Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡିରେ ମିଶିଲେ ଭୁବନେଶ୍ବରର ଶତାଧିକ ବିଜେପି କର୍ମୀ
ଆଜିର ଖବର

ବିଜେଡିରେ ମିଶିଲେ ଭୁବନେଶ୍ବରର ଶତାଧିକ ବିଜେପି କର୍ମୀ

February 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେଡିରେ ମିଶିଲେ ଭୁବନେଶ୍ବରର ଶତାଧିକ ବିଜେପି କର୍ମୀ

ଭୁବନେଶ୍ୱର: ଏକାମ୍ର ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେପି କର୍ମୀ ଆଜି ଶଙ୍ଖ ଭବନ ଠାରେ ବିଜେଡ଼ି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓ ମନ୍ତ୍ରୀ ତଥା ଏକାମ୍ର ବିଧାୟକ ଅଶୋକ ଚନ୍ଦ୍ର ପଣ୍ଡାଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ଦଳରେ ସାମିଲ୍‌ ହୋଇଥିବା ସମସ୍ତ ବିଜେପି କର୍ମୀଙ୍କୁ ଶ୍ରୀ ଦାସ ଓ ଶ୍ରୀ ପଣ୍ଡା ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷ କରି ଏକାମ୍ର ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ଦାସ ଓ ଶ୍ରୀ ପଣ୍ଡା କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍‌ ହୋଇଥିବା ବିଜେପି ନେତାମାନେ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ,ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗଦେଲୁ। ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ।

ଏହି ମିଶ୍ରଣ ପର୍ବରେ ବିଜେପି ମହିଳା ମୋର୍ଚ୍ଚାର ରାଜ୍ୟ ଉପସଭାପତି ଛବି ସ୍ୱାଇଁ, ଲିଙ୍ଗରାଜ ମଣ୍ଡଳର ପୂର୍ବତନ ବିଜେପି ଯୁବ ମୋର୍ଚ୍ଚା ସଭାପତି ଗୋପାଳ ମକଦମ, ବିଜେପି ଖଣ୍ଡଗିରି ମଣ୍ଡଳ ସମ୍ପାଦକ ମନୋଜ ଦୋରା, ବିଜେପି ଲିଙ୍ଗରାଜ ମଣ୍ଡଳର ପୂର୍ବତନ ସମ୍ପାଦକ ଓ ପୂର୍ବତନ ଉପସଭାପତି ଅମରେନ୍ଦ୍ର ଗରାବଡୁ, ସସ୍ମିତା ସାହୁ, ଭାରତୀ ସେଠୀ, ପ୍ରତାପ ସ୍ୱାଇଁ, ସନ୍ତୋଷ କୁମାର ମହାନ୍ତି, ରଞ୍ଜିତା ବାଲିଆ, ଆରତୀ ମହାରଣା, ଉର୍ମିଳା ମାଝୀ, ସତ୍ୟଭାମା ସ୍ୱାଇଁ, ଶାନ୍ତି ବାରିକ, ଗାୟତ୍ରୀ ରାୟ, ଦେବରାଜ କବିଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ୍‌ ହୋଇଥିଲୋ ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

Election2024 ଏକାମ୍ର ନିର୍ବାଚନ ମଣ୍ଡଳୀ ନିର୍ବାଚନ2024 ବିଜେଡି ମିଶ୍ରଣ ବିଜେଡି ମିଶ୍ରଣ ପର୍ବ ଶଙ୍ଖ ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.