ରାଜ୍ୟର ଆଦିବାସୀ ବହୁଳ ଜିଲ୍ଲା ଓ ଗ୍ରାମାଞ୍ଚଳରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଜାରି

Published: Feb 12, 2024, 7:53 am IST

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ପ୍ରମୁଖ ଜନକଲ୍ୟାଣକାରୀ ଯୋଜନାର ଶତପ୍ରତିଶତ ପ୍ରସାର ଲକ୍ଷ୍ୟ ନେଇ ଗତ ନଭେମ୍ବର ୧୫ ତାରିଖ ଠାରୁ ଆରମ୍ଭ ହୋଇଥିବା ବିକଶିତ ଭାରତ ସଂକଳ୍ପ ଯାତ୍ରା ଓଡ଼ିଶାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଏବଂ ବିଭିନ୍ନ ଗ୍ରାମାଞ୍ଚଳରେ ପୁନର୍ବାର ଜାରି ରହିଛି। ବିଭିନ୍ନ ସ୍ଥାନରେ ଯାତ୍ରାକୁ ବିପୁଳ ସ୍ୱାଗତ କରାଯାଉଛି । କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାରେ ହିତାଧିକାରୀଙ୍କୁ ସଚେତନ ଓ ପଞ୍ଜୀକରଣ କରାଯାଉଛି । ଶନିବାର ଏହି ଯାତ୍ରା କଳାହାଣ୍ଡି ଜିଲ୍ଲା ଜଗନ୍ନାଥପୁର ଗ୍ରାମରେ ଆୟୋଜିତ ହୋଇଯାଇଛି । ଏଥିରେ ଯୋଗ ଦେଇଥିବା ହିତାଧିକାରୀ ଓ ଜନପ୍ରତିନିଧିମାନେ କେନ୍ଦ୍ରୀୟ ଯୋଜନା ସମ୍ପର୍କରେ ଅବଗତ ହେବା ସହିତ ୨୦୪୭ ସୁଦ୍ଧା ବିକଶିତ ରାଷ୍ଟ୍ର ଗଠନ ପାଇଁ ସଂକଳ୍ପ ନେଇଥିଲେ।

ଅନ୍ୟପକ୍ଷରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, କଳାହାଣ୍ଡି, କୋରାପୁଟ, ମାଲକାନଗିରି, କନ୍ଧମାଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ରଥ ପହଞ୍ଚି କେନ୍ଦ୍ରୀୟ ଯୋଜନାର ସଚେତନତା ବାର୍ତ୍ତା ବାଣ୍ଟିଛି । ବିଶେଷକରି ଗ୍ରାମାଞ୍ଚଳ ଓ ଆଦିବାସୀ ଅଞ୍ଚଳର ଲୋକମାନଙ୍କ ପାଇଁ କେନ୍ଦ୍ର ସରକାରଙ୍କ ଯୋଜନାରେ ହିତାଧିକାରୀଙ୍କ ପଞ୍ଜୀକରଣ କରାଯାଇଛି।

ସୂଚନାଯୋଗ୍ୟ ଯେ ପ୍ରଥମ ପର୍ଯ୍ୟାୟ ବିକଶିତ ଭାରତ ସଂକଳ୍ପ ଯାତ୍ରାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୨୩ ନଭେମ୍ବର ୧୫ ତାରିଖ, ଜନଜାତୀୟ ଗୌରବ ଦିବସ  ଉପଲକ୍ଷେ ଆରମ୍ଭ କରିଥିଲେ । ଏହି ଯାତ୍ରା ଜାନୁଆରୀ ୨୫ ତାରିଖ ପର୍ଯ୍ୟନ୍ତ ଚାଲିଥିଲା। ପୁନର୍ବାର ଆଦିବାସୀ ଓ ଗ୍ରାମାଞ୍ଚଳରେ କେନ୍ଦ୍ରୀୟ ଯୋଜନାର ୧୦୦ ପ୍ରତିଶତ ବିସ୍ତାର ଲକ୍ଷ୍ୟ ନେଇ ବିକଶିତ ଭାରତ ସଂକଳ୍ପ ଯାତ୍ରା ଜାରି ରହିଛି ।

Related posts