Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶାର ୨୫ଟି ପ୍ରେକ୍ଷାଳୟରେ ମୁକ୍ତିଲାଭ କଲା “କେମିତି ଏ ସମ୍ପର୍କ”
ଆଜିର ଖବର

ଓଡିଶାର ୨୫ଟି ପ୍ରେକ୍ଷାଳୟରେ ମୁକ୍ତିଲାଭ କଲା “କେମିତି ଏ ସମ୍ପର୍କ”

February 10, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଏକ ସମ୍ପୂର୍ଣ୍ଣ ପାରିବାରିକ କାହାଣୀକୁ ନେଇ ସାରା ଓଡିଶା ର ୨୫ ଟି ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଛି ଓଡ଼ିଆ ଚଳଚ୍ଚିତ୍ର “କେମିତି ଏ ସମ୍ପର୍କ”। କଳିଙ୍ଗ ପୁତ୍ର ଅଭିନେତା ଆକାଶ ଦାସ ନାୟକ, ଅଭିନେତ୍ରୀ ଏଲିନା ସାମନ୍ତରାୟ ଏବଂ ଲିପ୍ସା ମିଶ୍ର ଙ୍କୁ ନେଇ ଜେଜେଏନଜେ ବ୍ୟାନରରେ ନିର୍ମିତ ହୋଇଥିବା ନୂଆ ଓଡ଼ିଆ ଚଳଚ୍ଚିତ୍ର “କେମିତି ଏ ସମ୍ପର୍କ” ର ପ୍ରିମିଅର ଶୋ’ ଭୁବନେଶ୍ୱର ସ୍ଥିତ ସ୍ଵାତି ସିନେପ୍ଲେକ୍ସ ରେ ହୋଇଥିଲା।

ନାୟକ ଆକାଶ, ନାୟିକା ଏଲିନା ଏବଂ ଲିପ୍ସା ଙ୍କ ସମେତ ବରିଷ୍ଠ ଅଭିନେତା ପ୍ରଦ୍ୟୁମ୍ନ ଲେଙ୍କା, ଜୀବନ ପଣ୍ଡା, ଅସିତ ପତି, ଉଷସୀ ମିଶ୍ର, ମମତା ଦାଶ, ନମିତା, ଶିବ ପୂଜାପଣ୍ଡା, ହାସ୍ୟ କଳାକାର ଜ୍ଞାନ ବାରିକ, ଗୁଡ୍ଡୁ, ସନ୍ତୁ, ଶିଶୁ କଳାକାର ଲତାଶା ଖୁରାନା, ନିର୍ଦ୍ଦେଶକ ହିମାଂଶୁ ପରିଜା (ଚଣ୍ଡୀ), ପ୍ରଯୋଜକ ରୁପେଶ କୁମାର ନାୟକ ଏବଂ ଅନ୍ୟାନ୍ୟ କଳାକାର ମାନେ ସିନେ ପ୍ରେମୀ ଦର୍ଶକଙ୍କ ସହିତ ଏକାଠି ବସି ପୁରା ସିନେମା ଟିକୁ ଦେଖିଥିଲେ। ଏହା ବରିଷ୍ଠ ନିର୍ଦ୍ଦେଶକ ହିମାଂଶୁ ପରିଜା (ଚଣ୍ଡୀ) ଙ୍କ ନିର୍ଦ୍ଦେଶିତ ଚଳଚ୍ଚିତ୍ର ତଥା ଏକ ମୌଳିକ ପାରିବାରିକ କାହାଣୀ ହୋଇଥିବାରୁ ଦର୍ଶକଙ୍କ ମନରେ ଉତ୍କଣ୍ଠା ଅଧିକ ଦେଖିବାକୁ ମିଳିଥିଲା। ଏକ ସମ୍ପୂର୍ଣ୍ଣ ପାରିବାରିକ ତଥା ତ୍ରିକୋଣୀୟ ପ୍ରେମ ସହିତ ରହସ୍ୟ, ରୋମାଞ୍ଚ ଓ ସଂଘର୍ଷମୟ କାହାଣୀ ହୋଇଥିବାରୁ ଯୁବ ପିଢ଼ିଙ୍କ ମନରେ ଅଧିକ ଉତ୍କଣ୍ଠା ଦେଖିବାକୁ ମିଳିଛି। ଭୁବନେଶ୍ୱରର ପ୍ରିମିଅର ଶୋ’ ରେ ଦର୍ଶକଙ୍କ ଭିଡ଼ ବହୁ ମାତ୍ରାରେ ଜମିଥିଲା।

ସିନେମାର କାହାଣୀ ଓ ପ୍ରଯୋଜନା ଦାୟିତ୍ୱ ରେ ଥିବା ରୁପେଶ କୁମାର ନାୟକଙ୍କର ଏହା ପ୍ରଥମ ଓଡିଆ ଚଳଚ୍ଚିତ୍ର। ନିର୍ଦ୍ଦେଶନା ଦେଇଛନ୍ତି ଓଲିଉଡ଼ ର ବରିଷ୍ଠ ତଥା ଦକ୍ଷ ନିର୍ଦ୍ଦେଶକ ହିମାଂଶୁ ପରିଜା (ଚଣ୍ଡୀ)। ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ଅଭିଜିତ ମଜୁମଦାର। ଗୀତ ରଚନା ଡକ୍ଟର ନିର୍ମଳ ନାୟକ ଏବଂ ସଂଳାପ ଲେଖିଛନ୍ତି ଚିନ୍ମୟ ଦାସ ପଟ୍ଟନାୟକ। ଚିତ୍ରତ୍ତୋଳନ ଭାର ସମ୍ଭାଳିଛନ୍ତି କାହ୍ନୁ ନନ୍ଦ। ସମ୍ପାଦନା ରାଜେଶ ଦାସ। କଳା ନିବାରଣ ଷଡ଼ଙ୍ଗୀ, କୋରିଓଗ୍ରାଫି ରେ ଲୁବୁନ ଟୁବୁନ, ଭିଏଫକ୍ସ ଦାୟିତ୍ବରେ ଅମର ଦାଶ ଥିବାବେଳେ ମୁଖ୍ୟ ବ୍ୟବସ୍ଥାପକ ଭାବେ ଚିତ୍ତରଞ୍ଜନ ଆଚାର୍ଯ୍ୟ ଓ କ୍ରିଏଟିଭ ହେଡ଼ ପ୍ରଣୟ ଜେଠୀ ଅଛନ୍ତି।  ଅନ୍ୟାନ୍ୟ ଭୂମିକା ରେ ପ୍ରଦ୍ୟୁମ୍ନ ଲେଙ୍କା, ଅସିତ ପତି, ଜୀବନ ପଣ୍ଡା, ଉଷସୀ ମିଶ୍ର, ନମିତା ଦାସ, ଗୁଡ୍ଡୁ, ସନ୍ତୁ, ମିଳନ, ସବିତା, ମମତା, ଜ୍ଞାନ, ଭକ୍ତି, ଶିବ ପୂଜାପଣ୍ଡା ଓ ଶିଶୁ କଳାକାର ଲତାଶା ଖୁରାନା ଇତ୍ୟାଦି ଅଭିନୟ କରିଛନ୍ତି।

ତେବେ ହିମାଂଶୁ ପରିଜା (ଚଣ୍ଡୀ) ଙ୍କର ସମସ୍ତ ଫିଲ୍ମ କୁ ଯେମିତି ଦର୍ଶକ ବହୁତ ଭଲ ପାଇବା ଦେଇଛନ୍ତି “କେମିତି ଏ ସମ୍ପର୍କ” କୁ ମଧ୍ୟ ଢେର ଭଲ ପାଇବା ଦେବେ ବୋଲି ଆଜି ପ୍ରଥମ ଶୋ ରୁ ସ୍ପଷ୍ଟ ଜାଣିହେଉଛି।

ଆକାଶ ଦାସ ନାୟକ ଏଲିନା ସାମନ୍ତରାୟ ଓଡିଆ ଚଳଚ୍ଚିତ୍ର କେମିତି ଏ ସମ୍ପର୍କ ମୁକ୍ତିଲାଭ
Share. Facebook Twitter LinkedIn Email WhatsApp Copy Link

Related Posts

ବେଆଇନ ବାଲି ଚାଲାଣ ଅଭିଯୋଗ: ଦୁଇ ହାଇୱା ଜବତ

June 25, 2026

ଲୋହଗଡ଼ ଫୋର୍ଟ ମାମଲା: ତଦନ୍ତରେ ନୂଆ ମୋଡ଼, ସିସିଟିଭି ଫୁଟେଜ୍ ଓ ପରିବାର ବୟାନରେ ଖୋଲୁଛି ରହସ୍ୟ

June 25, 2026

ନବରଙ୍ଗପୁରରେ ହତ୍ୟା ମାମଲା: ଅଭିଯୁକ୍ତକୁ ୬ ବର୍ଷ ସଶ୍ରମ କାରାଦଣ୍ଡ

June 25, 2026

ନିର୍ମାଣାଧୀନ ଗୋଦାମ ଭୁଶୁଡ଼ି ୫ ମୃତ, ୩ ଅଭିଯୁକ୍ତ ଗିରଫ

June 25, 2026
Latest News

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୫୨ତମ ପ୍ରଗତି ବୈଠକ ଅନୁଷ୍ଠିତ

June 25, 2026

ବେଆଇନ ବାଲି ଚାଲାଣ ଅଭିଯୋଗ: ଦୁଇ ହାଇୱା ଜବତ

June 25, 2026

ରାଶିଫଳ: ଆଜି ଜୁନ୍ ୨୫ ତାରିଖ ଗୁରୁବାରରେ ଏହି ରାଶିର ବ୍ୟବସାୟ ବୃଦ୍ଧି ଘଟିବ, ଧନ ଆସିବ

June 25, 2026

ଲୋହଗଡ଼ ଫୋର୍ଟ ମାମଲା: ତଦନ୍ତରେ ନୂଆ ମୋଡ଼, ସିସିଟିଭି ଫୁଟେଜ୍ ଓ ପରିବାର ବୟାନରେ ଖୋଲୁଛି ରହସ୍ୟ

June 25, 2026

ଏଣିକି ବିବାହ କାର୍ଡରେ ଜନ୍ମ ତାରିଖ ବାଧ୍ୟତାମୂଳକ !

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.