Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଳାହାଣ୍ଡି ଜିଲ୍ଲାରେ ୫ଟି ଉପକ୍ରମରେ “ଆମ ହସ୍ପିଟାଲ” ଯୋଜନା ମୂଖ୍ୟମନ୍ତ୍ରୀଙ୍କ ଦ୍ବାରା ଲୋକାର୍ପଣ
ଆଜିର ଖବର

କଳାହାଣ୍ଡି ଜିଲ୍ଲାରେ ୫ଟି ଉପକ୍ରମରେ “ଆମ ହସ୍ପିଟାଲ” ଯୋଜନା ମୂଖ୍ୟମନ୍ତ୍ରୀଙ୍କ ଦ୍ବାରା ଲୋକାର୍ପଣ

February 17, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

କଳାହାଣ୍ଡି (ଦୁଷ୍ମନ୍ତ କୁମାର ପଣ୍ଡା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନ ୪.୩୦ ମି ସମୟରେ “ଆମ ହସ୍ପିଟାଲ “ଯୋଜନାରେ କଳାହାଣ୍ଡି ଜିଲ୍ଲାକୁ ସାମିଲ କରି ଜିଲ୍ଲାର ସ୍ୱାସ୍ଥ୍ୟ ବ୍ୟବସ୍ଥା କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିଛନ୍ତି। “ଆମ ହସ୍ପିଟାଲ” ଯୋଜନାରେ କଳାହାଣ୍ଡି ଜିଲ୍ଲାର ୪ ଟି ହସ୍ପିଟାଲ ମୂଖ୍ୟ ଡାକ୍ତରଖାନା, ଭବାନୀପାଟଣା, ସରକାରୀ ଉପଖଣ୍ଡ ଚିକିତ୍ସାଳୟ, ଧର୍ମଗଡ଼, ଜୁନାଗଡ ଏବଂ ବିଶ୍ୱନାଥ ପୁର ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର କୁ ସାମିଲ କରି ରୁପାନ୍ତିକରଣ କରାଯାଇଛି।

ଏହି ଚାରିଟି ରୂପାନ୍ତରଣ ଡାକ୍ତରଖାନା ମାନଙ୍କରେ ପଞ୍ଜିକରଣ କେନ୍ଦ୍ର, ଔଷଧ ବିତରଣ କେନ୍ଦ୍ର, ସହାୟତା କେନ୍ଦ୍ର, ରୋଗୀଙ୍କ ଅପେକ୍ଷା ଗୃହ, ଶୌଚାଳୟ , ପାର୍କିଂ ବ୍ୟବସ୍ଥା, ପିଇବା ପାଣି, ମିଶନ ଶକ୍ତି କଫେ, ଏଲ୍ଇଡି ବ୍ୟବସ୍ଥା, କର୍ମଚାରୀ ମାନଙ୍କ ଉପସ୍ଥାପନ ପାଇଁ ବାୟୋମେଟ୍ରିକ୍ ବ୍ୟବସ୍ଥା, ଆଇ ଭି ଆର୍ ପଦ୍ଧତିରେ ରୋଗୀଙ୍କ ମତାମତ ସଂଗ୍ରହ ସହ ଧର୍ମଗଡ଼ ଏମସିଏଚ କୋଠାର ସମ୍ପୂର୍ଣ୍ଣ ଓ ଅନ୍ୟ ବିଭାଗର ମରାମତି ଓ ନୂତନ କୋଠା ର ନିର୍ମାଣ ସହ ରୁପାନ୍ତିକରଣ କରାଯାଇଛି। ରାଜ୍ୟ ସଭା ସାଂସଦ ସୁଜିତ୍ କୁମାର ନିଜ ବକ୍ତବ୍ୟ ରେ ବିଜୁ ସ୍ଵାସ୍ଥ୍ୟ ସ୍ମାର୍ଟ କାର୍ଡ, ମେଡିକାଲ କଲେଜ, କ୍ୟାନ୍ସର ହସପିଟାଲ ଉଲ୍ଲେଖ କରି ଜିଲ୍ଲାବାସୀ ଉନ୍ନତ ମାନର ସ୍ଵାସ୍ଥ୍ୟ ସେବା ର ସୁଯୋଗ ପାଉ ଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇ ଥିଲେ।

ଏହି ଲୋକାର୍ପଣ କାର୍ଯ୍ୟକ୍ରମ ରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର କୁମାର ସିଂହଦେଓ, ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ, ଅତିରିକ୍ତ ଜିଲ୍ଲାପାଳ ତ୍ରିଲୋଚନ ପାତ୍ର, ଜିଲ୍ଲା ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ମଧୁଛନ୍ଦା ସାହୁ,ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ ସୂଚେତା ପାଣି, ପୌରାଧ୍ୟକ୍ଷ ସଂଯୁକ୍ତା ବେହେରା, ଏ ଡି ପି ଏଚ ଓ ଡ ରଞ୍ଜନ ମିତ୍ର, ଡ ନିହାରେନ୍ଦ୍ର ପଣ୍ଡା, ଡି ଆଇ ପି ଆର୍ ଓ ମନୋଜ ବେହେରା ,ସହରର ବିଶିଷ୍ଟ ବ୍ୟକ୍ତି,ଜନ ପ୍ରତିନିଧି, ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ରହିଥିବା ବେଳେ ହଜାର ହଜାର ସଂଖ୍ୟାରେ ଏସ ଏ ଚ ଜି ଓ ମିଶନ ଶକ୍ତି ମା ସଭ୍ୟା, ଆଶା କର୍ମୀ,ଅଙ୍ଗନବାଡ଼ି କର୍ମୀ, ଜନ ସାଧାରଣ ସାମିଲ ହୋଇଥିଲେ।

ଆମ ହସ୍ପିଟାଲ ଯୋଜନା କଳାହାଣ୍ଡି
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ହେଉଛି ମାର୍ଚ୍ଚ ୧୮ ତାରିଖ ବୁଧବାର: ଏହି ରାଶିର ବ୍ୟକ୍ତିମାନଙ୍କୁ ମିଳିବ ଭଲ ଖବର

March 18, 2026

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026
Latest News

୧୨,୦୦୦ ରୁ ଅଧିକ ଚଢାଉ: ୧୫,୦୦୦ ରୁ ଅଧିକ ଏଲପିଜି ସିଲିଣ୍ଡର ଜବତ

March 18, 2026

ଆଜି ହେଉଛି ମାର୍ଚ୍ଚ ୧୮ ତାରିଖ ବୁଧବାର: ଏହି ରାଶିର ବ୍ୟକ୍ତିମାନଙ୍କୁ ମିଳିବ ଭଲ ଖବର

March 18, 2026

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.