Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଞ୍ଚମ ଦିନରେ ପଶ୍ଚିମବଙ୍ଗରେ ଡାକ୍ତରଙ୍କ ଆନ୍ଦୋଳନ : ମମତାଙ୍କୁ ଡାକିଲେ ରାଜ୍ୟପାଳ
ଆଜିର ଖବର

ପଞ୍ଚମ ଦିନରେ ପଶ୍ଚିମବଙ୍ଗରେ ଡାକ୍ତରଙ୍କ ଆନ୍ଦୋଳନ : ମମତାଙ୍କୁ ଡାକିଲେ ରାଜ୍ୟପାଳ

June 15, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
doctor strike continue in 5 days
doctor strike continue in 5 days

ପଞ୍ଚମ ଦିନରେ ପହଞ୍ଚିଛି ପଶ୍ଚିମବଙ୍ଗରେ ଡାକ୍ତରଙ୍କ ଆନ୍ଦୋଳନ। ଆକ୍ରମଣର ଶିକାର ହୋଇଥିବା ଡାକ୍ତରଙ୍କୁ ସୁରକ୍ଷା ଯୋଗାଇଦେବା ପରିବର୍ତ୍ତେ ମମତା ସରକାର ଆନ୍ଦୋଳନରତ ଡାକ୍ତରଙ୍କୁ ଧମକ ଓ ଚେତାବନୀ ଦେଇଥିଲେ। ଯାହାକୁ ବିରୋଧ କରି ପଶ୍ଚିମବଙ୍ଗର ଡାକ୍ତରଙ୍କୁ ସମର୍ଥନ କରିଛନ୍ତି ଅଧିକାଂଶ ରାଜ୍ୟର ଡାକ୍ତରମାନେ। ପଶ୍ଚିମବଙ୍ଗରେ ଚିକିତ୍ସା କରିବା ଅସୁରକ୍ଷିତ ଦର୍ଶାଇ ଇତି ମଧ୍ୟରେ ରାଜ୍ୟରେ ୫୦୦ରୁ ଅଧିକ ଡାକ୍ତର ଇସ୍ତଫା ଦେଇସାରିଛନ୍ତି। ପରିଣାମସ୍ୱରୂପ ରୋଗୀ ସେବା ସମ୍ପୂର୍ଣ୍ଣ ଠପ୍ ହୋଇପଡ଼ିଛି। ଏହି ଆନ୍ଦୋଳନରେ ଦେଶ ତଥା ପଶ୍ଚିମବଙ୍ଗର ବଡ଼ ବଡ଼ ଡାକ୍ତରାମାନେ ମଧ୍ୟ ସାମିଲ ହୋଇଛନ୍ତି। ଏଭଳି ସ୍ଥିତିରେ ଦାବି ପୂରଣ ଲାଗି ଏମ୍‌ସ ରେସିଡେଣ୍ଟ ଡାକ୍ତର ସଂଘ ପଶ୍ଚିମବଙ୍ଗ ସରକାରକୁ ୪୮ ଘଣ୍ଟାର ଚରମପତ୍ର ଦେଇଛି। ଯେଉଁଥିରେ ମୁଖ୍ୟମନ୍ତ୍ରୀ ମମତାଙ୍କୁ ନିସର୍ତ୍ତ କ୍ଷମା ମାଗିବାକୁ କହିଛି ଡାକ୍ତର ସଂଘ। ଏହି ସମୟ ମଧ୍ୟରେ ଡାକ୍ତରଙ୍କୁ ଆକ୍ରମଣ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆ ନ ଗଲେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ ଚାଲିବ ବୋଲି ସଂଘ ଚେତାବନୀ ଦେଇଛି। ଏପରିକି ଦାବି ପୂରଣ ନ ହେଲେ ଆସନ୍ତା ୧୭ ତାରିଖରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧର୍ମଘଟ କରିବେ ବୋଲି ସୂଚନା ଦେଇଛନ୍ତି।  ଅନ୍ୟପଟେ ଏହି ପ୍ରସଙ୍ଗରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ଡାକ୍ତରଙ୍କୁ କାର୍ଯ୍ୟରେ ଯୋଗ ଦେବା ପାଇଁ ନିବେଦନ କରିଛନ୍ତି ଏବଂ ଡାକ୍ତରଙ୍କୁ ସୁରକ୍ଷା ଦେବା ବଦଳରେ ମୁଖ୍ୟମନ୍ତ୍ରୀ ମମତାଙ୍କ ଧମକକୁ ନିନ୍ଦା କରିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ। ସେହିପରି ଏହି ପ୍ରସଙ୍ଗରେ ପଶ୍ଚିମବଙ୍ଗର ରାଜ୍ୟପାଳ କେଶରୀନାଥ ତ୍ରିପାଠୀ ହସ୍ତକ୍ଷେପ କରୁଥିବା ଜଣାପଡିଛି। ସେ ଏହି ବିଷୟକୁ ନେଇ ମମତାଙ୍କ ସହିତ ଆଲୋଚନା କରିବାକୁ ଚାହିଁଥିବା ସୂଚନା ରହିଛି।

continue doctor strike thesamikhsya westbengal
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.