Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ମୋଦୀ
ଆଜିର ଖବର

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ମୋଦୀ

February 20, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଜି ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ୧୨୯ କୋଟି ଟଙ୍କାର ପ୍ରଶାସନିକ ଭବନ ସମେତ ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ସୁନାବେଡ଼ାସ୍ଥିତ କ୍ୟାମ୍ପସରେ ଆୟୋଜିତ ଏହି ଅନଲାଇନ୍ କାର୍ଯ୍ୟକ୍ରମରେ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଚକ୍ରଧର ତ୍ରିପାଠୀ, କଳାହାଣ୍ଡି ଲୋକସଭା ନିର୍ବାଚନ ମଣ୍ଡଳୀର ସାଂସଦ ବସନ୍ତ କୁମାର ପଣ୍ଡା ଙ୍କ ସମେତ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ମାନେ ଉପସ୍ଥିତ ଥିଲେ।

ପ୍ରଧାନମନ୍ତ୍ରୀ ଆଜି ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା କେନ୍ଦ୍ରୀୟ ଅନୁଦାନପ୍ରାପ୍ତ ଉଚ୍ଚ ଶିକ୍ଷାନୁଷ୍ଠାନରେ ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଥିଲେ। ଜମ୍ମୁରେ ସେ ଉପସ୍ଥିତ ଥିବା ବେଳେ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସମେତ ସମଗ୍ର ଭାରତ ଏହି କାର୍ଯ୍ୟକ୍ରମକୁ ଭର୍ଚୁଆଲ ମୋଡ଼ରେ ଦେଖିଥିଲେ। ଏହି ଅବସରରେ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଏକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ବିଶ୍ୱବିଦ୍ୟାଳୟର ମାନ୍ୟବର କୁଳପତି ପ୍ରଫେସର ଚକ୍ରଧର ତ୍ରିପାଠୀ, ସାଂସଦ ବସନ୍ତ କୁମାର ପଣ୍ଡା ଓ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳସଚିବ ପ୍ରଫେସର ନରସିଂହ ଚରଣ ପଣ୍ଡା ମଞ୍ଚାସୀନ ଥିଲେ।

ଏହି ଅବସରରେ ମାନ୍ୟବର ସାଂସଦ ଶ୍ରୀ ପଣ୍ଡା ବିଶ୍ୱବିଦ୍ୟାଳୟ ସମୁଦାୟକୁ ଅଭିନନ୍ଦନ ଜଣାଇବା ସହ ଏଥିପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ। ଅମୃତକାଳ ସମୟରେ ବିଶ୍ୱବିଦ୍ୟାଳୟ ଭବିଷ୍ୟତରେ ଅଧିକ ସଫଳତା ହାସଲ କରିବ ବୋଲି ସେ କହିଥିଲେ। ଯଦି ଛାତ୍ରମାନେ କର୍ମରେ ବିଶ୍ୱାସ କରନ୍ତି ତେବେ ସେମାନେ ସଫଳତା ହାସଲ କରିପାରିବେ ଯାହା ପାଇଁ ଭକ୍ତି ର ଆବଶ୍ୟକତା ରହିଛି। ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅଧ୍ୟୟନ ପାଇଁ ଏକାଗ୍ରତା ରହିବା ଦରକାର। ଭକ୍ତି ହାସଲ ହେଲେ ଶିକ୍ଷା କ୍ଷେତ୍ରରେ ଭାରତ ନିଜର ଗୌରବ ଫେରିପାଇବ ଏବଂ ନାଳନ୍ଦା, ତକ୍ଷଶିଳା ଓ ଅନ୍ୟାନ୍ୟ ପ୍ରାଚୀନ ବିଶ୍ୱବିଦ୍ୟାଳୟ ଭଳି ନୂତନ ଉଚ୍ଚ ସୋପାନରେ ପହଞ୍ଚିବ ବୋଲି ସେ କହିଥିଲେ। ଏନଇପି-୨୦୨୦ର ଲକ୍ଷ୍ୟ ହେଉଛି ଶିକ୍ଷାକ୍ଷେତ୍ରରେ ଭାରତୀୟ ନୀତି ହାସଲ କରିବା। ଶିକ୍ଷା ମାଧ୍ୟମରେ ଦେଶର ଏକତା ଓ ଅଖଣ୍ଡତାକୁ ବଜାୟ ରଖିବା ପାଇଁ ସଂକଳ୍ପ ନେବାକୁ ସେ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ।

କୁଳପତି ପ୍ରଫେସର ତ୍ରିପାଠୀ ଭାରତ ସରକାରଙ୍କ ଏହି ଅନୁଦାନ ପାଇଁ ବିଶ୍ୱବିଦ୍ୟାଳୟ ସମୁଦାୟକୁ ଅଭିନନ୍ଦନ ଜଣାଇବା ସହ ବିଶ୍ୱବିଦ୍ୟାଳୟର ପ୍ରଗତିରେ ନିରନ୍ତର ଉଦ୍ୟମ ପାଇଁ ମାନ୍ୟବର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କୃତଜ୍ଞତା ଜଣାଇଥିଲେ। ଦୁଇଟି ଏକାଡେମିକ ବ୍ଲକ, ଗୋଟିଏ ପ୍ରଶାସନିକ ଭବନ, ଗୋଟିଏ ପାଠାଗାର ଓ ଦୁଇଟି ହଷ୍ଟେଲ (ଛାତ୍ର ଓ ଛାତ୍ରୀ) ସମେତ ବିଭିନ୍ନ ପ୍ରକଳ୍ପ ନିର୍ମାଣ ପାଇଁ ମଞ୍ଜୁରି ମିଳିଛି। ଭବିଷ୍ୟତରେ ଚରଖା କେନ୍ଦ୍ର ପ୍ରତିଷ୍ଠା ସମେତ ବିଭିନ୍ନ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରିବାକୁ ଯୋଜନା ରହିଛି ବୋଲି ସେ କହିଛନ୍ତି। ସ୍ଥାନୀୟ ବେକାର ଲୋକଙ୍କୁ ଚରକା ମାଧ୍ୟମରେ ପୋଷାକ ପ୍ରସ୍ତୁତିରେ ନିୟୋଜିତ କରାଯିବ ଏବଂ ଏଥିପାଇଁ ସେମାନଙ୍କୁ ସ୍ୱତନ୍ତ୍ର ପ୍ରଶିକ୍ଷଣ ପ୍ରଦାନ କରାଯିବ। ଏହା ସେମାନଙ୍କୁ ଆତ୍ମନିର୍ଭରଶୀଳ କରିବ ବୋଲି ସେ ଆଶା ବ୍ୟକ୍ତ କରିଛନ୍ତି। ଭବିଷ୍ୟତର ବିକାଶ ପାଇଁ କୃଷି, ଜଙ୍ଗଲ ପରିଚାଳନା, ପଶୁପାଳନ ଓ ଦୁଗ୍ଧ ଚାଷ ଏବଂ ଲଜିଷ୍ଟିକ୍ ଓ ଯୋଗାଣ ଶୃଙ୍ଖଳା ପରିଚାଳନା ଉପରେ ଅଧିକ ଗୁରୁତ୍ୱ ଦିଆଯିବ ବୋଲି ସେ କହିଛନ୍ତି। ସେ ପୁଣି କହିଥିଲେ ଯେ ଅଧିକ ପାଣ୍ଠି ମଞ୍ଜୁର ହେଲେ ବିଶ୍ୱବିଦ୍ୟାଳୟ ଆଗକୁ ବଢ଼ିପାରିବ। ପ୍ରଫେସର ଏନ୍ ସି ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।

ଏହି କାର୍ଯ୍ୟକ୍ରମକୁ ଡ. ନିର୍ଝରୀଣୀ ତ୍ରିପାଠୀ ପରିଚାଳନା କରିଥିବା ବେଳେ ଡିଏସ୍ ଡବ୍ଲ୍ୟୁ ଆଇ/ସି ଡ. ରମେନ୍ଦ୍ର ପାଢ଼ୀ ସଂଯୋଜନା କରିଥିଲେ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ ପରେ, ମାନ୍ୟଗଣ୍ୟ ବ୍ୟକ୍ତିମାନେ ଉଦ୍ ଘାଟନ ସ୍ଥଳକୁ ଯାଇଥିଲେ। ସାଂସଦ ବସନ୍ତ କୁମାର ପଣ୍ଡା ଓ କୁଳପତି ପ୍ରଫେସର ଚକ୍ରଧର ତ୍ରିପାଠୀ କ୍ୟାମ୍ପସ ଭିତରେ ନିର୍ଦ୍ଧାରିତ ସ୍ଥାନରେ ପ୍ରଶାସନିକ ଭବନର ଭିତ୍ତିପ୍ରସ୍ତରକୁ ଆନୁଷ୍ଠାନିକ ଭାବେ ଉଦ୍ ଘାଟନ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଭାରପ୍ରାପ୍ତ କୁଳସଚିବ ପ୍ରଫେସର ଏନ୍ ସି ପଣ୍ଡା, ଜୈବ ବିବିଧତା ଓ ପ୍ରାକୃତିକ ସମ୍ପଦ ସଂରକ୍ଷଣ ବିଦ୍ୟାଳୟର ଡିନ୍ ପ୍ରଫେସର ଏସ୍.କେ. ପଳିତା, ଶିକ୍ଷା ଅଧ୍ୟାପକ ପ୍ରଫେସର ବି.କେ ପଣ୍ଡାଙ୍କ ସମେତ ବିଶ୍ୱବିଦ୍ୟାଳୟର ଅନ୍ୟାନ୍ୟ ବିଶିଷ୍ଟ ବ୍ୟକ୍ତି, ଅଧ୍ୟାପକ, ଛାତ୍ରଛାତ୍ରୀ ଓ କର୍ମଚାରୀ ମାନେ ଉପସ୍ଥିତ ଥିଲେ।

kalahandi narendra modi ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଗ୍ରୀଷ୍ମ ପ୍ରବାହ ପାଇଁ ନୂଆ ଗାଇଡଲାଇନ: ପୂର୍ବାହ୍ନ ୧୧ ଟାରୁ ୩ ଯାଏଁ କାର୍ଯ୍ୟ ବନ୍ଦ ନିର୍ଦ୍ଦେଶ

March 23, 2026

ଆଇନ୍ ଛାତ୍ରଛାତ୍ରୀ ନ୍ୟାୟ ବ୍ୟବସ୍ଥାକୁ ବଜାୟ ରଖିବା ନିମନ୍ତେ ଦୃଢ଼ପ୍ରତିଜ୍ଞ ହେବା ଆବଶ୍ୟକ: ଜଷ୍ଟିସ୍ ରମଣ

March 23, 2026

ବିରିରେ ରହିଛି ଅନେକ ଉପକାରିତା: ମାଗଣା ସ୍ଵାସ୍ଥ୍ୟ ଶିବିରରେ ବର୍ଣ୍ଣନା କଲେ ଡାକ୍ତର

March 23, 2026

IPL ପାଇଁ ୧୫ଟି ସହରରେ ହେବ ଫ୍ୟାନ୍ ପାର୍କ: ଜାଣନ୍ତୁ ଓଡିଶାରେ କେବେ ଓ କେଉଁଠି?

March 23, 2026
Latest News

ତିନୋଟି ନୂତନ ଉପକ୍ରମର ଘୋଷଣା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 23, 2026

ଗ୍ରୀଷ୍ମ ପ୍ରବାହ ପାଇଁ ନୂଆ ଗାଇଡଲାଇନ: ପୂର୍ବାହ୍ନ ୧୧ ଟାରୁ ୩ ଯାଏଁ କାର୍ଯ୍ୟ ବନ୍ଦ ନିର୍ଦ୍ଦେଶ

March 23, 2026

ଆଇନ୍ ଛାତ୍ରଛାତ୍ରୀ ନ୍ୟାୟ ବ୍ୟବସ୍ଥାକୁ ବଜାୟ ରଖିବା ନିମନ୍ତେ ଦୃଢ଼ପ୍ରତିଜ୍ଞ ହେବା ଆବଶ୍ୟକ: ଜଷ୍ଟିସ୍ ରମଣ

March 23, 2026

ବିରିରେ ରହିଛି ଅନେକ ଉପକାରିତା: ମାଗଣା ସ୍ଵାସ୍ଥ୍ୟ ଶିବିରରେ ବର୍ଣ୍ଣନା କଲେ ଡାକ୍ତର

March 23, 2026

‘ଯଦି ସତ ହୁଏ, ତେବେ ମୁଁ….’: ରାଘବ ଚଢାଙ୍କ ବିଜେପି ରେ ଯୋଗଦେବା ପ୍ରସଙ୍ଗରେ କହିଲେ AAP ସାଂସଦ

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.