Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏମ୍ସ ଭୁବନେଶ୍ୱରରେ ଦେଶପ୍ରେମର ଅନନ୍ୟ ବାତାବରଣ ମଧ୍ୟରେ ୭୫ତମ ଗଣତନ୍ତ୍ର ଦିବସ ପାଳିତ 
ଆଜିର ଖବର

ଏମ୍ସ ଭୁବନେଶ୍ୱରରେ ଦେଶପ୍ରେମର ଅନନ୍ୟ ବାତାବରଣ ମଧ୍ୟରେ ୭୫ତମ ଗଣତନ୍ତ୍ର ଦିବସ ପାଳିତ 

January 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଦେଶପ୍ରେମର ଅନନ୍ୟ ବାତାବରଣ ମଧ୍ୟରେ ଏମ୍ସ ଭୁବନେଶ୍ୱରରେ ୭୫ତମ ଗଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଜାତୀୟ ସ୍ୱାସ୍ଥ୍ୟ ପ୍ରତିଷ୍ଠାନର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ଵାସ ଅମୃତ କାଳର ଏହି ଅବିସ୍ମରଣୀୟ ମୂହୁର୍ତ୍ତରେ ଜାତୀୟ ପତାକା ଉତ୍ତୋଳନ କରିଥିଲେ।

ଏହି ଅବସରରେ ସ୍ବାସ୍ଥ୍ୟ ସେବା ଯୋଗାଇବାଦେବାରେ ସମଗ୍ର ପୂର୍ବଭାରତର ବିଶ୍ଵାସ ଜିଣିପାରିଥିବା ଏମ୍ସ ଭୁବନେଶ୍ୱର ଏହି ଅମୃତ କାଳ ସମୟରେ ନିରନ୍ତର ଉତ୍ସର୍ଗୀକୃତ ତଥା ଅଭିନବ ସ୍ୱାସ୍ଥ୍ୟସେବା ସମାଧାନ ସହିତ ମାତୃଭୂମିର ସେବା କରିବାର ପ୍ରତିବଦ୍ଧତା ସମ୍ପର୍କରେ ମତବ୍ୟକ୍ତ କରିଥିଲେ ଡ. ବିଶ୍ଵାସ।

ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଯୋଗାଇଦେବା ନିମନ୍ତେ ଏମ୍ସ ପକ୍ଷରୁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସୂଚନା ଦେବା ସହିତ ନିକଟରେ ଆରମ୍ଭ ହୋଇଥିବା ଡ୍ରୋନ୍ ସ୍ୱାସ୍ଥ୍ୟ ସେବା ବାବଦରେ ପ୍ରକାଶ କରିଥିଲେ। ଏଥିସହିତ ଆଗାମୀ ଦିନମାନଙ୍କରେ ଏମ୍ସ ପକ୍ଷରୁ ହେବାକୁ ଥିବା ଏକାଧିକ ନୂତନ ବ୍ୟବସ୍ଥା ଉପରେ ସୂଚନା ରଖିଥିଲେ ଡ. ବିଶ୍ଵାସ।

ଏହି କାର୍ଯ୍ୟକ୍ରମରେ ଡ. ବିଶ୍ଵାସଙ୍କ ସମେତ ଡିନ୍ ଡ. ପି ଆର ମହାପାତ୍ର, ଡ. ସତ୍ୟଜିତ ମିଶ୍ର, ଡ. ସୌଭାଗ୍ୟ କୁମାର ଜେନା, ମେଡିକାଲ ଅଧିକ୍ଷକ ଡ. ଦିଲ୍ଲୀପ କୁମାର ପରିଡ଼ା ପ୍ରମୁଖ ଉପସ୍ଥିତ ଥିଲେ। ଭାରପ୍ରାପ୍ତ ଡିଡିଏ ରଶ୍ମି ରଂଜନ ସେଠୀ ଧନ୍ୟବାଦ ଅର୍ପଣ ସହିତ ବିକଶିତ ଭାରତ ସମ୍ବନ୍ଧରେ ମତ ରଖିଥିଲେ।

ଛାତ୍ରଛାତ୍ରୀଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶନ ପରିବେଶକୁ ଆହୁରି ଅଧିକ ଜୀବନ୍ତ କରିବା ସହିତ ଦେଶପ୍ରେମର ଧାରା ପ୍ରବାହିତ କରିଥିଲା।

ଏହି ମହତ ଉତ୍ସବରେ ଅଧ୍ୟାପକ ଅଧ୍ୟାପିକା, କର୍ମଚାରୀଙ୍କ ସମେତ ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ।

ଏକ ବିକଶିତ ତଥା ସୁସ୍ଥ ଭାରତର ଦୃଷ୍ଟିକୋଣକୁ ପ୍ରାଥମିକତା ଦେଇ, ନିକଟ ଭବିଷ୍ୟତରେ ଜନସାଧାରଣଙ୍କ ପାଇଁ ଆହୁରି ଅଧିକ ଅଭିନବ ସ୍ୱାସ୍ଥ୍ୟସେବା ସମାଧାନର ପ୍ରତିଶୃତି ସହିତ ଏମ୍ସ ଭୁବନେଶ୍ୱର ନିଜର ଏକଦଶନ୍ଧିର ଗୌରମୟ ଯାତ୍ରା ଜାରି ରଖିଛି।

AIIMS BBSR RepublicDay2024 ଏମ୍‌ସ ଭୁବନେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

ସିଂଗଲ ୱିଣ୍ଡୋ କ୍ଲିୟରଆନ୍ସ ଆଥୋରିଟି ବୈଠକରେ ୨୪ ପ୍ରସ୍ତାବକୁ ମଞ୍ଜୁରୀ

June 6, 2026

ରଣପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମକୁ ମିଳିଲା ଜନପ୍ରତିନିଧି ଓ ବୁଦ୍ଧିଜୀବୀଙ୍କ ସମର୍ଥନ

June 6, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଦ୍ୱାରା ପୁରୀ ରେଳ ଷ୍ଟେସନ ନିରୀକ୍ଷଣ 

June 6, 2026

NH – ୧୬ରେ ଟ୍ରକ ଚାପାରେ ଜଣେ ମୃତ

June 6, 2026
Latest News

ସିଂଗଲ ୱିଣ୍ଡୋ କ୍ଲିୟରଆନ୍ସ ଆଥୋରିଟି ବୈଠକରେ ୨୪ ପ୍ରସ୍ତାବକୁ ମଞ୍ଜୁରୀ

June 6, 2026

ରଣପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମକୁ ମିଳିଲା ଜନପ୍ରତିନିଧି ଓ ବୁଦ୍ଧିଜୀବୀଙ୍କ ସମର୍ଥନ

June 6, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଦ୍ୱାରା ପୁରୀ ରେଳ ଷ୍ଟେସନ ନିରୀକ୍ଷଣ 

June 6, 2026

NH – ୧୬ରେ ଟ୍ରକ ଚାପାରେ ଜଣେ ମୃତ

June 6, 2026

CJP Protest: ହଜାର ହଜାର ସମର୍ଥକଙ୍କ ସହିତ ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବୀ କଲା ସିଜେପି

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.