Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟର ଅଗ୍ରଣୀ ସାମ୍ବାଦିକ ସଂଘ SUJ ODISHA ର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ
ଆଜିର ଖବର

ରାଜ୍ୟର ଅଗ୍ରଣୀ ସାମ୍ବାଦିକ ସଂଘ SUJ ODISHA ର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ

February 12, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ରାଜ୍ୟ ସ୍ତରୀୟ ଅଗ୍ରଣୀ ସାମ୍ୱାଦିକ ସଂଗଠନ SUJ Odisha ର ରାଜ୍ୟ ସ୍ତରୀୟ ବାର୍ଷିକ ଉତ୍ସବ ଭୁନେଶ୍ବରସ୍ଥିତ ଜୟ ଦେବ ଭବନ ରେ ଅନୁଷ୍ଠିତ ହୋଇ ଯାଇଛି। ରାଜ୍ୟ ସଭାପତି କୈଳାସ ଚନ୍ଦ୍ର ନାୟକଙ୍କ ସଭାପତିତ୍ବ ରେ ଓଡ଼ିଶାର ଆଇନ ଓ ଆଦିବାସୀ କଲ୍ୟାଣ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ଙ୍କ କର କମଳ ରେ କାର୍ଯ୍ୟ କ୍ରମ ଉଦ୍ଘାଟିତ ହୋଇ ଥିଲା।

ସମ୍ମାନୀତ ଅତିଥି ଭାବେ ପ୍ରିତି ରଞ୍ଜନ ଘଡାଇ, ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି, ଭୁନେଶ୍ବର ବିଧାୟକ ଅନନ୍ତ ନାରାୟଣ ଜେନା, ମୋ ସ୍କୁଲ ଅଧ୍ୟକ୍ଷ ଆକାଶ ଦାସ ନାୟକ ଙ୍କ ସମେତ NUJ. l ର ଜାତୀୟ ସଭାପତି ଅଶୋକ ମଲ୍ଲିକ, ମହାସଚିବ ସୁରେଶ ଶର୍ମା, ସଚିବ ବବୁଲ ସିଂହ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ। ଓଡ଼ିଶା ରାଜ୍ୟର ଗ୍ରାମ ଉନ୍ନୟନ ମନ୍ତ୍ରୀ ପ୍ରୀତି ରଞନ ଘଡାଇ ଗଣତନ୍ତ୍ର ଶାସନରେ ଗଣମାଧ୍ୟମର ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଆଲୋକପାତ କରିଥିଲେ। ମୂଖ୍ୟବକ୍ତା ଭାବେ ଯୋଗ ଦେଇ ଭୁନେଶ୍ବର ମେୟର ଶ୍ରୀମତୀ ସୁଲୋଚନା ଦାସ ଗଣମାଧ୍ୟମ ବିନା ଗଣତନ୍ତ୍ର କେବେହେଲେ ମଜଭୁତ ହୋଇ ପାରିବ ନାହିଁ ବୋଲି ମତ ପ୍ରକାଶ କରିଥଲେ।

ରାଜ୍ୟ ବରିଷ୍ଠ ଉପ ସଭାପତି କିର୍ତିଚନ୍ଦ୍ର ସାହୁ ମଞ୍ଚ ପରିଚାଳନା ଏବଂ ରାଜ୍ୟ ସାଧାରଣ ସମ୍ପାଦକ ପ୍ରଶାନ୍ତ ପାଢ଼ୀ ବିବରଣୀ ପାଠ କରିଥିଲେ। ମଞ୍ଚ ପରିଚାଳନା ରେ ରାଜ୍ୟ ଉପସଭାପତି ଦୁଷ୍ମନ୍ତ କୁମାର ପଣ୍ଡା, କାର୍ଯ୍ୟକାରିଣୀ ସଭ୍ୟ ଜଗ ମୋହନ ପଟ୍ଟନାୟକ, ବରିଷ୍ଠ ସଭ୍ୟ ନଚିକେତା ସାହୁ, ନିବେଦିତା ସିଂହ, ଜ୍ୟୋତ୍ସ୍ନା ସାମଲ, ପ୍ରୟାଗ ରାଜ୍ୟ କର ପ୍ରମୁଖ ସହଯୋଗ କରିଥଲେ।

ଏହି ଅବସର ରେ ସଂଗଠନ ର ମୁଖ ପତ୍ର ସଂକଳ୍ପ ଉନ୍ମୋଚିତ ହେବା ସହିତ ସମାଜ ର ବିଭିନ୍ନ ବର୍ଗ ର ପ୍ରତିଭା ଧର ମାନଙ୍କୁ ସମ୍ମାନୀତ କାରା ଯାଇ ଥିଲା। ରାଜ୍ୟର ସମସ୍ତ ୩୧ ଟି ସାଂଗଠନିକ ଜିଲ୍ଲାରୁ SUJ ସଦସ୍ୟ ବୃନ୍ଦ ଯୋଗ ଦେଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ରାଜ୍ୟ ଉପ ସଭାପତି ଦୁଷ୍ମନ୍ତ କୁମାର ପଣ୍ଡା ଏବଂ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ଜିଲ୍ଲା ସାଧାରଣ ସମ୍ପାଦକ ଜଗମୋହନ ପଟ୍ଟନାୟକଙ୍କ ନେତୃତ୍ବରେ ଜିଲ୍ଲାର ସାମ୍ବାଦିକ ଗଣ ଏହି ରାଜ୍ୟ ଉତ୍ସବରେ ଯୋଗ ଦେଇଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ତାଳଚେର ଷ୍ଟେସନରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

March 27, 2026

ଚୀନକୁ ବଡ଼ ଝଟକା ଦେଲା: ହର୍ମୁଜ୍ ପ୍ରଣାଳୀରୁ ଫେରାଇଲା ଦୁଇଟି ବେଜିଂ ଜାହାଜ

March 27, 2026

ଜିଓ ଫାଇନାନ୍ସିଆଲ୍ – ଆଲିଆଞ୍ଜ୍ ପୁନଃବୀମା ମିଳିତ ଉଦ୍ୟୋଗର ଭାରତରେ କାର୍ଯ୍ୟ ଆରମ୍ଭ

March 27, 2026

ପେଟ୍ରୋଲ ଓ ଡିଜେଲ ଉପରେ କେନ୍ଦ୍ରୀୟ ଅବକାରୀ ଶୁଳ୍କ ହ୍ରାସ ନିଷ୍ପତ୍ତିକୁ କେନ୍ଦ୍ରମନ୍ତ୍ରୀଙ୍କ ସ୍ୱାଗତ

March 27, 2026
Latest News

ତାଳଚେର ଷ୍ଟେସନରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

March 27, 2026

ଚୀନକୁ ବଡ଼ ଝଟକା ଦେଲା: ହର୍ମୁଜ୍ ପ୍ରଣାଳୀରୁ ଫେରାଇଲା ଦୁଇଟି ବେଜିଂ ଜାହାଜ

March 27, 2026

ଜିଓ ଫାଇନାନ୍ସିଆଲ୍ – ଆଲିଆଞ୍ଜ୍ ପୁନଃବୀମା ମିଳିତ ଉଦ୍ୟୋଗର ଭାରତରେ କାର୍ଯ୍ୟ ଆରମ୍ଭ

March 27, 2026

ପେଟ୍ରୋଲ ଓ ଡିଜେଲ ଉପରେ କେନ୍ଦ୍ରୀୟ ଅବକାରୀ ଶୁଳ୍କ ହ୍ରାସ ନିଷ୍ପତ୍ତିକୁ କେନ୍ଦ୍ରମନ୍ତ୍ରୀଙ୍କ ସ୍ୱାଗତ

March 27, 2026

“ହର୍ମୁଜ୍ ପଥ ଦେଇ ଭାରତ ଆସୁଛି ଆଉ ଚାରୋଟି ଏଲପିଜି ଜାହାଜ”: ବୈଦେଶିକ ମନ୍ତ୍ରଣାଳୟ

March 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.