
ଭୁବନେଶ୍ଵର: ଆଜି ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଆଜି ରାଜ୍ୟ କ୍ୟାବିନେଟରେ ମୋଟ ୨୭ ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ତେବେ କ୍ୟାବିନେଟର ନିଷ୍ପତ୍ତି ଅନୁଯାୟୀ ଖାଦ୍ୟ ସୁରକ୍ଷା ଯୋଜନାରେ ପ୍ରତି ପରିବାରକୁ ୧ ହଜାର ଟଙ୍କା ଲେଖାଏଁ ଓ ୨ଟି ଝୋଟ ବ୍ୟାଗ୍ ମିଳିବ ବୋଲି ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଛି। ଅତ୍ୟାବଶ୍ୟକ ସାମଗ୍ରୀ କ୍ରୟ କରିବାକୁ ଏହି ଟଙ୍କା ଓ ବ୍ୟାଗ୍ ମିଳିବ। ଏଥିରେ ରାଜ୍ୟର ୯୫ ଲକ୍ଷ ୯୦ ହଜାର ହିତାଧିକାରୀ ଉପକୃତ ହେବେ। ଏହି ଯୋଜନାରେ ରାଜ୍ୟ ସରକାରଙ୍କ ୯୫୯.୫ କୋଟି ଖର୍ଚ୍ଚ ହେବ।