Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଯୋଗ ଦେଇଥିବା ହିତାଧିକାରୀ
ଆଜିର ଖବର

ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଯୋଗ ଦେଇଥିବା ହିତାଧିକାରୀ

February 21, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ପ୍ରମୁଖ କଲ୍ୟାଣକାରୀ ଯୋଜନା ଗ୍ରାମାଞ୍ଚଳର ଗରିବଙ୍କ ପାଇଁ ବରଦାନ ସାବ୍ୟସ୍ତ ହୋଇଛି। ଏହାର ପରିଣାମ ସ୍ୱରୂପ ବିଗତ ୧୦ ବର୍ଷ ମଧ୍ୟରେ ଦେଶର ୨୫ କୋଟିରୁ ଅଧିକ ଲୋକ ଦାରିଦ୍ର୍ୟ କବଳରୁ ମୁକ୍ତି ପାଇଛନ୍ତି। ଗରିବ ହିତାଧିକାରୀ ଏବେ କେନ୍ଦ୍ରୀୟ ଯୋଜନାର ସୁଫଳ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱାଧୀନ ସରକାରଙ୍କ ପ୍ରତି କୃତଜ୍ଞତା ଜଣାଇଛନ୍ତି। ନିକଟରେ ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକର ବାଘଦିଆନି ଗ୍ରାମପଞ୍ଚାୟତରେ।

କେନ୍ଦ୍ର ସରକାରଙ୍କ ପ୍ରମୁଖ ଜନକଲ୍ୟାଣକାରୀ ଯୋଜନାର ଶତପ୍ରତିଶତ ପ୍ରସାର ପାଇଁ ଜାରି ରହିଥିବା ବିକଶିତ ଭାରତ ସଂକଳ୍ପ ଯାତ୍ରା କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କେନ୍ଦ୍ରୀୟ ଯୋଜନାର ହିତାଧିକାରୀମାନେ ସେମାନଙ୍କ ଜୀବନରେ ଆସିଥିବା ପରିବର୍ତ୍ତନ ସମ୍ପର୍କରେ ସୂଚନା ଦେଇଛନ୍ତି।

ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନାର ହିତାଧିକାରୀ ରମା ନାଏକ କହିଛନ୍ତି, ପୂର୍ବରୁ ସେ ପାରମ୍ପରିକ ଚୁଲିରେ ରୋଷେଇ କରୁଥିଲେ। ଜାଳେଣି କାଠ ସଂଗ୍ରହ ପାଇଁ ତାଙ୍କୁ ନାନା ହଇରାଣ ହରକତ ହେବାକୁ ପଡ଼ୁଥିଲା। ଏବେ ଉଜ୍ଜ୍ୱଳା ଯୋଜନା ତାଙ୍କର ଭାଗ୍ୟ ବଦଳାଇ ଦେଇଥିବାରୁ ଶ୍ରୀମତୀ ନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ସେହି ପଞ୍ଚାୟତର ଅନ୍ୟ ଜଣେ ମନରେଗା ହିତାଧିକାରୀ ସଂକଳ୍ପ ଯାତ୍ରାରେ ସାମିଲ ହୋଇ କହିଛନ୍ତି, ପୂର୍ବରୁ ସେ ଦାଦନ ଖଟିବାକୁ ଗାଁ ଛାଡ଼ି ବାହାର ରାଜ୍ୟକୁ ଯାଉଥିଲେ। କିନ୍ତୁ ଏବେ ତାଙ୍କ ଅଞ୍ଚଳରେ ମନରେଗା ଯୋଜନାର ସଫଳ ରୂପାୟନ ହେଉଥିବାରୁ ସେ ଘର ପାଖରେ କାମ ପାଇପାରୁଛନ୍ତି।

କେବଳ ଏହି ଦୁଇ ହିତାଧିକାରୀ ନୁହନ୍ତି, ସ୍ଥାନୀୟ ଅଞ୍ଚଳରେ ଏମିତି ଅନେକ ଗରିବ, ବଞ୍ଚିତ,  ଅନୁସୂଚିତ ଜାତି, ଜନଜାତି ଓ ପଛୁଆ ବର୍ଗର ଲୋକଙ୍କ ଜୀବନରେ କେନ୍ଦ୍ର ସରକାରଙ୍କ ସାମାଜିକ ଯୋଜନାଗୁଡ଼ିକ ବ୍ୟାପକ ପରିବର୍ତ୍ତନ ଆଣିପାରିଛି।

 

**********

P.S.

କଲ୍ୟାଣକାରୀ ଯୋଜନା କଶିତ ଭାରତ ସଂକଳ୍ପ ଯାତ୍ରା କେନ୍ଦ୍ର ସରକାର ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026
Latest News

କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି: PNG ସଂଯୋଗ ଥିଲେ ମିଳିବ ନାହିଁ LPG, ପଢନ୍ତୁ ଅପଡେଟ୍

March 15, 2026

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.