Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶାରେ ୬,୬୦୦ କୋଟି ଟଙ୍କାର ୨୮ଟି ଜାତୀୟ ରାଜପଥ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କଲେ ନୀତିନ ଗଡକରୀ
ଆଜିର ଖବର

ଓଡ଼ିଶାରେ ୬,୬୦୦ କୋଟି ଟଙ୍କାର ୨୮ଟି ଜାତୀୟ ରାଜପଥ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କଲେ ନୀତିନ ଗଡକରୀ

February 15, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଓଡ଼ିଶାର ସମୃଦ୍ଧି ପାଇଁ ଉନ୍ନତ ଯୋଗାଯୋଗକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ଶ୍ରୀ ନୀତିନ ଗଡକରୀ ଆଜି ପୁରୀ ଠାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୬,୬୦୦ କୋଟି ଟଙ୍କା ବ୍ୟୟରେ ୨୮ଟି ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ କରିଛନ୍ତି। ଉଦଘାଟନ ଓ ଶିଳାନ୍ୟାସ ସମାରୋହରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ଆଇଟିଡିସି ଅଧ୍ୟକ୍ଷ ସମ୍ବିତ ପାତ୍ରଙ୍କ ସମେତ ସାଂସଦ, ବିଧାୟକ ଓ ଅଧିକାରୀମାନେ ଉପସ୍ଥିତ ଥିଲେ।

ଆଜି ଉଦଘାଟିତ ହୋଇଥିବା ପ୍ରକଳ୍ପଗୁଡ଼ିକ ମଧ୍ୟରେ ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲରୁ ଭଦ୍ରକ ସେକ୍ସନର ୬ ଲେନ୍ କାମ ଓ ୪୯ ନମ୍ବର ଜାତୀୟ ରାଜପଥର ବାହରାଗୋଡ଼ା-ସିଂଗଡ଼ା ସେକ୍ସନର ୪ ଲେନ୍ କାମ ରହିଛି। ଏହି ପ୍ରକଳ୍ପଗୁଡିକ ଯାତ୍ରା ସମୟ ହ୍ରାସ କରିବ ଏବଂ ଇନ୍ଧନ ସଞ୍ଚୟ କରିବ। ଏଥିସହିତ ପୂର୍ବ ଉପକୂଳରେ ଥିବା ବନ୍ଦରଗୁଡ଼ିକ ସହ ସହଜରେ ଯୋଗାଯୋଗ ସୁବିଧା ହେବ, ଯାହା ଶିଳ୍ପ କାର୍ଯ୍ୟକଳାପକୁ ବଢ଼ାଇବ।

ଓଡ଼ିଶାକୁ ବିକାଶର ନୂଆ ଗତି ଦେବା ଲକ୍ଷ୍ୟରେ ୨୬ଟି ମହତ୍ୱାକାଂକ୍ଷୀ ପ୍ରକଳ୍ପର ଶିଳାନ୍ୟାସ କରାଯାଇଛି। ଏଗୁଡ଼ିକ ବ୍ୟତୀତ ଅନ୍ୟ ୧୩ଟି ପ୍ରକଳ୍ପ ଉପରେ ମଧ୍ୟ କାମ ଆରମ୍ଭ ହେଉଛି। ଏହି ସବୁ ପ୍ରକଳ୍ପ ସମ୍ପୂର୍ଣ୍ଣ ହେଲେ ଓଡ଼ିଶାର ଆର୍ଥିକ ବିକାଶ ତ୍ୱରାନ୍ୱିତ ହେବ। ସେହିପରି ଶ୍ରୀଜଗନ୍ନାଥ ଧାମ ଓ କୋଣାର୍କ ମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ଯାତ୍ରା ସୁରକ୍ଷିତ ଓ ଠିକ୍ ସମୟରେ ସମ୍ପନ୍ନ ହେବ। ଅନ୍ୟ ରାଜ୍ୟ ମଧ୍ୟରେ ଓଡ଼ିଶାର ଯୋଗାଯୋଗରେ ସୁଧାର ଆସିବ। ଖଣି ଖନନ ଏବଂ କଞ୍ଚାମାଲ ପାଇଁ ବନ୍ଦରଗୁଡିକ ସହ ଯୋଗାଯୋଗ ସହଜ ହେବ। ଏହା ଦ୍ୱାରା ଆର୍ଥିକ କାର୍ଯ୍ୟକଳାପ ବୃଦ୍ଧି ପାଇବ। ସେହିପରି ରେଳ ପୋଲ ନିର୍ମାଣ ହେଲେ ଯାତାୟାତ ସୁରକ୍ଷିତ ଓ ଗତିଶୀଳ ହେବ।

inaguration lay foundation Nitin Gadkari Odisha
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026
Latest News

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.