Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ବଲପୁର ସହର ଓ କଳାହାଣ୍ଡି ଲାଞ୍ଜିଗଡ଼ରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଆୟୋଜିତ
ଆଜିର ଖବର

ସମ୍ବଲପୁର ସହର ଓ କଳାହାଣ୍ଡି ଲାଞ୍ଜିଗଡ଼ରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଆୟୋଜିତ

February 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଆଦିବାସୀ ବହୁଳ ଜିଲ୍ଲାର ଗ୍ରାମାଞ୍ଚଳ ଏବଂ ସହରାଞ୍ଚରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଜାରି ରହିଛି। ଆଜି ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ଗୋପାଳପଲ୍ଲୀ ଠାରେ ବିକଶିତ ଭାରତର ସଂକଳ୍ପ ଯାତ୍ରା ରଥ ଅଟକିଥିଲା। ସଚେତନତା ବାହନରେ ଲାଗିଥିବା ଏଲ୍‌ଇଡି ସ୍କ୍ରିନରେ ମୋଦୀ ସରକାରଙ୍କ ପ୍ରମୁଖ ଜନକଲ୍ୟାଣକାରୀ ଯୋଜନାର ବାର୍ତ୍ତା ପ୍ରସାରଣ କରାଯାଇଥିଲା। ଯାତ୍ରା ରହଣୀସ୍ଥଳରେ ହିତାଧିକାରୀମାନେ ସେମାନଙ୍କର  ପଞ୍ଜୀକରଣ କରିବା ସହିତ ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ ପାଇଁ ସଂକଳ୍ପ ନେଇଥିଲେ।

କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ୍‌ ଗୁଣ୍ଡରି ପଞ୍ଚାୟତଠାରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ସ୍ଥାନୀୟ ଜନପ୍ରତିନିଧି ଏବଂ ସରକାରୀ ଯୋଜନାର ହିତାଧିକାରୀଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଯାଇଛି । ଯାତ୍ରାରେ ସ୍ଥାନୀୟ ଜନସମୁଦାୟ ବେଶ୍‌ ଉତ୍ସାହର ସହିତ ଅଂଶଗ୍ରହଣ କରିଥିଲେ। ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସଂକଳ୍ପ ଯାତ୍ରାର ସଚେତନତା ରଥ ପହଞ୍ଚିବା ପରେ ସ୍ଥାନୀୟ ମହିଳାମାନେ ପୂଜାର୍ଚ୍ଚନା କରି ଏହାକୁ ପାରମ୍ପରିକ ଢଙ୍ଗରେ ସ୍ୱାଗତ କରିଥିଲେ।

ଏହି ଅବସରରେ କେନ୍ଦ୍ର ସରକାରଙ୍କ ପ୍ରମୁଖ ଜନକଲ୍ୟାଣକାରୀ ଯୋଜନାର ପ୍ରଚାରପ୍ରସାର କରାଯାଇଥିଲା। ଏଥିରେ ବିଭିନ୍ନ ଯୋଜନାର ଯୋଗ୍ୟ ହିତାଧିକାରୀଙ୍କ ପଞ୍ଜୀକରଣ କରାଯାଇଥିବା ବେଳେ ପୁରୁଣା ହିତାଧିକାରୀମାନେ କେନ୍ଦ୍ରୀୟ ଯୋଜନାର ସୁଫଳକୁ ନେଇ ନିଜର ଅନୁଭୂତି ବଖାଣିଥିଲେ। ବିଶେଷ କରି ମାଗଣା ଗ୍ୟାସ ସଂଯୋଗ ପାଇଥିବା ଉଜ୍ଜ୍ୱଳା ଯୋଜନାର ମହିଳା ହିତାଧିକାରୀମାନେ ସେମାନଙ୍କ ଅନୁଭୂତି ପ୍ରକାଶ କରିବା ସହିତ ଏଥିପାଇଁ କେନ୍ଦ୍ର ସରକାର ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇଥିଲେ। କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗ ଦେଇଥିଲେ। ଯାତ୍ରା ରହଣୀ ସ୍ଥଳରେ ସ୍ବାସ୍ଥ୍ୟ ଶିବିର ଏବଂ କେନ୍ଦ୍ରୀୟ ଯୋଜନାର ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିଲା।

କଳାହାଣ୍ଡି ବିକଶିତ ଭାରତ ଲାଞ୍ଜିଗଡ ସଂକଳ୍ପ ଯାତ୍ରା ସମ୍ବଲପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବଡ଼ମାଳ ମହୋତ୍ସବ ଦହନା: ଦର୍ଶକଙ୍କୁ ବାନ୍ଧି ରଖିଲା ହସ୍ୟକବିଙ୍କ ବ୍ୟଙ୍ଗ, ନାଚ ଗୀତରେ ଦୁଲୁକିଲା ମଞ୍ଚ

February 9, 2026

ଅନ୍ଧାରରେ ବୁଡ଼ିଯିବ ବାଂଲାଦେଶ?: ବିଦ୍ୟୁତ୍ ଯୋଗାଣ ବନ୍ଦ କରିବାକୁ ଧମକ ଦେଲା ଆଦାନୀ ଗ୍ରୁପ୍

February 9, 2026

ସର୍ବଭାରତୀୟ ରେଳ ହିନ୍ଦୀ କୁଇଜ୍ ପ୍ରତିଯୋଗିତା: ତୃତୀୟ ସ୍ଥାନ ହାସଲ କଲା ପୂର୍ବତଟ ରେଳପଥ

February 9, 2026

ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ଆର୍ଥିକ ସାକ୍ଷରତା ସପ୍ତାହ ୨୦୨୬ ର ଉଦ୍ଘାଟନ

February 9, 2026
Latest News

ବଡ଼ମାଳ ମହୋତ୍ସବ ଦହନା: ଦର୍ଶକଙ୍କୁ ବାନ୍ଧି ରଖିଲା ହସ୍ୟକବିଙ୍କ ବ୍ୟଙ୍ଗ, ନାଚ ଗୀତରେ ଦୁଲୁକିଲା ମଞ୍ଚ

February 9, 2026

ଅନ୍ଧାରରେ ବୁଡ଼ିଯିବ ବାଂଲାଦେଶ?: ବିଦ୍ୟୁତ୍ ଯୋଗାଣ ବନ୍ଦ କରିବାକୁ ଧମକ ଦେଲା ଆଦାନୀ ଗ୍ରୁପ୍

February 9, 2026

ପାକିସ୍ତାନର ୟୁ-ଟର୍ଣ୍ଣ: ଟି୨୦ ବିଶ୍ୱକପରେ ଭାରତ ସହିତ ଖେଳିବାକୁ ରାଜି

February 9, 2026

ସର୍ବଭାରତୀୟ ରେଳ ହିନ୍ଦୀ କୁଇଜ୍ ପ୍ରତିଯୋଗିତା: ତୃତୀୟ ସ୍ଥାନ ହାସଲ କଲା ପୂର୍ବତଟ ରେଳପଥ

February 9, 2026

କିସିଣ୍ଡାରେ ବନାଗ୍ନୀ ସଚେତନତା ଓ ନିରାକରଣ ସଚେତନତା ସଭା

February 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.