Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାଳିଆ ଛାତ୍ରବୃତ୍ତି ଅନ୍‌ଲାଇନ ଆବେଦନ ସମୟ ସୀମାକୁ ବୃଦ୍ଧି କଲେ ରାଜ୍ୟ ସରକାର
ଆଜିର ଖବର

କାଳିଆ ଛାତ୍ରବୃତ୍ତି ଅନ୍‌ଲାଇନ ଆବେଦନ ସମୟ ସୀମାକୁ ବୃଦ୍ଧି କଲେ ରାଜ୍ୟ ସରକାର

February 1, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
କାଳିଆ ଛାତ୍ରବୃତ୍ତି
କାଳିଆ ଛାତ୍ରବୃତ୍ତି ଅନ୍‌ଲାଇନ ଆବେଦନ ସମୟ ସୀମାକୁ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଅନ୍‌ଲାଇନ ମାଧ୍ୟମରେ କାଳିଆ ଛାତ୍ରବୃତ୍ତି ଆବେଦନ ସମୟସୀମା ୨୦୨୪ ଜାନୁୟାରୀ ୩୧ ତାରିଖରୁ ଫେବୃଆରୀ ୮ ତାରିଖ, ୨୦୨୪ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ସମୟସୀମା ବୃଦ୍ଧି ପ୍ରସ୍ତାବକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି ।

ନୂତନ କାର୍ଯ୍ୟସୂଚୀ ଅନୁଯାୟୀ କାଳିଆ ହିତାଧିକାରୀଙ୍କ ପିଲାମାନେ ରାଜ୍ୟର ଉଭୟ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ଓ ପ୍ରିମିୟର ଶିକ୍ଷାନୁଷ୍ଠାନରେ ବୈଷୟିକ ଶିକ୍ଷାନୁଷ୍ଠାନ ନିମନ୍ତେ କାଳିଆ ଛାତ୍ରବୃତ୍ତି ପାଇବା ପାଇଁ Common Scholarship Portal ରେ ଅନ୍‌ଲାଇନ ଆବେଦନ ସମୟସୀମାକୁ ଚଳିତ ଫେବୃଆରୀ ୮ ତାରିଖକୁ ବୃଦ୍ଧି କରାଯାଇଛି ।

ସୂଚନାଯୋଗ୍ୟ ଯେ ପରିବର୍ଦ୍ଧିତ କାଳିଆ ଛାତ୍ରବୃତ୍ତି ମାର୍ଗଦର୍ଶିକା ଅନୁଯାୟୀ ଜାନୁଆରୀ ୯ ତାରିଖରୁ ଜାନୁଆରୀ ୩୧ ତାରିଖ ପର୍ଯ୍ୟନ୍ତ ଏହି ପୋର୍ଟାଲ ଖୋଲା ରଖିବା ପାଇଁ ସମୟସୀମା ଧାର୍ଯ୍ୟ କରାଯାଇଥିଲା ।

ମାତ୍ର କାଳିଆ ଛାତ୍ରବୃତ୍ତି ନିମନ୍ତେ ପିଲାମାନଙ୍କ ମଧ୍ୟରେ ଆଗ୍ରହ ଏବଂ ଆବେଦନ ସମୟସୀମା ବୃଦ୍ଧି ନିମନ୍ତେ ଅନେକ ଛାତ୍ରଛାତ୍ରୀଙ୍କ ଅନୁରୋଧକୁ ଦୃଷ୍ଟିରେ ରଖି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ପରାମର୍ଶ କ୍ରମେ ଅନ୍‌ଲାଇନ ଆବେଦନ ସମୟସୀମା ଫେବୃଆରୀ ୮ ତାରିଖ ପର୍ଯ୍ୟନ୍ତ ବୃଦ୍ଧି ପାଇଁ ବିଭାଗ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଭ କରିଛି ।

kaliajyojana କାଳିଆ ଛାତ୍ରବୃତ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ଜାତୀୟ ଏଫପିଓ କନକ୍ଲେଭ ୨୦୨୫ର ଉଦଘାଟନ କଲେ କେନ୍ଦ୍ର କୃଷିମନ୍ତ୍ରୀ

October 30, 2025

ରାଷ୍ଟ୍ରୀୟ ଏକତା ଦିବସ-୨୦୨୫ ଅବସରରେ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧନ କଲେ ଗୃହମନ୍ତ୍ରୀ

October 30, 2025

କ୍ରିକେଟ୍ ମଇଦାନକୁ ଫେରିଲେ ରିଷଭ ପନ୍ତ, କିନ୍ତୁ ଛଡାଇନେଲେ କି ବିରାଟ କୋହଲିଙ୍କ ୧୮ ନମ୍ବର ଜର୍ସି?

October 30, 2025

ପୂର୍ବତଟ ରେଳପଥ ଦ୍ୱାରା ଡିସ୍ଲେକ୍ସିଆ ସଚେତନତା ମାସ ପାଳନ ପାଇଁ “ଗୋ ରେଡ୍” ଅଭିଯାନ

October 30, 2025
Latest News

ଅଷ୍ଟ୍ରେଲିଆର ସ୍ଵପ୍ନକୁ ଧୂଳିସାତ କଲା ଭାରତ: ବିଶ୍ୱ ରେକର୍ଡ ସହ ବିଶ୍ଵକପ ଫାଇନାଲରେ ପହଞ୍ଚିଲା ଟିମ ଇଣ୍ଡିଆ

October 30, 2025

ଜାତୀୟ ଏଫପିଓ କନକ୍ଲେଭ ୨୦୨୫ର ଉଦଘାଟନ କଲେ କେନ୍ଦ୍ର କୃଷିମନ୍ତ୍ରୀ

October 30, 2025

ରାଷ୍ଟ୍ରୀୟ ଏକତା ଦିବସ-୨୦୨୫ ଅବସରରେ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧନ କଲେ ଗୃହମନ୍ତ୍ରୀ

October 30, 2025

ଦେଶର ନୂତନ CJI ହେବେ ଜଷ୍ଟିସ ସୂର୍ଯ୍ୟକାନ୍ତ: ସୁପାରିଶକୁ ଅନୁମୋଦନ କଲେ ରାଷ୍ଟ୍ରପତି

October 30, 2025

କ୍ରିକେଟ୍ ମଇଦାନକୁ ଫେରିଲେ ରିଷଭ ପନ୍ତ, କିନ୍ତୁ ଛଡାଇନେଲେ କି ବିରାଟ କୋହଲିଙ୍କ ୧୮ ନମ୍ବର ଜର୍ସି?

October 30, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.