Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଥମ ସୋଆ ଅନ୍ତଜାର୍ତୀୟ ଗ୍ରାଣ୍ଡ୍ ମାଷ୍ଟର୍ସ ଚେସ୍ ଉଦ୍‌ଯାପିତ, ଜିଏମ୍ ସାୟନ୍ତନ ଚାମ୍ପିୟନ୍, ସମ୍ବିିିତ ତୃତୀୟ
ଆଜିର ଖବର

ପ୍ରଥମ ସୋଆ ଅନ୍ତଜାର୍ତୀୟ ଗ୍ରାଣ୍ଡ୍ ମାଷ୍ଟର୍ସ ଚେସ୍ ଉଦ୍‌ଯାପିତ, ଜିଏମ୍ ସାୟନ୍ତନ ଚାମ୍ପିୟନ୍, ସମ୍ବିିିତ ତୃତୀୟ

February 5, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ପ୍ରଥମ ସୋଆ ଅନ୍ତଜାର୍ତୀୟ ଗ୍ରାଣ୍ଡ୍ ମାଷ୍ଟର୍ସ ଚେସ୍ ଉତ୍ସବ ଏ’ ବର୍ଗରେ ଗ୍ରାଣ୍ଡ ମାଷ୍ଟର ( ଜିଏମ୍‌) ସାୟନ୍ତନ ଦାସ (୨୫୨୪) ଚାମ୍ପିଅନ ହୋଇଛନ୍ତି। ସେ ସର୍ବାଧିକ ୮ ପଏଂଟ୍ ସହ ପ୍ରଥମ ସ୍ଥାନ ହାସଲ କରିଥିଲେ। ଜିଏମ୍ ଦୀପ୍ତାୟନ ଘୋଷ (୨୫୬୮) ୭.୫ ପଏଂଟ୍ ସହ ରନର୍ସ ଅପ୍ ଏବଂ ସମାନ ପଏଂଟ୍ ସହ ଓଡିଆ ଆଇଏମ୍ ସମ୍ବିତ ପଣ୍ଡା (୨୪୦୪) ରେ ତୃତୀୟ ସ୍ଥାନ ହାସଲ କରିଛନ୍ତି।

ସେହିପରି ସି’ ବର୍ଗରେ ହରିଆନାର ବ୍ୟୋମ ମାଲହୋତ୍ରା ୯ ରାଉଣ୍ଡରୁ ସର୍ବାଧିକ ୮ ପଏଂଟ୍ ପାଇ ଚାମ୍ପିିଅନ୍‌, ସମାନ ପଏଂଟ୍ ରଖି ଇଶା ସିହ୍ନା ରନର୍ସଅପ୍‌, ଆରିତ କପିଲ ତୃତୀୟ ଏବଂ ଓଡିଶାର ସୃଜନ ପ୍ରଣୟୀ ରୟ ଚତୁର୍ଥ ସ୍ଥାନ ହାସଲ କରିଥିଲେ।

ଉଦ୍‌ଯାପନୀ ଉତ୍ସବରେ ସର୍ବଭାରତୀୟ ଚେସ୍ ସଂଘ ସଭାପତି ଡ. ସଂଜୟ କପୁର ମୁଖ୍ୟ ଅତିଥି ଏବଂ ସୋଆ କୁଳପତି ପ୍ରଫେସର ପି.କେ ନନ୍ଦ, ଶ୍ୱେତାସ୍ନିଗ୍ଧା ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ପୁରସ୍କାର ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଓଡିଶା ସଂଘର ସଭାପତି ଜି.ସି ମହାପାତ୍ର, ସମ୍ପାଦକ ଦେବବ୍ରତ ଭଟ୍ଟ, ସୋଆ ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଂଜନ ଦାସ, ଶଙ୍କର ପ୍ରସାଦ ମିଶ୍ର ଏବଂ ତାପସ କୁମାର ମହାନ୍ତି ପ୍ରମୁଖ ଉପସ୍ଥିତ ରହିଥିଲେ।

ସାୟନ୍ତନ ଓ ଦୀପ୍ତାୟାନ୍ ଅନ୍ତିମ ବାଜି ଡ୍ର’ ରଖି ପଏଂଟ୍ ଭାଗ କରିଥିଲେ । ସମ୍ବିିତ କିନ୍ତୁ ଶୁଭୟନ କୁଣ୍ଡୁ ସମେଦଙ୍କୁ ହରାଇଥିଲେ। ଓଡିଆ ଆଇଏମ୍ ସିଦ୍ଧାନ୍ତ ମହାପାତ୍ର ୫.୫ ପଏଂଟ୍ ସହ ୩୫ତମ ସ୍ଥାନରେ ରହିଥିଲେ। ଅନ୍ୟ ଓଡିଆଙ୍କ ମଧ୍ୟରେ ପ୍ରିଅଂଶ ଦାସ ୫ ପଏଂଟ୍‌, ନିଲସୁ ପଟ୍ଟନାୟକ ୫ ପଏଂଟ୍‌, ସାଇନା ସାଲୋନିକା ୨. ୫ ପଏଂଟ୍ ଓ ରାଜେଶ ନାୟକ ୦.୫ ପଏଂଟ୍ ପାଇଥିଲେ। ସି’ ବର୍ଗରେ ଶ୍ରେଷ୍ଠ ୧୦ସ୍ଥାନ ମଧ୍ୟରେ ଓଡିଶାର ଏସ୍‌,କେ ସୟଦ (୭ ପଏଂଟ୍‌, ନବମ ସ୍ଥାନ ) ରହିଥିଲେ।

ଏ’ବର୍ଗରେ ଶ୍ରେଷ୍ଠ ୪୦ତମ ସ୍ଥାନ ମଧ୍ୟରେ ଥିବା ଖେଳାଳିଙ୍କ ସହ ବିଭିନ୍ନ ସ୍ୱତନ୍ତ୍ର ପୁରସ୍କାର ପ୍ରଦାନ କରାଯାଇଥିଲା। ଚାମ୍ପିିଅନ୍ ସାୟନ୍ତନଙ୍କୁ ଟ୍ରଫି ସହ ୩ ଲକ୍ଷ, ରନର୍ସଅପ୍ ଦୀପ୍ତାୟନଙ୍କୁ ଟ୍ରଫି ସହ ୨ଲକ୍ଷ, ତୃତୀୟ ସ୍ଥାନ ହାସଲ କରିଥିବା ସମ୍ବିତଙ୍କୁ ଟ୍ରଫି ସହ ୧ଲକ୍ଷ ୫୦ ହଜାର ଏବଂ ଚତୁର୍ଥ ସ୍ଥାନ ହାସଲରେ ଥିବା ନୀଲାଶ ସାହାଙ୍କୁ ୯୦ ହଜାର ଟଙ୍କା ପୁରସ୍କାର ମିଳିଥିଲା।

ସେମିତି ସି’ବର୍ଗର ଚାମ୍ପିିଅନ୍‌ଙ୍କୁ ୭୫ ହଜାର ଟଙ୍କା ସହ ଟ୍ରଫି, ରନର୍ସଅପ୍ ଙ୍କୁ ୫୦ ହଜାର ସହ ଟ୍ରଫିଏବଂ ତୃତୀୟ ସ୍ଥାନ ହାସଳ କରିଥିବା ଆରିତଙ୍କୁ ୪୦ ହଜାର ଟଙ୍କା ସହ ଟ୍ରଫି ପ୍ରଦାନ କରାଯାଇଥିଲା।

ଏହି ବର୍ଗରେ ଶ୍ରେଷ୍ଠ ୩୫ଜଣ ଏବଂ ଅନ୍ୟାନ୍ୟ ସ୍ୱତନ୍ତ୍ର ପୁରସ୍କାର ପ୍ରଦାନ କରାଯାଇଥିଲା।

Chess soa
Share. Facebook Twitter LinkedIn Email WhatsApp Copy Link

Related Posts

ତୁଳସୀ ଗଛରେ ପାଣି ଦେଉଛନ୍ତି କି? ତେବେ ମାନନ୍ତୁ ଏହିସବୁ କଥା, ନଚେତ ହୋଇପାରେ ଅସୁବିଧା

July 28, 2026

ନବରଙ୍ଗପୁରରେ ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଓ ‘କଳା ଉତ୍ସବ’

July 28, 2026

ହତ୍ୟା, ଦୁଷ୍କର୍ମ ଏବଂ ଡକାୟତି… : CJP ‘ପଦଯାତ୍ରା’ରେ ଅପରାଧିକ ପୃଷ୍ଠଭୂମି ଥିବା ୯୮୯ ଅଭିଯୁକ୍ତ

July 28, 2026

ONGC ର ପ୍ରଥମ ଡିପ୍ୱାଟର ଏକ୍ସପ୍ଲୋରେଟରୀ ଡ୍ରିଲିଂ ଶୁଭାରମ୍ଭ

July 28, 2026
Latest News

ତୁଳସୀ ଗଛରେ ପାଣି ଦେଉଛନ୍ତି କି? ତେବେ ମାନନ୍ତୁ ଏହିସବୁ କଥା, ନଚେତ ହୋଇପାରେ ଅସୁବିଧା

July 28, 2026

ନବରଙ୍ଗପୁରରେ ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଓ ‘କଳା ଉତ୍ସବ’

July 28, 2026

ହତ୍ୟା, ଦୁଷ୍କର୍ମ ଏବଂ ଡକାୟତି… : CJP ‘ପଦଯାତ୍ରା’ରେ ଅପରାଧିକ ପୃଷ୍ଠଭୂମି ଥିବା ୯୮୯ ଅଭିଯୁକ୍ତ

July 28, 2026

ONGC ର ପ୍ରଥମ ଡିପ୍ୱାଟର ଏକ୍ସପ୍ଲୋରେଟରୀ ଡ୍ରିଲିଂ ଶୁଭାରମ୍ଭ

July 28, 2026

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାମରେ ହେବ ଫୁଲବାଣୀ ମେଡିକାଲ କଲେଜ

July 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.