Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟର ବିଭିନ୍ନ ସ୍ଥାନରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଆୟୋଜିତ
ଆଜିର ଖବର

ରାଜ୍ୟର ବିଭିନ୍ନ ସ୍ଥାନରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଆୟୋଜିତ

February 19, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଆଦିବାସୀ ବହୁଳ ଜିଲ୍ଲାର ଗ୍ରାମାଞ୍ଚଳ ଏବଂ ସହରାଞ୍ଚରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଜାରି ରହିଛି। ଆଜି ସୁନ୍ଦରଗଡ଼ ଜିଲ୍ଲାର ଚେଙ୍ଗିଝରଣ ଓ ବିରିଙ୍ଗଝର ଗ୍ରାମରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଆୟୋଜନ କରାଯାଇଥିଲା। ଗାଁରେ ସଚେତନତା ବାହନ ପହଞ୍ଚିବା ପରେ ସ୍ଥାନୀୟ ଲୋକେ ଏହାକୁ ପାରମ୍ପରିକ ଢଙ୍ଗରେ ସ୍ୱାଗତ କରିଥିଲେ। ସଂକଳ୍ପ ଯାତ୍ରା ବାହନରେ ଲାଗିଥିବା ଏଲ୍‌ଇଡି ସ୍କ୍ରିନରେ କେନ୍ଦ୍ର ସରକାରଙ୍କ ପ୍ରମୁଖ ଜନକଲ୍ୟାଣକାରୀ ଯୋଜନାର ବାର୍ତ୍ତା ପ୍ରସାରଣ କରାଯାଇଥିଲା। ଯାତ୍ରା ରହଣୀସ୍ଥଳରେ ହିତାଧିକାରୀମାନେ ସେମାନଙ୍କର  ପଞ୍ଜୀକରଣ କରିବା ସହିତ ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ ପାଇଁ ସଂକଳ୍ପ ନେଇଥିଲେ।

ଅନୁରୂପ ଭାବେ କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ୍‌ର ବିଭିନ୍ନ ପଞ୍ଚାୟତରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଆୟୋଜନ କରାଯାଇଥିଲା। ସ୍ଥାନୀୟ ଜନପ୍ରତିନିଧି ଏବଂ ସରକାରୀ ଯୋଜନାର ହିତାଧିକାରୀଙ୍କ ଉପସ୍ଥିତିରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ୍‌ରେ ମଧ୍ୟ ବିକଶିତ ଭାରତ ସଂକଳ୍ପ ଯାତ୍ରା ଆୟୋଜନ କରାଯାଇଥିଲା। ଯାତ୍ରାରେ ସ୍ଥାନୀୟ ଜନସମୁଦାୟ ବେଶ୍‌ ଉତ୍ସାହର ସହିତ ଅଂଶଗ୍ରହଣ କରିଥିଲେ।

ସେହିପରି ମୟୂରଭଞ୍ଜ ଜିଲ୍ଲା କୁଲେଇଶିଳା ଓ ବଡ଼ମଉଦାରେ ମଧ୍ୟ ବିକଶିତ ଭାରତ ସଂକଳ୍ପ ଯାତ୍ରା ଅନୁଷ୍ଠିତ ହୋଇଯାଇଛି।

ସବୁ ସ୍ଥାନରେ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସଂକଳ୍ପ ଯାତ୍ରାର ସଚେତନତା ରଥ ପହଞ୍ଚିବା ପରେ ସ୍ଥାନୀୟ ମହିଳାମାନେ ପୂଜାର୍ଚ୍ଚନା କରି ଏହାକୁ ପାରମ୍ପରିକ ଢଙ୍ଗରେ ସ୍ୱାଗତ କରିଥିବା ଦେଖାଯାଇଛି। ଯାତ୍ରା କେନ୍ଦ୍ର ସରକାରଙ୍କ ପ୍ରମୁଖ ଜନକଲ୍ୟାଣକାରୀ ଯୋଜନାର ପ୍ରଚାରପ୍ରସାର କରାଯାଇଛି। ଏଥିରେ ବିଭିନ୍ନ ଯୋଜନାର ଯୋଗ୍ୟ ହିତାଧିକାରୀଙ୍କ ପଞ୍ଜୀକରଣ କରାଯାଇଥିବା ବେଳେ ପୁରୁଣା ହିତାଧିକାରୀମାନେ କେନ୍ଦ୍ରୀୟ ଯୋଜନାର ସୁଫଳକୁ ନେଇ ନିଜର ଅନୁଭୂତି ବଖାଣିଛନ୍ତି। ବିଶେଷ କରି ମାଗଣା ଗ୍ୟାସ ସଂଯୋଗ ପାଇଥିବା ଉଜ୍ଜ୍ୱଳା ଯୋଜନାର ମହିଳା ହିତାଧିକାରୀମାନେ ସେମାନଙ୍କ ଅନୁଭୂତି ପ୍ରକାଶ କରିବା ସହିତ ଏଥିପାଇଁ କେନ୍ଦ୍ର ସରକାର ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇଛନ୍ତି। କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗ ଦେଇଥିଲେ। ଯାତ୍ରା ରହଣୀ ସ୍ଥଳରେ ସ୍ବାସ୍ଥ୍ୟ ଶିବିର ଏବଂ କେନ୍ଦ୍ରୀୟ ଯୋଜନାର ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିଲା।

ବିକଶିତ ଭାରତ ସଂକଳ୍ପ ଯାତ୍ରା ସୁନ୍ଦରଗଡ
Share. Facebook Twitter LinkedIn Email WhatsApp Copy Link

Related Posts

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026
Latest News

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026

ପୁରୀ କୋରାପୁଟ ମଧ୍ୟରେ ଚାଲିବାକୁ ଥିବା ନୂଆ ଟ୍ରେନଟି କେଉଁ କେଉଁ ଷ୍ଟେସନରେ ରହିବ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.