Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ, କୃଷି ବିଭାଗର ୫ ଅଧିକାରୀ ଓ କର୍ମଚାରୀ ବହିଷ୍କୃତ
ଆଜିର ଖବର

ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ, କୃଷି ବିଭାଗର ୫ ଅଧିକାରୀ ଓ କର୍ମଚାରୀ ବହିଷ୍କୃତ

January 31, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ, କୃଷି ବିଭାଗର ୫ ଅଧିକାରୀ ଓ କର୍ମଚାରୀ ବହିଷ୍କୃତ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଦୁର୍ନୀତି ପ୍ରତି ଶୂନ ସହନଶୀଳତା ଆଭିମୁଖ୍ୟ ଅନୁଯାୟୀ ଦୁର୍ନୀତି ଅଭିଯୋଗରେ ଭିଜିଲାନ୍‌ସ କୋର୍ଟ ଦ୍ୱାରା ଦଣ୍ଡିତ ଏବଂ କାର୍ଯ୍ୟରେ ଖିଲାପ ଓ ଗୁରୁତର ଅସଦାଚରଣ ଅଭିଯୋଗରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ୫ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି।

ବହିଷ୍କୃତ କିମ୍ବା ବାଧ୍ୟତାମୂଳକ ଅବସର ଦିଆଯାଇଥିବା କର୍ମଚାରୀଙ୍କ ମଧ୍ୟରୁ ଜଣେ ପୂର୍ବତନ ସହକାରୀ କୃଷି ଯନ୍ତ୍ରୀ, ଜଣେ ପୂର୍ବତନ ଉଦ୍ୟାନକୃଷିର ଉପ ନିର୍ଦ୍ଦେଶକ, ଜଣେ ପୂର୍ବତନ ମୃତ୍ତିକା ସଂରକ୍ଷଣ ଓଭରସିଅର ଏବଂ ଦୁଇଜଣ ପୂର୍ବତନ ଚତୁର୍ଥଶ୍ରେଣୀ କର୍ମଚାରୀ ଅନ୍ତର୍ଭୁକ୍ତ।

ଭିଜିଲାନ୍‌ସ କୋର୍ଟ ଦ୍ୱାରା ଦଣ୍ଡିତ ସହକାରୀ କୃଷି ଯନ୍ତ୍ରୀ ଏବଂ ଗୁରୁତର ଅସଦାଚରଣ ଅଭିଯୋଗରେ ବିଭାଗୀୟ ଶୃଙ୍ଖଳା କମିଟିର ସୁପାରିଶ କ୍ରମେ ଚତୁର୍ଥଶ୍ରେଣୀ କର୍ମଚାରୀଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି।

ସେହିପରି ପୂର୍ବତନ ଉଦ୍ୟାନକୃଷି ଉପ ନିର୍ଦ୍ଦେଶକଙ୍କୁ ସରକାରୀ ଅର୍ଥର ଅପବ୍ୟବହାର ଓ ଅସଦାଚରଣ ଅଭିଯୋଗରେ ଏବଂ ଆଉ ଜଣେ ଚତୁର୍ଥଶ୍ରେଣୀ କର୍ମଚାରୀଙ୍କୁ ଅସଦାଚରଣ ଓ କାର୍ଯ୍ୟରେ ଖିଲାପ ଯୋଗୁଁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ବେଳେ ପୂର୍ବତନ ମୃତ୍ତିକା ସଂରକ୍ଷଣ ଓଭରସିଅରଙ୍କୁ ଭିଜିଲାନ୍‌ସ ଟ୍ରାପ୍‌ କେଶ୍‌ ଅଭିଯୋଗରେ ଆଗୁଆ ଅବସର ଦିଆଯାଇଛି।

କୃଷିଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ସାବଧାନ!: ଏପ୍ରିଲ ୧ ରୁ ପରିବର୍ତ୍ତନ ହେବ UPI ପଦ୍ଧତି, ଜାଣିବା ଜରୁରୀ

March 31, 2026

କୋବା ତିର୍ଥଠାରେ ‘ସମ୍ରାଟ ସମ୍ପ୍ରତି’ ସଂଗ୍ରହାଳୟ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 31, 2026

ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ: ନାବାଳକ ସହ ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

March 31, 2026

“ପରମାଣୁ ବିପଦ ବଢାଇଲା ଇରାନ ଯୁଦ୍ଧ”: ଆମେରିକା ଉପରେ ଗମ୍ଭୀର ଅଭିଯୋଗ ଆଣିଲା ରୁଷ

March 31, 2026
Latest News

ସାବଧାନ!: ଏପ୍ରିଲ ୧ ରୁ ପରିବର୍ତ୍ତନ ହେବ UPI ପଦ୍ଧତି, ଜାଣିବା ଜରୁରୀ

March 31, 2026

କୋବା ତିର୍ଥଠାରେ ‘ସମ୍ରାଟ ସମ୍ପ୍ରତି’ ସଂଗ୍ରହାଳୟ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 31, 2026

ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ: ନାବାଳକ ସହ ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

March 31, 2026

“ପରମାଣୁ ବିପଦ ବଢାଇଲା ଇରାନ ଯୁଦ୍ଧ”: ଆମେରିକା ଉପରେ ଗମ୍ଭୀର ଅଭିଯୋଗ ଆଣିଲା ରୁଷ

March 31, 2026

ଆଜି ପଞ୍ଜାବ କିଙ୍ଗସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ମୁକାବିଲା: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି ଏକାଦଶ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.