Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ସୋନପୁର-ବୌଦ୍ଧ ରେଳ ସେକ୍ସନ ନୀରିକ୍ଷଣ
ଆଜିର ଖବର

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ସୋନପୁର-ବୌଦ୍ଧ ରେଳ ସେକ୍ସନ ନୀରିକ୍ଷଣ

February 13, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ପୂର୍ବତଟ ରେଳପଥ (ଇକୋଆର) ର ମହାପ୍ରବନ୍ଧକ ମନୋଜ ଶର୍ମା ଇତିମଧ୍ୟରେ ଖୋର୍ଦ୍ଧା ରୋଡ଼-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର ସୋନପୁର ଏବଂ ବୌଦ୍ଧ ମଧ୍ୟରେ ଚାଲୁରହିଥିବା ରେଳ ଲାଇନ ପ୍ରକଳ୍ପର ନିର୍ମାଣାଧୀନ ରେଳ ଲାଇନ ସେକ୍ସନକୁ ନିରୀକ୍ଷଣ କରିଛନ୍ତି। ନିରୀକ୍ଷଣ ସମୟରେ ପୂର୍ବତଟ ରେଳପଥ ମୁଖ୍ୟାଳୟର ବରିଷ୍ଠ ଅଧିକାରୀ ଏବଂ ପ୍ରକଳ୍ପର ନିର୍ମାଣ କାର୍ଯ୍ୟରେ ନିୟୋଜିତ ଅଧିକାରୀ ମାନଙ୍କ ସହିତ ସମ୍ବଲପୁର ରେଳ ମଣ୍ଡଳର ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ।

ନିରୀକ୍ଷଣ ସମୟରେ ଶ୍ରୀ ଶର୍ମା ଭିତ୍ତିଭୂମି କାର୍ଯ୍ୟର ସମୀକ୍ଷା କରିଥିଲେ ଏବଂ ଧାର୍ଯ୍ୟ ସମୟ ମଧ୍ୟରେ ନିର୍ମାଣ କାର୍ଯ୍ୟ ସମାପ୍ତ ହେବା ନିଶ୍ଚିତ କରିବାକୁ ଅଧିକାରୀମାନଙ୍କୁ ଆବଶ୍ୟକ ପଦକ୍ଷେପ ନେବାକୁ ପରାମର୍ଶ ଦେଇଥିଲେ। ଜନକୈନ୍ଦ୍ରିକ ଖୋର୍ଦ୍ଧା ରୋଡ଼-ବଲାଙ୍ଗୀର ରେଳ ଲାଇନ ଉଭୟ ପଶ୍ଚିମ ଓ ଉପକୂଳ ଓଡିଶାକୁ ସଂଯୋଗ କରିବା ସହିତ ଦୁର୍ଗମ ଅଞ୍ଚଳ ଜିଲ୍ଲା ମାନଙ୍କୁ ମଧ୍ୟ ସେବା ଯୋଗାଇବ ଯାହାର ନିର୍ମାଣ କାର୍ଯ୍ୟ ନିଜେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଜୀଙ୍କର ତୀକ୍ଷ୍ଣ ନଜରରେ ରଖାଯାଇଥିବା ପ୍ରକଳ୍ପ ଗୁଡିକର ଏକ ଅଂଶ।

ଏହି ପ୍ରକଳ୍ପର ମୋଟ ଦୈର୍ଘ୍ୟ 301 କିମି ମଧ୍ୟରୁ ଏପର୍ଯ୍ୟନ୍ତ ମୋଟ 152.805 କିମି ରେଳ ଲାଇନ କାର୍ଯ୍ୟ ସମ୍ପାଦନ ହୋଇସାରିଛି ଏବଂ ଏହା ରେଳ ସେବା ଦ୍ୱାରା ଯାତ୍ରୀ ମାନଙ୍କୁ ସୁବିଧା ପ୍ରଦାନ କରାଯାଇଅଛି। ଏହି ପ୍ରକଳ୍ପ ଶୀଘ୍ର ଶେଷ ହେବା ପାଇଁ ରେଳବାଇ ଉଭୟ ପାର୍ଶ୍ୱରୁ ଅର୍ଥାତ୍ ଖୋର୍ଦ୍ଧା ରୋଡ୍ ଏବଂ ବଲାଙ୍ଗୀରରୁ ଏହି ଲାଇନ ନିର୍ମାଣ କାର୍ଯ୍ୟ ଦ୍ରୁତ ଗତିରେ ଜାରି ରଖିଛି। ଖୋର୍ଦ୍ଧା ରୋଡ଼ ରୁ ଦଶପଲ୍ଲା ପର୍ଯ୍ୟନ୍ତ 105.8 କିମି ଏବଂ ବାଲାଙ୍ଗୀରରୁ ସୋନେପୁର ପର୍ଯ୍ୟନ୍ତ 47 କିମି କାର୍ଯ୍ୟ ସମାପ୍ତ ହୋଇସାରିଛି। ସୋନପୁରରୁ ପୁରୁଣାକଟକ ପର୍ଯ୍ୟନ୍ତ ପ୍ରାୟ 73 କିମି ଦୈର୍ଘ୍ୟ ନୂତନ ରେଳପଥର କାର୍ଯ୍ୟ ଦ୍ରୁତଗତିରେ ଚାଲୁରହିଥିବାବେଳେ ଆସନ୍ତା ଦୁଇମାସ ମଧ୍ୟରେ ନିର୍ମାଣ କାର୍ଯ୍ୟ ଶେଷ କରାଯିବାକୁ ସମୟ ଧାର୍ଯ୍ୟ ରଖାଯାଇଅଛି। ଅବଶିଷ୍ଟ ରେଳପଥ ନିର୍ମାଣ କାର୍ଯ୍ୟ ଅର୍ଥାତ୍ ଦଶପଲ୍ଲା ଠାରୁ ପୁରୁଣାକଟକ ପର୍ଯ୍ୟନ୍ତ 75 କିଲୋମିଟରର ନିର୍ମାଣ କାର୍ଯ୍ୟ ଡିସେମ୍ବର 2026 ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ପୂର୍ବତଟ ରେଳପଥ ପକ୍ଷରୁ ଆଶା କରାଯାଉଛି।

East Coast Railway manoj sharma ପୂର୍ବତଟ ରେଳପଥ
Share. Facebook Twitter LinkedIn Email WhatsApp Copy Link

Related Posts

ତାଳଚେର ଷ୍ଟେସନରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

March 27, 2026

ଚୀନକୁ ବଡ଼ ଝଟକା ଦେଲା: ହର୍ମୁଜ୍ ପ୍ରଣାଳୀରୁ ଫେରାଇଲା ଦୁଇଟି ବେଜିଂ ଜାହାଜ

March 27, 2026

ଜିଓ ଫାଇନାନ୍ସିଆଲ୍ – ଆଲିଆଞ୍ଜ୍ ପୁନଃବୀମା ମିଳିତ ଉଦ୍ୟୋଗର ଭାରତରେ କାର୍ଯ୍ୟ ଆରମ୍ଭ

March 27, 2026

ପେଟ୍ରୋଲ ଓ ଡିଜେଲ ଉପରେ କେନ୍ଦ୍ରୀୟ ଅବକାରୀ ଶୁଳ୍କ ହ୍ରାସ ନିଷ୍ପତ୍ତିକୁ କେନ୍ଦ୍ରମନ୍ତ୍ରୀଙ୍କ ସ୍ୱାଗତ

March 27, 2026
Latest News

ତାଳଚେର ଷ୍ଟେସନରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

March 27, 2026

ଚୀନକୁ ବଡ଼ ଝଟକା ଦେଲା: ହର୍ମୁଜ୍ ପ୍ରଣାଳୀରୁ ଫେରାଇଲା ଦୁଇଟି ବେଜିଂ ଜାହାଜ

March 27, 2026

ଜିଓ ଫାଇନାନ୍ସିଆଲ୍ – ଆଲିଆଞ୍ଜ୍ ପୁନଃବୀମା ମିଳିତ ଉଦ୍ୟୋଗର ଭାରତରେ କାର୍ଯ୍ୟ ଆରମ୍ଭ

March 27, 2026

ପେଟ୍ରୋଲ ଓ ଡିଜେଲ ଉପରେ କେନ୍ଦ୍ରୀୟ ଅବକାରୀ ଶୁଳ୍କ ହ୍ରାସ ନିଷ୍ପତ୍ତିକୁ କେନ୍ଦ୍ରମନ୍ତ୍ରୀଙ୍କ ସ୍ୱାଗତ

March 27, 2026

“ହର୍ମୁଜ୍ ପଥ ଦେଇ ଭାରତ ଆସୁଛି ଆଉ ଚାରୋଟି ଏଲପିଜି ଜାହାଜ”: ବୈଦେଶିକ ମନ୍ତ୍ରଣାଳୟ

March 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.