Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା କଂଗ୍ରେସ ତରଫରୁ ୭୫ତମ ଗଣତନ୍ତ୍ର ଦିବସ ପାଳିତ
ଆଜିର ଖବର

ଓଡିଶା କଂଗ୍ରେସ ତରଫରୁ ୭୫ତମ ଗଣତନ୍ତ୍ର ଦିବସ ପାଳିତ

January 26, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଓଡିଶା କଂଗ୍ରେସ ତରଫରୁ ୭୫ତମ ଗଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର : ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ୭୫ତମ ଗଣତନ୍ତ୍ର ଦିବସ ଭୁବନେଶ୍ୱର କଂଗ୍ରେସ ଭବନ ଠାରେ ପାଳିତ ହୋଇଯାଇଛି । ଏହି ଅବସରରେ କଂଗ୍ରେସ ଭବନ ପରିସରରେ ଆୟୋଜିତ ପତାକା ଉତୋଳନ କାର୍ଯ୍ୟକ୍ରମରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀଯୁକ୍ତ ଶରତ ପଟ୍ଟନାୟକ ଜାତୀୟ ପତାକା ଉତୋଳନ କରି ଉପସ୍ଥିତ କଂଗ୍ରେସ ନେତୃବୃନ୍ଦ ଓ କର୍ମୀମାନଙ୍କୁ ଉଦ୍‌ବୋଧନ ଦେଇଥିଲେ।

ସେ କହିଥିଲେ ଯେ ମହାତ୍ମାଗାନ୍ଧୀ, ଜବାହାରଲାଲ ନେହେରୁ,ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଏବଂ ଆମ ପୂର୍ବସୂରୀ ଯେଉଁମାନେ କି ଦେଶ ପାଇଁ ତ୍ୟାଗ ଓ ବଳିଦାନ ଦେଇଛନ୍ତି ସେମାନଙ୍କ ପ୍ରତି ଗଭୀର କୃତଜ୍ଞତା ଜଣାଉଛି। ଭାରତର ସମ୍ବିଧାନ ହିଁ ଦେଶର ଆତ୍ମା। ସମ୍ବିଧାନ ପ୍ରଣେତା ଡ. ଆମ୍ବେଦକରଙ୍କୁ ଏ ଜାତି ଭୁଲିପାରିବ ନାହିଁ। କିନ୍ତୁ ସମ୍ବିଧାନ ଓ ଗଣତନ୍ତ୍ର ଆଜି ବିପଦରେ।ବିଜେଡ଼ି ଓ ବିଜେପି ଧର୍ମ ନାମରେ ରାଜନୀତି କରୁଛନ୍ତି। ଏହି କାର୍ଯ୍ୟକ୍ରମକୁ ସେବାଦଳ ପକ୍ଷରୁ ଅଧ୍ୟକ୍ଷ ଡ. ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ର ଓ ଜ୍ୟୋତିଶ କୁମାର ସାହୁ ପରିଚାଳନା କରିଥିଲେ।

ଆଜିର ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ଜୟଦେବ ଜେନା, ଡ.ରାମଚନ୍ଦ୍ର ଖୁଂଟିଆ, ଶିବାନନ୍ଦ ରାୟ, ସୁରେଶ କୁମାର ରାଉତରାୟ, ବିଶ୍ୱରଞ୍ଜନ ମହାନ୍ତି, ଯୁଧିଷ୍ଠିର ଜେନା, ଦାଶରଥୀ ଗମାଙ୍ଗୋ, ଅନନ୍ତ ପ୍ରସାଦ ସେଠୀ, କିଶୋର ଜେନା, ବିଶ୍ୱଜିତ ଦାଶ, ମନୋରଞ୍ଜନ ଦାଶ, ଚିନ୍ମୟସୁନ୍ଦର ଦାସ, ଚିନ୍ମୟ ପ୍ରସାଦ ବେହୁରା, ପଂଚାନନ ଦାସ, ଶ୍ରୀନିବାସ ରାଉତରାୟ, କୁମାର ଚୀରଞ୍ଜବି, ରଶ୍ମି ମହାପାତ୍ର, ପ୍ରକାଶ ମିଶ୍ର, ହଳଧର ସେଠୀ, ଅମୀୟ ପଟ୍ଟନାୟକ, ପ୍ରଣତୀ ମିଶ୍ର, ତରୁଣ ମିଶ୍ର, ପୃଥିବୀ ବଲ୍ଲଭ ପଟ୍ଟନାୟକ, ବିସ୍ମୟ ମହାପାତ୍ର, ତାରା ପଟ୍ଟନାୟକ, ସୁବ୍ରତ ମହାପାତ୍ର, ଆଲୋକ ଲେଙ୍କା, ଜ୍ଞାନ ପଟ୍ଟନାୟକ, ରଜନୀ ମହାନ୍ତି, ସୁଶାନ୍ତ ତ୍ରୀପାଠୀ, ସଂଜୟ ତ୍ରିପାଠୀ, ମିହିର ଆଚାର୍ଯ୍ୟ, ସ୍ନେହଲତା ରାୟ, ଅମିତା ବିଶ୍ୱାଳ, ରସିକ ପଟ୍ଟନାୟକ, ଜୟକୃଷ୍ଣ ସୁବୁଧି, ଆଲୋକ ମହାନ୍ତି, ରାଜକିଶୋର ବାରିକ, ନିରଦବରଣ ଖୁଂଟିଆ, ନରୋତମ ନାୟକ, ମିତ୍ରଭାନୁ ମହାପାତ୍ର, ପ୍ରଭାତ ପ୍ରତାପ ସିଂ, କୈଳାସ ସାହୁ, ମନୋଜ ସାହୁ, ଏମ୍‌ଡ଼ି ସାହାଦୁଲ୍ଲା, ଶିଳ୍ପୀଶ୍ରୀ ହରିଚନ୍ଦନ, ଜାନକୀ ମଲ୍ଲିକ, ଶ୍ରୀୟାସ୍ମିତା ପଣ୍ଡା, ମନୋରଞ୍ଜନ ରାଉତରାୟ, ସିଲି ସେଠୀ, ପ୍ରଶାନ୍ତ ଚମ୍ପତି, ଭାଷ୍କର ସେଠୀ, ବିନୋଦ ପାଣି, ସଂଜୟ ମିଶ୍ର, ନଳୀନ ବେହେରା, ମୁନୁ ସରାଫ, କୁଳମଣି ସାହୁ, ଖଗେଶ୍ୱର ମଲ୍ଲିକ, ପ୍ରସନ୍ନ ପାଇକରାୟ, ବସନ୍ତ ପଣ୍ଡା, ସୁବାଷ ପ୍ରଧାନ, ଅକ୍ଷୟ ମୁଦୁଲି, ନିରୋଜ ଲୋଚନ ଦାସ ଓ ନାରାୟଣ ଜେନା, ସାଗର ପରିଡ଼ା ପ୍ରମୁଖ ଉପସ୍ଥିତ ଥିଲେ ।

republicday ଓଡିଶା କଂଗ୍ରେସ କଂଗ୍ରେସ ଗଣତନ୍ତ୍ର ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026

ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ, ରାଜ୍ୟ ନେତାଗଣ ବେଶ ଚଳଚଞ୍ଚଳ

May 17, 2026

୫ ଦିନିଆ ଅଭିଯାନରେ ପୋଲିସକୁ ବ୍ୟାପକ ସଫଳତା: ୧୭୭୧ ଗିରଫ, ବିପୁଳ ପରିମାଣର ଗଞ୍ଜେଇ ଜବତ

May 17, 2026

ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର: ଦୁଇ ଅଟକ 

May 17, 2026
Latest News

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026

ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ, ରାଜ୍ୟ ନେତାଗଣ ବେଶ ଚଳଚଞ୍ଚଳ

May 17, 2026

ସିନ୍ଧୁ ଜଳ ଚୁକ୍ତିନାମା ଉପରେ ଅନ୍ତର୍ଜାତୀୟ ନ୍ୟାୟାଳୟର ନିଷ୍ପତ୍ତିକୁ ଭାରତର ପ୍ରତ୍ୟାଖ୍ୟାନ: ପାକିସ୍ତାନକୁ ଚେତାବନୀ

May 17, 2026

୫ ଦିନିଆ ଅଭିଯାନରେ ପୋଲିସକୁ ବ୍ୟାପକ ସଫଳତା: ୧୭୭୧ ଗିରଫ, ବିପୁଳ ପରିମାଣର ଗଞ୍ଜେଇ ଜବତ

May 17, 2026

ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର: ଦୁଇ ଅଟକ 

May 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.