Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋଆରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିକୁ ନେଇ ଦୁଇ ଦିନିଆ ବିମର୍ଶ
ଆଜିର ଖବର

ସୋଆରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିକୁ ନେଇ ଦୁଇ ଦିନିଆ ବିମର୍ଶ

February 2, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆସନ୍ତା ଫେବୃଆରି ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପରିପ୍ରେକ୍ଷୀରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ୟୁନିଭର୍ସିଟି ପକ୍ଷରୁ ରବିବାର ଏବଂ ସୋମବାର ଦୁଇ ଦିନ ଧରି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ଉପରେ ବିମର୍ଶ ଆୟୋଜିତ ହେବ।

ଫେବୃଆରି ୪ ଓ ୫ ଦୁଇ ଦିନ ଧରି ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ଓଡ଼ିଶା ସରକାରଙ୍କ ଓଡ଼ିଆଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ସୋଆର ମିଳିତ ଆନୁକୂଲ୍ୟରେ ଆୟୋଜିତ ହେବ ।

ଫେବୃଆରି ୪ ତାରିଖ ଦିନ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ କୃଷି, କୃଷକ ସଶକ୍ତିକରଣ, ମତ୍ସ୍ୟ ଏବଂ ପ୍ରାଣୀ ସମ୍ପଦ ବିଭାଗର ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ମୁଖ୍ୟ ଅତିଥି ଓ ବିଶିଷ୍ଟ ସାହିତ୍ୟିକ ଶ୍ରୀ ରାସବିହାରୀ ବେହେରା ଉଦ୍‌ଘାଟକ ଭାବେ ଯୋଗ ଦେବେ। ଏହି ଅବସରରେ ପ୍ରଶାସକ, ବୁଦ୍ଧିଜୀବି ଓ ଦୈନିକ ସମ୍ବାଦପତ୍ର ‘ସକାଳ’ର ସମ୍ପାଦକ ଶ୍ରୀ ଉମାକାନ୍ତ ମିଶ୍ର ଏବଂ ମାନବ ଶିକ୍ଷାବିତ୍ ଓ ଗବେଷକ ଶ୍ରୀ ଜଗନ୍ନାଥ ଦାସ ସମ୍ମାନିତ ଅତିଥି ଭାବେ ଯୋଗ ଦେବେ । ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିବେ ।

ପ୍ରଥମ ଦିନର କାର୍ଯ୍ୟକ୍ରମରେ ଶ୍ରୀକ୍ଷେତ୍ରର ଅଭିନୟ କଳା ବିମର୍ଶ, ଶ୍ରୀଜଗନ୍ନାଥ ଚେତନା-ଦର୍ଶନ ଓ ବାସ୍ତବତା, ଓଡ଼ିଆ ସାହିତ୍ୟ ସର୍ଜନରେ ଶ୍ରୀଜଗନ୍ନାଥ ଚେତନା, ସାରୋଳଦାସ ସାହିତ୍ୟ ବିମର୍ଶ, ବଳରାମ ଦାସ ସାହିତ୍ୟ ବିମର୍ଶ, ଜଗନ୍ନାଥ ଦାସ ସାହିତ୍ୟ ବିମର୍ଶ, ମଧ୍ୟକାଳୀନ ସାହିତ୍ୟର ବିଷୟ ବୈଚିତ୍ର‌୍ୟ, ମଧ୍ୟକାଳୀନ ସାହିତ୍ୟରେ ବର୍ଣ୍ଣନା ବୈଚିତ୍ର‌୍ୟ, ଓଡ଼ିଆ ପୁରାଣ ଓ ସାହିତ୍ୟ ବିମର୍ଶ, ସନ୍ଥ ସାହିତ୍ୟ ବିମର୍ଶ ଓ ଭକ୍ତି – ପ୍ରୀତି ଚେତନା ବିମର୍ଶ ଅନ୍ତର୍ଭୁକ୍ତ ।

ସେହିପରି ଦ୍ୱିତୀୟ ଦିନ ଜନଜାତି ନାଚ ଓ ଗୀତ, ଜନଜାତି କଥା ଓ ଗାଥା, ଜନଜାତି ଭାଷା, ଓଡ଼ିଆ ବର୍ଣ୍ଣ ଓ ଲିପି ବିମର୍ଶ, ବ୍ୟାକରଣ ବିମର୍ଶ, ଓଡ଼ିଆ ଅଭିଧାନ ବିମର୍ଶ, ପରମ୍ପରା ଓ ଆଧୁନିକତା, ଓଡ଼ିଆ ପାରମ୍ପରିକ ସଂଗୀତ, ଓଡ଼ିଆ ପାରମ୍ପରିକ ଅଭିନୟ କଳା, ଓଡ଼ିଆ ପାରମ୍ପରିକ ଚିତ୍ରକଳା, ଓଡ଼ିଆ ଶ୍ରାବ୍ୟକାବ୍ୟରେ ଆଧୁନିକତା, ଓଡ଼ିଆ କଥାକାବ୍ୟରେ ଆଧୁନିକତା ଓ ଓଡ଼ିଆ ଦୃଶ୍ୟକାବ୍ୟରେ ଆଧୁନିକତା ଭଳି ବିଷୟବସ୍ତୁ ଉପରେ ଆଲୋଚନା ହେବ ।

ଫେବୃଆରି ୫ ତାରିଖ ଦିନ ଆୟୋଜିତ ହେବାକୁ ଥିବା ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ବିଶିଷ୍ଟ ଓଡ଼ିଆ ଔପନ୍ୟାସିକ, ଆଲୋଚକ, ସ୍ତମ୍ଭକାର ଓ ଶିକ୍ଷାବିତ୍ ଶ୍ରୀ ବିଭୁତି ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ କରାଯିବ ।

ଓଡ଼ିଆ ଭାଷା ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ସାହିତ୍ୟ ସୋଆ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026
Latest News

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.