Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବରିଷ୍ଠ ନାଗରିକ ତୀର୍ଥଯାତ୍ରାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ବରିଷ୍ଠ ନାଗରିକ ତୀର୍ଥଯାତ୍ରାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

February 20, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରିଷ୍ଠ ନାଗିରକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ଚଳିତ ବର୍ଷର ନବମ ପର୍ଯ୍ୟାୟ ଟ୍ରେନ୍‌ ଯାତ୍ରାର ଶୁଭାରମ୍ଭ କରିଛନ୍ତି। ଚଳିତ ବର୍ଷର ନବମ ପର୍ଯ୍ୟାୟରେ ସମ୍ବଲପୁର, ବରଗଡ଼, ବଲାଙ୍ଗିର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସୁବର୍ଣ୍ଣପୁର, ଦେବଗଡ଼ ଓ ଅନୁଗୋଳର ବରିଷ୍ଠ ନାଗରିକମାନେ ଏହି ଯାତ୍ରାରେ ସାମିଲ ହୋଇ ଆଜ୍‌ମେର ଓ ପୁଷ୍କର ଯାତ୍ରା କରିଛନ୍ତି। ଏକ ଭିଡ଼ିଓ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଶୁଭକାମନା ଜଣାଇବା ସହ ବିଭିନ୍ନ ଅଞ୍ଚଳର ସଂସ୍କୃତି ଓ ତୀର୍ଥସ୍ଥଳ ସଂପର୍କରେ ଏହା ଦ୍ୱାରା ଜାଣିହେବ ବୋଲି କହିଥିଲେ।

୨୦୧୬ ମସିହାରୁ ଆରମ୍ଭ ହୋଇଥିବା ଏହି ଯୋଜନାରେ ଅଦ୍ୟାବଧି ରାଜ୍ୟର ପ୍ରାୟ ୨୮ ହଜାରରୁ ଅଧିକ ବରିଷ୍ଠ ନାଗରିକ ସାମିଲ ହୋଇ ଦେଶର ବିଭିନ୍ନ ତୀର୍ଥସ୍ଥାନ ଭ୍ରମଣ କରି ଆଧ୍ୟାତ୍ମିକତା ଅନୁଭବ କରିଥିବାର ସେ କହିଥିଲେ। ରାଜ୍ୟ ସରକାର ବରିଷ୍ଠ ନାଗରିକମାନଙ୍କ ନିମନ୍ତେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଥିବା ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ ଉଲ୍ଲେଖ କରିଥିଲେ। ଏହି ତୀର୍ଥଯାତ୍ରା ମାଧ୍ୟମରେ ପାରସ୍ପରିକ ସଦ୍‌ଭାବ ଏବଂ ଜାତୀୟ ସଂହତି ବଜାୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ଅବସରରେ ସମ୍ବଲପୁର ରେଳ ଷ୍ଟେସନ୍‌ରେ ଆୟୋଜିତ ଶୁଭାରମ୍ଭ କାର୍ଯ୍ୟକ୍ରମରେ ବାଣିଜ୍ୟ ଓ ପରିବହନ, ଜଳସଂପଦ ମନ୍ତ୍ରୀ  ଟୁକୁନି ସାହୁ, ଉତ୍ତରାଞ୍ଚଳ ରାଜସ୍ୱ କମିଶନର ଶ୍ରୀକାନ୍ତ ପୃଷ୍ଟି, ସମ୍ବଲପୁର ଜିଲ୍ଲା ପରିଷଦ ଅଧ୍ୟକ୍ଷା କୁମୁଦିନୀ ନାୟକ, ସମ୍ବଲପୁର ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ, ଅତିରିକ୍ତ ଜିଲ୍ଲାପାଳ ସମ୍ବିତ କୁମାର ଗଡ଼ନାୟକ, ଅଜାମ୍ବର ମହାନ୍ତି, ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଉପଦେଷ୍ଟା ଦୁର୍ଗାପ୍ରସାଦ ସାମନ୍ତରାୟ, ପର୍ଯ୍ୟଟନ ବିଭାଗ ଅତିରିକ୍ତ ଶାସନ ସଚିବ ବାଳମୁକୁନ୍ଦ ଭୂୟାଁ ପ୍ରମୁଖ ଉପସ୍ଥିତ ରହି ତୀର୍ଥଯାତ୍ରୀମାନଙ୍କୁ ଶୁଭକାମନା ଜଣାଇବା ସହ ଏହା ଦ୍ୱାରା ବରିଷ୍ଠ ନାଗରିକମାନଙ୍କର ସ୍ୱପ୍ନ ପୂରଣ ହେବା ସହ ବିଭିନ୍ନ ତୀର୍ଥସ୍ଥାନ ବୁଲିବାର ସୁଯୋଗ ପାଇପାରୁଛନ୍ତି ବୋଲି ସେମାନେ କହିଥିଲେ।

ଆଜିର ଏହି ନବମ ପର୍ଯ୍ୟାୟ ଯାତ୍ରାରେ ୮ଟି ଜିଲ୍ଲାର ୯୭୦ ଜଣ ତୀର୍ଥଯାତ୍ରୀ ଏବଂ ୩୦ ଜଣ ଅଧିକାରୀ ସାମିଲ ଅଛନ୍ତି। ସେମାନେ ଆଜ୍‌ମେର ଓ ପୁଷ୍କରରେ ତୀର୍ଥ କରି ଆସନ୍ତା ୨୪ ତାରିଖରେ ସମ୍ବଲପୁରଠାରେ ପହଞ୍ଚିବେ। ଏ ପର୍ଯ୍ୟନ୍ତ ଆଇଆର୍‌ସିଟିସି ସହଯୋଗରେ ୨୯ଟି ଯାତ୍ରାରେ ୨୮ ହଜାର ଦେଶର ବିଭିନ୍ନ ତୀର୍ଥସ୍ଥାନକୁ ଯାତ୍ରା କରିଛନ୍ତି।

ତୀର୍ଥଯାତ୍ରା ଯୋଜନା ନବୀନ ପଟ୍ଟନାୟକ ବରିଷ୍ଠ ନାଗରିକ
Share. Facebook Twitter LinkedIn Email WhatsApp Copy Link

Related Posts

ପୁର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ନିର୍ମମ ହତ୍ୟା

April 15, 2026

ରାଘବ ଚଢାଙ୍କୁ ମିଳିବ Z ସିକ୍ୟୁରିଟି!: ସୁରକ୍ଷା ପ୍ରତ୍ୟାହାର କରିଥିଲେ ପଞ୍ଜାବର AAP ସରକାର

April 15, 2026

ଆଜି  ପ୍ରକାଶ ପାଇବ CBSE ର ଦଶମ ପରୀକ୍ଷା ଫଳ!: ଯାଞ୍ଚ କରନ୍ତୁ ଫଳାଫଳ

April 15, 2026

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026
Latest News

ପୁର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ନିର୍ମମ ହତ୍ୟା

April 15, 2026

ରାଘବ ଚଢାଙ୍କୁ ମିଳିବ Z ସିକ୍ୟୁରିଟି!: ସୁରକ୍ଷା ପ୍ରତ୍ୟାହାର କରିଥିଲେ ପଞ୍ଜାବର AAP ସରକାର

April 15, 2026

ଆଜି  ପ୍ରକାଶ ପାଇବ CBSE ର ଦଶମ ପରୀକ୍ଷା ଫଳ!: ଯାଞ୍ଚ କରନ୍ତୁ ଫଳାଫଳ

April 15, 2026

ବିହାରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ସମ୍ରାଟ ଚୌଧୁରୀ: ଜେଡିୟୁରୁ ଦୁଇ ଉପମୁଖ୍ୟମନ୍ତ୍ରୀ

April 15, 2026

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.