Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟରେ ୭୫ ତମ ସାଧାରଣତନ୍ତ୍ର ଦିବସ ପାଳିତ
ଆଜିର ଖବର

ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟରେ ୭୫ ତମ ସାଧାରଣତନ୍ତ୍ର ଦିବସ ପାଳିତ

January 27, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶୁକ୍ରବାର ଦିନ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟରେ ୭୫ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ସୋଆର କୁଳାଧିପତି ପ୍ରଫେସର (ଡଃ) ଅମିତ ବାନାର୍ଜୀ ଜାତୀୟ ପତାକା ଉତୋଳନ କରି ଛାତ୍ରଛାତ୍ରୀମାନଙ୍କୁ ରାଷ୍ଟ୍ର ନିର୍ମାଣ ପ୍ରକ୍ର୍ରିୟାରେ ସହଯୋଗ କରିବାକୁ ପରାମର୍ଶ ଦେଇଥିଲେ। ରାଷ୍ଟ୍ର ନିର୍ମାଣ ପ୍ରକ୍ରିୟାରେ ଭାରତର ନାଗରିକମାନେ, ବିଶେଷକରି ଯୁବଶକ୍ତି ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି ଏବଂ ଏହାକୁ ଗଠନ କରିବାର ଶକ୍ତି ସେମାନଙ୍କ ପାଖରେ ଅଛି ବୋଲି ପରେଡରେ ଅଭିବାଦନ ଗ୍ରହଣ କରି ସେ କହିଥିଲେ।

ରାଷ୍ଟ୍ର ନିର୍ମାଣ ଏକ ଦିନର କାର୍ଯ୍ୟକ୍ରମ ନୁହେଁ ଏବଂ ଏହା କେବଳ ସରକାରଙ୍କ ଦାୟିତ୍ୱ ନୁହେଁ ବରଂ ସମସ୍ତ ନାଗରିକଙ୍କ ସାମୂହିକ କର୍ତବ୍ୟ ଅଟେ। ଏହା ଏକ ବୋଝ ନୁହେଁ ବରଂ ଏକ ସୌଭାଗ୍ୟ। ଶିକ୍ଷା, ସ୍ୱାସ୍ଥ୍ୟସେବା, ଅର୍ଥନୀତି, ଭିତିଭୂମି, ପ୍ରଯୁକ୍ତିବିଦ୍ୟା, ସାମାଜିକ ନ୍ୟାୟ ଏବଂ ସଂସ୍କୃତି ଭଳି ବିଭିନ୍ନ କ୍ଷେତ୍ରରେ ଭାରତର ସଫଳତା ଏବଂ ଆକାଂକ୍ଷା ପାଇଁ ଗର୍ବିତ ହେବାର କାରଣ ରହିଛି ବୋଲି ପ୍ରକାଶ କରି ପ୍ରଫେସର ବାନାର୍ଜୀ କହିଥିଲେ ଯେ ଭାରତ ପୃଥିବୀର ଦ୍ରୁତତମ ବୃଦ୍ଧି ପାଉଥିବା ତଥା ପ୍ରଭାବଶାଳୀ ଦେଶ ଭାବରେ ଉଭା ହୋଇଛି।

ବିଶ୍ୱବିଦ୍ୟାଳୟର ଷ୍ଟାଡିୟମ୍‌ରେ ଆୟୋଜିତ ସମାରୋହରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ବିଭିନ୍ନ ଅନୁଷ୍ଠାନର ଡିନ୍‌, ନିର୍ଦ୍ଦେଶକ, ଛାତ୍ର ଏବଂ ଅଧିକାରୀମାନେ ଉପସ୍ଥିତ ଥିଲେ। ସୋଆ ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମରେ ସୋଆର ସ୍ପୋର୍ଟ୍ସ ଅଫିସର ଶ୍ରୀମତି ସୁନିତା ବର୍ମାଙ୍କ ସମେତ ଏହା ଅଧିନରେ ଥିବା ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ, ଏନ୍‌ସିସ କ୍ୟାଡେଟ, ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀ, ସୋଆ ପରିଚାଳିତ ଯୁକ୍ତ ଦୁଇ ବିଜ୍ଞାନ କଲେଜ ଏବଂ ସିକ୍ୟୁରିଟି ୱିଙ୍ଗ ଅଂଶଗ୍ରହଣ କରିଥିଲେ। ପ୍ୟାରେଡରେ ଉତ୍କର୍ଷତା ନିମନ୍ତେ ଯୁକ୍ତ ଦୁଇ ବିଜ୍ଞାନ କଲେଜ, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍‌) ଏବଂ ଏନ୍‌ଏସ୍‌ଏସ୍‌କୁ ଯଥାକ୍ରମେ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ପୁରସ୍କାର ପ୍ରଦାନ କରାଯାଇଥିଲା।

ପ୍ୟାରେଡକୁ ନେତୃତ୍ୱ ଦେଇଥିବା ଏନ୍‌ସିସିର ବରିଷ୍ଠ ଅଫିସର ରଣବୀର ସିଂ ଏବଂ ଜୁନିଅର ଅଫିସର ପୁଟା ସିଦ୍ଧାର୍ଥଙ୍କୁ ଏହି ଅବସରରେ କୁଳାଧିପତି ଏବଂ କୁଳପତି ସମ୍ମାନିତ କରିଥିଲେ। ଏହି କାର୍ଯ୍ୟକ୍ରମ ଶେଷରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ପ୍ରଫେସର (ଡଃ) ବାନାର୍ଜୀ ସୋଆରେ ପଢ଼ୁଥିବା ଅନ୍ୟ ଦେଶର ଛାତ୍ରଛାତ୍ରୀମାନଙ୍କୁ ମଧ୍ୟ ସମ୍ବୋଧିତ କରି ସେମାନଙ୍କୁ କ୍ୟାମ୍ପସ୍‌ର ଏକାଡେମିକ୍ ଏବଂ ସାଂସ୍କୃତିକ ବିବିଧତାକୁ ସମୃଦ୍ଧ କରିବାକୁ ଆହ୍ୱାନ ଦେଇଥିଲେ। ଏହାଦ୍ୱାରା ଭାରତ ଏବଂ ସେମାନଙ୍କ ଦେଶ ମଧ୍ୟରେ ପାରସ୍ପରିକ ବୁଝାମଣା ଏବଂ ସହଯୋଗକୁ ବୃଦ୍ଧି ହୋଇପାରିବ ବୋଲି ସେ କହିଥିଲେ।
କୁଳପତି ପ୍ରଫେସର ନନ୍ଦ ବିଶ୍ୱବିଦ୍ୟାଳୟ କାର୍ଯ୍ୟାଳୟରେ ତ୍ରିରଙ୍ଗା ଉତୋଳନ କରିଥିଲେ।

ଗତବର୍ଷରେ ଭାରତର ବିଭିନ୍ନ ସଫଳତାକୁ ଉଲ୍ଲେଖ କରି ଚନ୍ଦ୍ରାୟନ କାର୍ଯ୍ୟକ୍ରମର ସଫଳତା ତଥା ଦେଶକୁ ଡିଜିଟାଲ୍ କରିବା ଦିଗରେ ଅଗ୍ରଗତି ଉଲ୍ଲେଖନୀୟ ସଫଳତା ବୋଲି କହିଥିଲେ। ସ୍ୱାସ୍ଥ୍ୟସେବା ସୁବିଧାର ପ୍ରସାର କରି ସୋଆ ରାଜ୍ୟରେ ଅତୁଳନୀୟ ଯୋଗଦାନ କରିପାରିଛି ବୋଲି କହି ନିକଟରେ ଫୁଲନଖରାରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଦ୍ୱିତୀୟ କ୍ୟାମ୍ପସ ଉଦ୍‌ଘାଟନ ହୋଇଥିବା ସେ ଉଲ୍ଲେଖ କରିଥିଲେ। ଖୁବଶୀଘ୍ର ଗଞ୍ଜାମ ଜିଲ୍ଲାର ସୀତାପାଲ୍ଲୀରେ ହସ୍ପିଟାଲ୍‌ର ଏକ ତୃତୀୟ କ୍ୟାମ୍ପସ୍ ଉଦ୍‌ଘାଟନ କରାଯିବ ବୋଲି ସେ କହିଥିଲେ।

ସୋଆର ଉପକୁଳପତି ପ୍ରଫେସର ଶିତିକଣ୍ଠ ମିଶ୍ର, ବିଶ୍ୱବିଦ୍ୟାଳୟର ଆଉଟରିଚ୍ ପ୍ରୋଗ୍ରାମର ନିର୍ଦ୍ଦେଶକ ପ୍ରଫେସର ନଚିକେତା ଶର୍ମା, ଯୁଗ୍ମ ରେଜିଷ୍ଟ୍ରାର ଭୀଷ୍ମ ଚରଣ ଦାସ ଏବଂ ଶଶାଙ୍କ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

republicday soa ଶିକ୍ଷା ଓ ଅନୁସନ୍ଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

March 17, 2026

କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର: ଗିରିଜା ବଳିୟାରସିଂହ ମନୋନିତ

March 17, 2026

ଆଜି ୧୭ ତାରିଖ ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିମାନେ ସବୁକ୍ଷେତ୍ରରେ ହେବେ ସଫଳତା, ଜାଣନ୍ତୁ ରାଶିଫଳ

March 17, 2026

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026
Latest News

ବେଆଇନ ମହଜୁଦକାରୀ ଏବଂ କଳାବଜାର ରୋକିବା ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟାନୁଷ୍ଠାନ

March 17, 2026

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

March 17, 2026

କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର: ଗିରିଜା ବଳିୟାରସିଂହ ମନୋନିତ

March 17, 2026

ଆଜି ୧୭ ତାରିଖ ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିମାନେ ସବୁକ୍ଷେତ୍ରରେ ହେବେ ସଫଳତା, ଜାଣନ୍ତୁ ରାଶିଫଳ

March 17, 2026

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.