Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସକରାତ୍ମକ ହେଲା ସରକାରଙ୍କ ସହ ଆଲୋଚନା: ମାଟ୍ରିକ୍ ପରୀକ୍ଷାରେ ସମ୍ପୂର୍ଣ୍ଣ ସହଯୋଗ କରିବ ଓଷ୍ଟା 
ଆଜିର ଖବର

ସକରାତ୍ମକ ହେଲା ସରକାରଙ୍କ ସହ ଆଲୋଚନା: ମାଟ୍ରିକ୍ ପରୀକ୍ଷାରେ ସମ୍ପୂର୍ଣ୍ଣ ସହଯୋଗ କରିବ ଓଷ୍ଟା 

February 20, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା)ର ଡାକରାରେ ବିଧାନ ସଭା ସମ୍ମୁଖରେ ଚାଲିଛି ଅହୋରାତ୍ର ଗଣଧାରଣା। ଆଜକୁ ତେର ଦିନ ଧରି ହଜାର ହଜାର ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ ଶୀତ, କାକର, ଖରାକୁ ସହି ବସିଛନ୍ତି ରାଜରାସ୍ତାରେ। ଆସନ୍ତା କାଲିଠାରୁ ମାଟ୍ରିକ୍ ବୋର୍ଡ଼ ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି। ଆଗକୁ ମାଟ୍ରିକ୍ ପରୀକ୍ଷା ଥିବାରୁ ଅହୋରାତ୍ର ଆନ୍ଦୋଳନର ତେର ଦିନରେ ଆଜି ସନ୍ଧ୍ୟାରେ ସରକାରଙ୍କ ତରଫରୁ ଆଲୋଚନା ପାଇଁ ଡାକରା ଆସିଥିଲା। ଏହି ଆଲୋଚନାରେ ଓଷ୍ଟା ପକ୍ଷରୁ ଛଅ ଜଣିଆ ଟିମ୍ ଯୋଗ ଦେଇଥିଲେ। ସରକାରଙ୍କ ପକ୍ଷରୁ ଗଣଶିକ୍ଷା ସଚିବ ଆଶ୍ୱସ୍ତି ଏସ୍‌., ଅତିରିକ୍ତ ଶାସନ ସଚିବ, ଗଣଶିକ୍ଷା ନିର୍ଦ୍ଦେଶକ ଭାଗ ନେଇଥିଲେ । ଏହା ବିଧାୟକ ପ୍ରଣବ ପ୍ରକାଶ ଦାଶଙ୍କ ତତ୍ତ୍ୱାବଧାନରେ ସଂପାଦନ ହୋଇଥିଲା। ଆଲୋଚନା ସକରାତ୍ମକ ଥିଲା। ସରକାର ଓଷ୍ଟାର ଦାବିପ୍ରତି ଦୃଷ୍ଟି ନିକ୍ଷେପ କରି ଖୁବ୍ ଶୀଘ୍ର ସମସ୍ୟା ସମାଧାନ କରିବା ଦିଗରେ ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଲକ୍ଷ ଲକ୍ଷ ଛାତ୍ରଛାତ୍ରୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଚଳିତ ମାଟ୍ରିକ୍ ପରୀକ୍ଷାରେ ଶିକ୍ଷକ ଶିକ୍ଷୟିତ୍ରୀମାନେ ସଂପୂର୍ଣ୍ଣ ସହଯୋଗ କରିବେ ବୋଲି ଓଷ୍ଟା ପକ୍ଷରୁ ଆଭିମୁଖ୍ୟ ସ୍ପଷ୍ଟ କରାଯାଇଥିଲା। ଯେଉଁ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କର ପରୀକ୍ଷା ଡ୍ୟୁଟି ରହିଛି ସେମାନେ ଆସନ୍ତା କାଲିଠାରୁ ପରୀକ୍ଷା କାର୍ଯ୍ୟରେ ସହଯୋଗ କରିବେ । ମାତ୍ର ବିଜ୍ଞପ୍ତି ବାହାରିବା ପର୍ଯ୍ୟନ୍ତ ପ୍ରତୀକାତ୍ମକ ଜିଲ୍ଲାୱାରୀ ଧାରଣା ଚାଲୁ ରହିବ ବୋଲି ଓଷ୍ଟା ପକ୍ଷରୁ କୁହାଯାଇଛି ।

ଆଲୋଚନାଟି ସୌହାର୍ଦ୍ଦ୍ୟପୂର୍ଣ୍ଣ ହୋଇଥିଲା। ସମସ୍ତ ଯୋଗ୍ୟ ବିବେଚିତ ବିଦ୍ୟାଳୟକୁ ଅନୁଦାନ ପରିସର ଭୁକ୍ତ କରିବା ପାଇଁ ସରକାର ପ୍ରତିଶ୍ରୁତି ଦେଇଛନ୍ତି। ୨୨୬ ଓ ୩୯୯ ବିଦ୍ୟାଳୟକୁ ସପ୍ତମ ବେତନ ପରିସର ଭୁକ୍ତ କରାଯିବା ପ୍ରସ୍ତାବକୁ ସରକାର ଗ୍ରହଣ କରିଛନ୍ତି। ପେନସନ୍ ପ୍ରଦାନ ସଂପର୍କରେ ମଧ୍ୟ ଆଲୋଚନା କରାଯାଇଛି। ପୂର୍ଣ୍ଣ ଅନୁଦାନପ୍ରାପ୍ତ ବିଦ୍ୟାଳୟକୁ ସରକାରୀ ଘୋଷଣା କରିବା, ୧୧୦ ବାଳିକା ବିଦ୍ୟାଳୟକୁ ପୂର୍ଣ୍ଣ ଅନୁଦାନ, ଦୁଇଟି ପିଅନ ଓ ୩୭, ୪୬, ୬୩ ବିଦ୍ୟାଳୟକୁ ଆଣ୍ଟିଡେସନ, ଚୁକ୍ତିଭିତ୍ତିକ ଶିକ୍ଷକଙ୍କୁ ନିଯୁକ୍ତି ଦିନଠାରୁ ବରିଷ୍ଠତା ପ୍ରଦାନ କରିବା, ନୂତନ ପେନସନ୍ ଯୋଜନା ପ୍ରତ୍ୟାହାର କରି ପୁରୁଣା ପେନସନ୍ ଯୋଜନା ଲାଗୁ କରିବା, ଖାଲିପଡ଼ିଥିବା ଶିକ୍ଷକ ପଦବୀ ତୁରନ୍ତ ପୂରଣ କରିବା, ଅବସର ବୟସ ୬୦ ରୁ ୬୨କୁ ବୃଦ୍ଧି କରିବା ଇତ୍ୟାଦି ବିଷୟ ଆଲୋଚନା ପରିସରଭୁକ୍ତ ହୋଇଥିଲା। ଏହି ଆଲୋଚନାରେ ଓଷ୍ଟା ନେତୃମଣ୍ଡଳୀ ପକ୍ଷରୁ ସଭାପତି ଅକ୍ଷୟ କୁମାର ମିଶ୍ର, ସାଧାରଣ ସଂପାଦକ ରଞ୍ଜନ କୁମାର ଦାଶ, ଯୁଗ୍ମ ସାଧାରଣ ସଂପାଦକ ବ୍ରଜ କିଶୋର ବିଶ୍ୱାଳ, ମାଣିକେଶ୍ୱର ସ୍ୱାଇଁ, ରମାକାନ୍ତ ମହାପାତ୍ର, ସୁରେଶ ଚନ୍ଦ୍ର ଦାଶ ପ୍ରମୁଖ ଭାଗନେଇଥିଲେ।

ଉପରୋକ୍ତ ସମସ୍ୟା ସମାଧାନ ସମ୍ପର୍କିତ ବିଜ୍ଞପ୍ତି ବାହାରିବା ପର୍ଯ୍ୟନ୍ତ ପ୍ରତୀକାତ୍ମକ ଜିଲ୍ଲାୱାରୀ ଧାରଣା ଚାଲୁ ରହିବ ବୋଲି ଓଷ୍ଟା ନେତୃତ୍ୱ ସଭାପତି ସର୍ବଶ୍ରୀ ଅକ୍ଷୟ କୁମାର ମିଶ୍ର, କାର୍ଯ୍ୟକାରୀ ସଭାପତି ନୀଳମଣି ପୁରୋହିତ, ସାଧାରଣ ସଂପାଦକ ରଞ୍ଜନ କୁମାର ଦାଶ, ଯୁଗ୍ମ ସାଧାରଣ ସଂପାଦକ ବ୍ରଜକିଶୋର ବିଶ୍ୱାଳ, କୋଷାଧ୍ୟକ୍ଷ ଅଶୋକ କୁମାର ମହାପାତ୍ର, ଶିକ୍ଷାପ୍ରଦୀପ ସଂପାଦକ ଶଙ୍କର କୁମାର ସୁବୁଦ୍ଧି ପ୍ରମୁଖ ପ୍ରେସ୍ ବିବୃତ୍ତି ମାଧ୍ୟମରେ ଜଣାଇଛନ୍ତି।

matric exam OSSTA ଓଷ୍ଟା
Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରେଣ୍ଡସ ରଜ ଫ୍ୟାସନ ଆଇକନ ଗ୍ରାଣ୍ଡ ଫିନାଲେ: ବିଜେତାମାନେ ପିନ୍ଧିଲେ ମୁକୁଟ

June 22, 2026

ଉନବିଂଶତମ ମୁମ୍ବାଇ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଉଦଯାପିତ

June 22, 2026

ବିସ୍ତୃତ ରାଶିଫଳ: ଜୁନ ୨୨ ତାରିଖ ସାତୋଟି ରାଶିର ଲୋକେ ହେବେ ଲକ୍ଷପତି

June 22, 2026

ଦୁର୍ଘଟଣାଗ୍ରସ୍ତ ଓଡ଼ିଆ ଶ୍ରମିକ ମାନଙ୍କ ସହାୟତା ପାଇଁ ୩ ବରିଷ୍ଠ ଅଧିକାରୀଙ୍କ ତାମିଲନାଡୁ ଗସ୍ତ

June 21, 2026
Latest News

ବର୍ଷା ଆସିଲେ କାହିଁକି କେଶ ବେଶି ଝଡେ ? ଏହି ୫ଟି ସରଳ ଅଭ୍ୟାସ ରଖିବ ଆପଣଙ୍କ କେଶକୁ ସୁସ୍ଥ

June 22, 2026

ରାମ ମନ୍ଦିରରେ ଦାନ ଚୋରି ମାମଲା: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଏହି କାର୍ଯ୍ୟକୁ ପ୍ରଶଂସା କଲେ ଶଙ୍କରାଚାର୍ଯ୍ୟ

June 22, 2026

ଟ୍ରେଣ୍ଡସ ରଜ ଫ୍ୟାସନ ଆଇକନ ଗ୍ରାଣ୍ଡ ଫିନାଲେ: ବିଜେତାମାନେ ପିନ୍ଧିଲେ ମୁକୁଟ

June 22, 2026

ଉନବିଂଶତମ ମୁମ୍ବାଇ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଉଦଯାପିତ

June 22, 2026

ପୁଣି କଂଗ୍ରେସର ମତଠାରୁ ଭିନ୍ନ!: ଜମ୍ମୁ କାଶ୍ମୀର ସମ୍ପର୍କରେ ବଡ଼ ବିବୃତ୍ତି ଦେଲେ ଶଶି ଥରୁର

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.