Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋଆ ଠାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ସମ୍ପର୍କିତ ବିମର୍ଶ କାର୍ଯ୍ୟକ୍ରମ
ଆଜିର ଖବର

ସୋଆ ଠାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ସମ୍ପର୍କିତ ବିମର୍ଶ କାର୍ଯ୍ୟକ୍ରମ

February 4, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶନିବାର ଠାରୁ ଓଡ଼ିଶା ସରକାରଙ୍କର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଆରମ୍ଭ ହୋଇଥିବା ୩ ଦିନିଆ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପରିପ୍ରେକ୍ଷୀରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଠାରେ ଦୁଇ ଦିନ ଧରି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ସମ୍ପର୍କିତ ବିମର୍ଶ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି।

ଓଡ଼ିଆ ୬ଷ୍ଠ ତମ ଭାରତୀୟ ଭାଷା ଭାବେ ଶାସ୍ତ୍ରୀୟ ମାନ୍ୟତା ଲାଭ କରିସାରିଛି। ଏହି ଭାଷାକୁ ବିକଶିତ କରିବା ନିମନ୍ତେ ସମସ୍ତଙ୍କର ସହଯୋଗର ଆବଶ୍ୟକତା ରହିଛି ବୋଲି ରବିବାର ଏଠାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିକୁ ନେଇ ଆୟୋଜିତ ବିମର୍ଶରେ ବକ୍ତାମାନେ ମତ ରଖିଛନ୍ତି।

ଓଡ଼ିଶା ସରକାରଙ୍କର ସଂସଦୀୟ ବ୍ୟାପାର, ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୁଜାରୀ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବା ଅବସରରେ ଓଡ଼ିଆ ଭାଷାର ବଳିଷ୍ଠ ଐତିହ୍ୟ ଓ ପରମ୍ପରା ରହିଛି ବୋଲି କହିବା ସହ ୧୯୩୬ ମସିହାରେ ଭାଷା ଭିତିକ ରାଜ୍ୟ ଭାବେ ଓଡ଼ିଶାକୁ ମାନ୍ୟତା ଦିଆଯାଇଥିଲା ବୋଲି କହିଥିଲେ।

ଯୁବ ଓଡ଼ିଆ ଏବଂ ବିଶେଷ କରି ଯେଉଁମାନେ ରାଜ୍ୟ ଅଥବା ଦେଶ ବାହାରେ ରହୁଛନ୍ତି ସେମାନଙ୍କ ମନରେ ଓଡ଼ିଆ ଭାଷା ପ୍ରତି ଆଗ୍ରହ ଜନ୍ମାଇବା ଏବଂ ସେମାନଙ୍କୁ ମାତୃଭାଷା ବିଷୟରେ ସଚେତନ କରାଇବା ସହ ସେମାନେ ଯେପରି ଏଥିପାଇଁ ଗର୍ବ ଅନୁଭବ କରିବେ ସେହି ଲକ୍ଷ୍ୟ ନେଇ ରାଜ୍ୟ ସରକାର ଏହି ୩ ଦିନିଆ ବିଶ୍ୱ ଓଡ଼ିଆ ଭାଷା
ସ୧ିଳନୀର ଆୟୋଜନ କରିଛନ୍ତି ବୋଲି ମବୀ କହିଥିଲେ।

ଏହା ମୁଖ୍ୟମବୀ ନବୀନ ପଟ୍ଟନାୟକଙ୍କର ଦୁରଦର୍ଶୀତାକୁ ସୁଚାଏ ବୋଲି ଶ୍ରୀ ପୂଜାରୀ କହିଥିଲେ।

ଏହି ଅବସରରେ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ମବୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ।

ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ବିଶିଷ୍ଟ ସାହିତ୍ୟିକ ତଥା ପୂର୍ବତନ ମବୀ ଶ୍ରୀ ରାସ ବିହାରୀ ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ମାନବ ଶିକ୍ଷାବିତ୍ ତଥା
ସଂସ୍କୃତି ବିଶେଷଜ୍ଞ ପ୍ରଫେସର ଜଗନ୍ନାଥ ଦାସ ଏବଂ ଦୈନିକ ଓଡ଼ିଆ ସମ୍ବାଦପତ୍ର ‘ସକାଳ’ର ସମ୍ପାଦକ ତଥା ବିଶିଷ୍ଟ ଶିକ୍ଷାବିତ୍ ଡକ୍ଟର ଉମାକାନ୍ତ ମିଶ୍ର ସମ୍ମାନିତ ଅତିଥି ଭାବେ
ଯୋଗ ଦେଇ ବକ୍ତବ୍ୟ ରଖିଥିଲେ।

ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସୋଆ ପରିଚାଳିତ ସେଂଟର ଫର ପ୍ରିଜରଭେସନ୍‌, ପ୍ରୋପାଗେସନ୍ ଆଣ୍ଡ ରେଷ୍ଟୋରେସନ୍ ଅଫ୍ ଆନ୍‌ସିଏଂଟ କଲ୍‌ଚର୍ ଆଣ୍ଡ ହେରିଟେଜ ଅଫ୍ ଇଣ୍ଡିଆ (ପ୍ରାଚୀନ)ର ମୁଖ୍ୟ ଡକ୍ଟର ଗାୟତ୍ରୀବାଳା ପଣ୍ଡା ଅତିଥିମାନଙ୍କ ପରିଚୟ ପ୍ରଦାନ କରିବା ସହ ସ୍ୱାଗତ ଭାଷଣ ଦେଇଥିବା ବେଳେ ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତିରଞ୍ଜନ ଦାସ ମଧ୍ୟ ବକ୍ତବ୍ୟ ରଖିଥିଲେ।

ଓଡ଼ିଶାର ଦୁଇ ମହାନ କବି ଗଙ୍ଗାଧର ମେହେର ଓ ଭୀମ ଭୋଇଙ୍କ କାର୍ଯ୍ୟକୁ ଗଭୀର ଭାବେ ବ୍ୟାଖ୍ୟା କରି ଶ୍ରୀ ପୂଜାରୀ କହିଥିଲେ ଯେ ସେମାନଙ୍କ କବିତାରେ ଗଭୀର ଦାର୍ଶନିକ ତତ୍ୱ ରହିଛି ଏବଂ ସେହି ମହାନ କୃତିକୁ ଅଧ୍ୟୟନ ଏବଂ ଗବେଷଣା କରିବାର ଆବଶ୍ୟକତା ରହିଛି।

ରାଜ୍ୟ ସରକାରଙ୍କ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ସହଯୋଗର ହାତ ବଢ଼ାଇଥିବାରୁ ସୋଆକୁ ଧନ୍ୟବାଦ ଦେବା ସହ ମବୀ କହିଥିଲେ ଯେ ଓଡ଼ିଆ ଭାଷାକୁ ଅଧିକ ବିକଶିତ କରିବା ପାଇଁ ସରକାର ଓଡ଼ିଆ ବିଶ୍ୱବିଦ୍ୟାଳୟ ସ୍ଥାପନ କରିଛନ୍ତି।

ଓଡ଼ିଆ ଭାଷାକୁ ପ୍ରୋତ୍ସାହନ ଦେବା ଲକ୍ଷ୍ୟ ନେଇ ଆୟୋଜିତ ଏହି ସମ୍ମିଳନୀ ନିମନ୍ତେ ମୁଖ୍ୟ ଅତିଥି ଶ୍ରୀ ବେହେରା ରାଜ୍ୟ ସରକାରଙ୍କୁ ପ୍ରଶଂସା କରିଥିଲେ। ଏଭଳି କାର୍ଯ୍ୟର ଧାରାକୁ ଜାରି ରଖିବା ସହ ସ୍କୁଲ ଓ କଲେଜରେ ପାଠ ପଢ଼ୁଥିବା ଓଡ଼ିଆ ଛାତ୍ରଛାତ୍ରୀଙ୍କୁ ଏ ଦିଗରେ ପ୍ରୋତ୍ସାହିତ କରିବାର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ।

ଓଡ଼ିଆ ଭାଷାର ପ୍ରଚାର ପ୍ରସାର କରିବା ଦିଗରେ ରାଜ୍ୟ ସରକାରଙ୍କ ଏହି କାର୍ଯ୍ୟକୁ ଡକ୍ଟର ମିଶ୍ର ମଧ୍ୟ ପ୍ରଶଂସା କରିଥିଲେ। ଖ୍ରୀଷ୍ଟପୂର୍ବ ଷଷ୍ଠ ଶତାବ୍ଦୀରେ ଯାଜପୁର ଜିଲ୍ଲା ଜାରକା ନିକଟବର୍ତୀ ତାରାପୁର ବୌଦ୍ଧ ଭଗ୍ନାବଶେଷରୁ ମିଳିଥିବା ତଥ୍ୟ ଅନୁଯାୟୀ ଓଡ଼ିଆ ହେଉଛି ଅନ୍ୟତମ ସର୍ବ ପୁରାତନ ଲିପି।

ତେବେ ବିଶ୍ୱବିଦ୍ୟାଳୟମାନେ ଓଡ଼ିଆ ଭାଷାକୁ ପ୍ରୋତ୍ସାହନ ଦେବା ନିମନ୍ତେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏହାକୁ ଅଧିକ ଲୋକପ୍ରିୟ କରିବା ନେଇ ପ୍ରଚେଷ୍ଟା କରିବା ଆବଶ୍ୟକ ବୋଲି ସେ କହିଥିଲେ।

ପ୍ରଫେସର ଦାସ କହିଥିଲେ ଯେ ଜଗନ୍ନାଥ ସଂସ୍କୃତିରୁ ହିଁ ଓଡ଼ିଆ ଭାଷାର ଉତ୍ପତ୍ତି। ଏକତା ବଜାୟ ରଖିବା ନିମନ୍ତେ ଭାଷା ହିଁ ହେଉଛି ଏକମାତ୍ର ମାଧ୍ୟମ। ଓଡ଼ିଆ ସାହିତ୍ୟକୁ ନେଇ ସୋଆ ଏକ ସଂଗ୍ରହାଳୟ ସ୍ଥାପନ କରିବା ଆବଶ୍ୟକ ବୋଲି ସେ ମତ ଦେଇଥିଲେ।

କାର୍ଯ୍ୟକ୍ରମର ପ୍ରଥମ ଦିନର ଅଧିବେଶନ ଗୁଡ଼ିକରେ ଶ୍ରୀକ୍ଷେତ୍ରର ଅଭିନୟ କଳା ବିମର୍ଶ, ଶ୍ରୀଜଗନ୍ନାଥ ଚେତନା-ଦର୍ଶନ ଓ ବାସ୍ତବତା, ଓଡ଼ିଆ ସାହିତ୍ୟ ସର୍ଜନରେ ଶ୍ରୀଜଗନ୍ନାଥ ଚେତନା, ସାରୋଳଦାସ ସାହିତ୍ୟ ବିମର୍ଶ, ବଳରାମ ଦାସ ସାହିତ୍ୟ ବିମର୍ଶ, ଜଗନ୍ନାଥ ଦାସ ସାହିତ୍ୟ ବିମର୍ଶ, ମଧ୍ୟକାଳୀନ ସାହିତ୍ୟର ବିଷୟ ବୈଚିତ୍ର‌୍ୟ, ମଧ୍ୟକାଳୀନ ସାହିତ୍ୟରେ ବର୍ଣ୍ଣନା ବୈଚିତ୍ର‌୍ୟ, ଓଡ଼ିଆ ପୁରାଣ ଓ ସାହିତ୍ୟ ବିମର୍ଶ, ସନ୍ଥ ସାହିତ୍ୟ ବିମର୍ଶ ଓ ଭକ୍ତି – ପ୍ରୀତି ଚେତନା ବିମର୍ଶ ଭଳି ବିଷୟ ବସ୍ତୁ ରହିଥିଲା।

ସେହିପରି ସୋମବାର ଆୟୋଜିତ ହେବାକୁ ଥିବା ବିମର୍ଶରେ ଜନଜାତି ନାଚ ଓ ଗୀତ, ଜନଜାତି କଥା ଓ ଗାଥା, ଜନଜାତି ଭାଷା, ଓଡ଼ିଆ ବର୍ଣ୍ଣ ଓ ଲିପି ବିମର୍ଶ, ବ୍ୟାକରଣ ବିମର୍ଶ, ଓଡ଼ିଆ ଅଭିଧାନ ବିମର୍ଶ, ପରମ୍ପରା ଓ ଆଧୁନିକତା, ଓଡ଼ିଆ ପାରମ୍ପରିକ ସଂଗୀତ, ଓଡ଼ିଆ ପାରମ୍ପରିକ ଅଭିନୟ କଳା, ଓଡ଼ିଆ ପାରମ୍ପରିକ ଚିତ୍ରକଳା, ଓଡ଼ିଆ ଶ୍ରାବ୍ୟକାବ୍ୟରେ ଆଧୁନିକତା, ଓଡ଼ିଆ କଥାକାବ୍ୟରେ ଆଧୁନିକତା ଓ ଓଡ଼ିଆ ଦୃଶ୍ୟକାବ୍ୟରେ ଆଧୁନିକତା ଭଳି ବିଷୟବସ୍ତୁ ଉପରେ ଆଲୋଚନା ହେବ।

କାର୍ଯ୍ୟକ୍ରମର ଉଦ୍‌ଯାପନୀ ଅଧିବେଶନରେ ସୋମବାର ବିଶିଷ୍ଟ ଓଡ଼ିଆ ଔପନ୍ୟାସିକ, ଆଲୋଚକ, ସ୍ତମ୍ଭକାର ଓ ଶିକ୍ଷାବିତ୍ ଶ୍ରୀ ବିଭୁତି ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ କରାଯିବ।

ଓଡିଶା ସରକାର ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଶିକ୍ଷା ଓ ଅନୁସନ୍ଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Latest News

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.