Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୩୦ଟି ଜିଲ୍ଲାର ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ପ୍ରତିବାଦ ସଭା
ଆଜିର ଖବର

୩୦ଟି ଜିଲ୍ଲାର ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ପ୍ରତିବାଦ ସଭା

February 4, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବନ୍ଦ
ଆସନ୍ତାକାଲି ଭାରତ ବନ୍ଦ: ବ୍ୟାଙ୍କ ଖୋଲା ରହିବ କି ବନ୍ଦ ରହିବ?, ଜାଣନ୍ତୁ

କଟକ: ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା)ର ଆହ୍ୱାନ କ୍ରମେ ରାଜ୍ୟର ସମସ୍ତ ଜିଲ୍ଲାରେ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସବୁବର୍ଗର ଶିକ୍ଷକ ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀମାନଙ୍କର ଧାରଣା ଓ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି ବୋଲି ସଂଗଠନର ସାଧାରଣ ସଂପାଦକ ରଞ୍ଜନ କୁମାର ଦାଶ କହିଛନ୍ତି। ଏଥିରେ ସମସ୍ତ ଜିଲ୍ଲାର ଜିଲ୍ଲା ସଂପାଦକ ନିଜ ନିଜ ଜିଲ୍ଲାର ପଦାଧିକାରୀମାନଙ୍କ ସହ ପଟୁଆରରେ ଆସି ଜିଲ୍ଲା ଶିକ୍ଷାଧିକାରୀଙ୍କ ମାଧ୍ୟମରେ ସରକାରଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି।

ସୂଚନାଥାଉକି, ବିଭିନ୍ନ ସମସ୍ୟା ନେଇ ସବୁବର୍ଗର ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀମାନେ ଦୀର୍ଘ ଦିନ ହେବ ସରକାରଙ୍କୁ ନିଜର ଦାବି ଜଣାଇ ଆସୁଛନ୍ତି। ଆଜି ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା)ର ଆହ୍ୱାନ କ୍ରମେ ସମଗ୍ର ତିରିଶଟି ଜିଲ୍ଲାରେ ସବୁବର୍ଗର ଶିକ୍ଷକ ଶିକ୍ଷୟିତ୍ରୀ ମାନେ ବିଶାଳ ପଟୁଆରରେ ଆସି ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧରଣାରେ ବସିରହିଥିଲେ। ଜିଲ୍ଲା ସଭାପତିଙ୍କ ସଭାପତିତ୍ୱରେ ପ୍ରତିବାଦ ସଭା ଅନୁଷ୍ଠିତ ହୋଇ ଥିଲା।

ଏଥିରେ ଜିଲ୍ଲା ପଦାଧିକାରୀ, ଜିଲ୍ଲା କାର୍ଯ୍ୟକାରୀ କମିଟି ସଦସ୍ୟ, ରାଜ୍ୟ ପଦାଧିକାରୀବୃନ୍ଦ ନିଜ ନିଜ ଜିଲ୍ଲାରେ ଉପସ୍ଥିତ ଥିଲେ। ଜିଲ୍ଲା ଶିକ୍ଷାଧିକାରୀଙ୍କ ମାଧ୍ୟମରେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ, ଅର୍ଥମନ୍ତ୍ରୀ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଅର୍ଥ ସଚିବ ଏବଂ ଗଣଶିକ୍ଷା ସଚିବଙ୍କ ନିକଟକୁ ଦାବିପତ୍ର ପ୍ରେରଣ କରାଯାଇଛି। ପ୍ରମୁଖ ଦାବିଗୁଡ଼ିକ ମଧ୍ୟରେ ଅନୁଦାନରୁ ବଞ୍ଚିତ ଅନୁଦାନ ଯୋଗ୍ୟ ବିଦ୍ୟାଳୟକୁ ଅନୁଦାନ ପ୍ରଦାନ, ଅବସରପ୍ରାପ୍ତ ଶିକ୍ଷକ ଓ କର୍ମଚାରୀମାନଙ୍କୁ ପେନସନ୍ ପ୍ରଦାନ, ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟର ଶିକ୍ଷକ କର୍ମଚାରୀଙ୍କୁ ଅବସରକାଳୀନ ସୁବିଧା ଏବଂ ଚାକିରୀ ସର୍ତ୍ତାବଳୀ ପ୍ରଦାନ, ୨୯୯ ଓ ୩୨୬ ବିଦ୍ୟାଳୟକୁ ସପ୍ତମ ବେତନ ପ୍ରଦାନ, ଚୁକ୍ତିଭିତ୍ତିକ ଶିକ୍ଷକମାନଙ୍କୁ ନୋସନାଲ୍ ଇନ୍‌କ୍ରିମେଣ୍ଟ ଦେଇ ବରିଷ୍ଠତା ପ୍ରଦାନ, ଗ୍ରେଡ଼ପେ ରେ ଥିବା ଅସଙ୍ଗତି ଦୂରୀକରଣ, ଆର.ଏ. ସ୍କିମ୍‌ର ପୁନଃ ପ୍ରଚଳନ କରିବା, ୬୧୦ ପୂର୍ଣ୍ଣ ଅନୁଦାନପ୍ରାପ୍ତ ଓ ୧୧୦ ବାଳିକା ବିଦ୍ୟାଳୟକୁ ସରକାରୀ କରଣ,  ବିଦ୍ୟାଳୟରେ ଖାଲି ପଡ଼ିଥିବା ପ୍ରଧାନ ଶିକ୍ଷକ ପଦବୀ ପୂରଣ,  ୨୮୦୦, ୨୨୦୦, ୧୯୦୦ ଗ୍ରେଡ଼ ପେ ରେ ଥିବା ଅସଙ୍ଗତି ଦୂରୀକରଣ, ୨ଟି ପିଅନ ଓ ୩୭, ୪୬, ୬୩ ବିଦ୍ୟାଳୟଙ୍କୁ ୨୦୦୮ ପରିବର୍ତ୍ତେ ୨୦୦୪ରୁ ଆଣ୍ଟିଡେସନ ପ୍ରଦାନ, ହିନ୍ଦୀ ସଂସ୍କୃତ ଶିକ୍ଷକମାନଙ୍କର ଯୋଗ୍ୟତା ଅନୁଯାୟୀ ଉପଯୁକ୍ତ ହାରରେ ଦରମା, ୪୮ ବର୍ଷରେ ପଦାର୍ପଣ କରି କୋର୍ଟର ନିର୍ଦ୍ଦେଶ ପାଇଥିବା ହିନ୍ଦୀ ଓ ସଂସ୍କୃତ ଶିକ୍ଷକମାନଙ୍କୁ ଟି.ଜି. ମାନ୍ୟତା ପ୍ରଦାନ କରିବା ଓ ଉଚ୍ଚନ୍ୟାୟାଳୟର ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବା, ଆଲେଜେଡ଼୍ ଓ ସେକ୍ସନ ଶିକ୍ଷକମାନଙ୍କୁ ରେଗୁଲାର କରିବା, ଆର.ଏ.ସି.ପି. କ୍ଷେତ୍ରରେ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶନାମାକୁ କାର୍ଯ୍ୟକାରୀ କରିବା, ଅବସର ବୟସ ସୀମା ୬୦ରୁ ୬୨ ବର୍ଷକୁ ବୃଦ୍ଧି କରିବା ଇତ୍ୟାଦି ଦାବି ଉପସ୍ଥାପନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଓ ରାଜ୍ୟର କାର୍ଯ୍ୟକାରୀ କମିଟି ଓ ପଦାଧିକାରୀ ଓ ଅନ୍ୟ ନେତୃତ୍ୱକାରୀ ସାଥୀମାନେ ନିଜ ନିଜର ବକ୍ତବ୍ୟ ଉପସ୍ଥାପନ କରିଥିଲେ।

ଯଦି ସରକାର ଏହି ବିଷୟରେ ଆସନ୍ତା ୬ ତାରିଖ ସୁଦ୍ଧା କୌଣସି ନିଷ୍ପତ୍ତି ଗ୍ରହଣ ନକରନ୍ତି ଆଗମୀ ଫେବୃୟାରୀ ୭ ତାରିଖରେ ରାଜଧାନୀର ରାଜରାସ୍ତାରେ ଓଷ୍ଟାର ଅହୋରାତ୍ର ଧାରଣା ଜାରି ରହିବ ଓ ଦାବୀ ପୂରଣ ନହେବା ପର୍ଯ୍ୟନ୍ତ ଶିକ୍ଷକମାନେ ଆନ୍ଦୋଳନରୁ ଓହରିବେ ନାହିଁ ବୋଲି ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ପକ୍ଷରୁ ସଭାପତି ସର୍ବଶ୍ରୀ ଅକ୍ଷୟ କୁମାର ମିଶ୍ର, କାର୍ଯ୍ୟକାରୀ ସଭାପତି ନୀଳମଣି ପୁରୋହିତ, ସାଧାରଣ ସଂପାଦକ ରଞ୍ଜନ କୁମାର ଦାଶ, ଯୁଗ୍ମ ସାଧାରଣ ସଂପାଦକ ବ୍ରଜକିଶୋର ବିଶ୍ୱାଳ, କୋଷାଧ୍ୟକ୍ଷ ଅଶୋକ କୁମାର ମହାପାତ୍ର, ଶିକ୍ଷାପ୍ରଦୀପ ସଂପାଦକ ଶଙ୍କର କୁମାର ସୁବୁଦ୍ଧି ପ୍ରମୁଖ ସରକାରଙ୍କ ନିକଟରେ ଦୃଢ଼ ଦାବି ଉପସ୍ଥାପନ କରିଛନ୍ତି।

ଜିଲ୍ଲା ଶିକ୍ଷାଧିକାରୀ ଧାରଣା ପ୍ରତିବାଦ ସଭା
Share. Facebook Twitter LinkedIn Email WhatsApp Copy Link

Related Posts

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026
Latest News

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.