙ୍କୁ ସମ୍ବିଧାନର ଆଦର୍ଶ ଓ ଚେତନାକୁ ସମ୍ମାନ ଓ ଅନୁପାଳନ କରିବାକୁ କହିଥିଲେ।

କୃଷି ଓ କୃଷକ ସଶକ୍ତିକରଣ ବିଭାଗ ନିରନ୍ତର କୃଷି ସହିତ କୃଷକମାନଙ୍କ ଆୟବୃଦ୍ଧି ଏବଂ ଜନସାଧାରଣଙ୍କ ଖାଦ୍ୟ ନିରାପତ୍ତାକୁ ସୁନିଶ୍ଚିତ କରିବା ପାଇଁ ପ୍ରତିଶ୍ରୁତିବଦ୍ଧତାର ଲକ୍ଷ୍ୟ ସାଧାରଣତନ୍ତ୍ର ଦିବସ ପାଳନର ଆହ୍ୱାନ ସହିତ ଯୋଡ଼ି ହୋଇ ରହିଛି। ଏହା ରାଜ୍ୟର କୃଷି ପ୍ରେକ୍ଷାପଟରେ ଏକ ସକାରାତ୍ମକ ରୂପାନ୍ତରଣ ଆଣିବ ଏବଂ ସ୍ଥିତିସ୍ଥାପକ ଓ ସମୃଦ୍ଧ ଭବିଷ୍ୟତ ନିର୍ମାଣ ଦିଗରେ ପ୍ରେରିତ କରିବ ବୋଲି ଡ. ପାଢ଼ୀ କହିଥିଲେ।

ଏହି ଅବସରରେ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଶ୍ରୀ ପ୍ରେମଚନ୍ଦ୍ର ଚୌଧାରୀ, ଉଦ୍ୟାନ କୃଷି ନିର୍ଦ୍ଦେଶକ ଶ୍ରୀ ରୋହିତ କୁମାର ଲେଙ୍କାଙ୍କ ସମେତ ବରିଷ୍ଠ ଅଧିକାରୀ ଓ କର୍ମଚାରୀବୃନ୍ଦ ଉପସ୍ଥିତ ଥିଲେ।

republicday RepublicDay2024 ସାଧାରଣତନ୍ତ୍ର ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026
Latest News

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.