Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ୱ ମହିଳା ଦିବସରେ ଅନୁପମ ପଟ୍ଟନାୟକଙ୍କ ନୂଆ ଚଳଚ୍ଚିତ୍ର “ତ୍ରିକନ୍ୟା”
ଆଜିର ଖବର

ବିଶ୍ୱ ମହିଳା ଦିବସରେ ଅନୁପମ ପଟ୍ଟନାୟକଙ୍କ ନୂଆ ଚଳଚ୍ଚିତ୍ର “ତ୍ରିକନ୍ୟା”

February 21, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଗ୍ୟାଙ୍ଗସ ଅଫ ପୁରୀ ଏବଂ ବାସ୍ତବଧର୍ମୀ ଚଳଚ୍ଚିତ୍ର ପ୍ରତୀକ୍ଷା ବେଶ ଦର୍ଶକୀୟ ଆଦୃତି ସାଉଁଟିବା ପରେ ଅମୀୟ ପଟ୍ଟନାୟକ ପ୍ରଡକସନ୍ସ ଓ ଟେକ୍ନୋ ଆର୍ଟ୍ସ ବ୍ୟାନର ରେ ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକ ନିର୍ମାଣ କରିଛନ୍ତି ଆଉ ଏକ ନୂଆ ଓଡ଼ିଆ ଚଳଚ୍ଚିତ୍ର “ତ୍ରିକନ୍ୟା”। ବିଶ୍ୱ ମହିଳା ଦିବସ ଉପଲକ୍ଷେ ତ୍ରିକନ୍ୟା ମୁକ୍ତିଲାଭ କରିବା ପାଇଁ ସ୍ଥିର ହୋଇଥିବା ବେଳେ ଭୁବନେଶ୍ୱର ଶୀତଲ ହୋଟେଲରେ ତ୍ରିକନ୍ୟାର ଟ୍ରେଲର ରିଲିଜ୍ ହୋଇଯାଇଛି।

ଟ୍ରେଲର ରିଲିଜ୍ ଅବସରରେ ଉପଦେଷ୍ଟା ସୀମା ପଟ୍ଟନାୟକ, ପ୍ରଯୋଜକ ତଥା ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକ, ସହ ପ୍ରଯୋଜିକା ତଥା ଅଭିନେତ୍ରୀ ବର୍ଷା ପଟ୍ଟନାୟକ, ଲେଖକ ମାନସ ପଢିଆରୀ, ଗୀତିକାର ସ୍ଥିତ ପଟ୍ଟନାୟକ, ଅଭିନେତା ସୁକାନ୍ତ ରଥ, ପାର୍ଥ ସାରଥୀ, ନିଶାନ୍ତ ମାଜିଥିଆ, ଅମନ, ଅଭିନେତ୍ରୀ ଶ୍ରଦ୍ଧା ପାଣିଗ୍ରାହୀ, ନିଭି, ପ୍ରମୁଖ ଉପସ୍ଥିତ ଥିଲେ।

ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକ ଗୋଟିଏ ପରେ ଗୋଟିଏ ଭିନ୍ନ ଭିନ୍ନ କାହାଣୀ କୁ ନେଇ ଓଡ଼ିଆ ଦର୍ଶକଙ୍କ ରୁଚି କୁ ଆଖିରେ ରଖି ସିନେମା ନିର୍ମାଣ କରିଚାଲିଛନ୍ତି। ତ୍ରିକନ୍ୟା ର କାହାଣୀ ସମ୍ପୂର୍ଣ୍ଣ ନିଆରା। ଭିନ୍ନ ଭିନ୍ନ ପରିସ୍ଥିତି ଆଉ ପରିବେଶ ରୁ ଆସିଥିବା ତିନି ଜଣ ମହିଳା କିପରି ବିଭିନ୍ନ ପ୍ରକାରର କଠିନ ସମସ୍ୟାର ସମାଧାନ କରୁଛନ୍ତି ତାହାକୁ ନେଇ ତ୍ରିକନ୍ୟା ଚଳଚ୍ଚିତ୍ର ର କାହାଣୀ ଗତିଶୀଳ। ଅଭିନୟ ରେ ବର୍ଷା ପଟ୍ଟନାୟକ, ମନୋଜ ମିଶ୍ର, ସୁକାନ୍ତ ରଥ, ପାର୍ଥ ସାରଥୀ, ଅମନ, ଶ୍ରଦ୍ଧା ପାଣିଗ୍ରାହୀ, ନିଶାନ୍ତ ମାଜିଥିଆ, ନିଭି ଓ ସିଜନ ମହାପାତ୍ର, ଶକ୍ତି ବରାଳ ଓ ତୃପ୍ତି ସିହ୍ନା ପ୍ରମୁଖ ଅଛନ୍ତି।

କାହାଣୀ ଓ ଲେଖକ ମାନସ ପଢ଼ିଆରୀ, ଗୀତ ରଚନା କରିଛନ୍ତି କପିଳେଶ୍ଵର ରାଉତ, ସ୍ଥିତ ପଟ୍ଟନାୟକ ଓ ସୁମିତ ପଣ୍ଡା। ଶ୍ରୀକାନ୍ତ ପଣ୍ଡା ଙ୍କ ସହିତ ମିଳିତ ଭାବେ ଅନୁରାଗ ପଟ୍ଟନାୟକ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି। ଚିତ୍ରତ୍ତୋଳନ କରିଛନ୍ତି ଦୀପକ କୁମାର, ରଶ୍ମି ରଞ୍ଜନ ଦାସ ସମ୍ପାଦନା ଏବଂ ଶକ୍ତି ସ୍ୱରୂପ ଦ୍ବିବେଦୀ ସାଉଣ୍ଡ ଡିଜାଇନିଂ କରିଛନ୍ତି। ତ୍ରିକନ୍ୟା ରେ ତିନିଟି ଗୀତ ଅଛି। କଣ୍ଠଦାନ କରିଛନ୍ତି କୁଲଦୀପ ପଟ୍ଟନାୟକ, ଡ଼ି. ଅଭିଷେକ, ସଞ୍ଚିତା, ଅବିନାଶ ଦାଶ ଓ ଅନ୍ତରା ଚକ୍ରବର୍ତ୍ତୀ।

ଶ୍ରେଷ୍ଠ ଚଳଚ୍ଚିତ୍ର ପାଇଁ ଜାତୀୟ ପୁରସ୍କାର ପାଇଥିବା ତାଙ୍କର ପୂର୍ବ ଚଳଚ୍ଚିତ୍ର ପ୍ରତୀକ୍ଷା ଜରିଆରେ ସାମାଜିକ ପ୍ରସଙ୍ଗ ସମ୍ବନ୍ଧୀୟ ସିନେମା ପ୍ରତି ସେ ନିଜର ପ୍ରତିବଦ୍ଧତା କୁ ପ୍ରମାଣିତ କରିଛନ୍ତି। ବିଷୟବସ୍ତୁ ଗୁଣବତ୍ତା ଓ ଅନ୍ତର୍ଭୁକ୍ତି କୁ ଗୁରୁତ୍ୱ ଦେଇ ଅନୁପମ ଥିଏଟର ପ୍ରତି ଦର୍ଶକ ଙ୍କ ଆଗ୍ରହ ବଢେଇବା ପାଇଁ ସବୁବେଳେ ଚେଷ୍ଟା କରିଥାନ୍ତି। ତେବେ ଆସନ୍ତା ବିଶ୍ୱ ମହିଳା ଦିବସ ମାର୍ଚ୍ଚ ୮ ତାରିଖରେ ମୁକ୍ତିଲାଭ କରିବାକୁ ଯାଉଥିବା ତ୍ରିକନ୍ୟା ନିଶ୍ଚିତ ଭାବେ ଦର୍ଶାକାଦୃତ ହେବ ଏଥିରେ ସନ୍ଦେହ ନାହିଁ ବୋଲି ପ୍ରଚାର ଓ ପ୍ରସାର ଦାୟିତ୍ୱରେ ଥିବା ମିଡ଼ିଆ ପ୍ଲାନର କ୍ରି୍ଏଟିଭ ହେଡ଼ ପ୍ରଣୟ ଜେଠୀ ମତ ପ୍ରକାଶ କରିଛନ୍ତି।

ଟ୍ରେଲର ରିଲିଜ୍ ତ୍ରିକନ୍ୟା ବିଶ୍ୱ ମହିଳା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା ରୋଡ୍–ବଲାଙ୍ଗୀର ରେଳପଥର ଟନେଲ୍–୭ରେ ଆଧୁନିକ ସୁରକ୍ଷା ପ୍ରଣାଳୀ ସ୍ଥାପନ

February 15, 2026

ତାରିକ ରହମାନଙ୍କ ଶପଥ ଗ୍ରହଣ ଉତ୍ସବ: ପ୍ରଧାନମନ୍ତ୍ରୀ ମୋଦୀ ନୁହେଁ, ଭାରତକୁ ପ୍ରତିନିଧିତ୍ୱ କରିବେ ଏହି ନେତା

February 15, 2026

ନୋଏଡା ସେକ୍ଟର ୧୪୨-ବଟାନିକାଲ୍ ଗାର୍ଡେନ୍ ମଧ୍ୟରେ ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 15, 2026

ମହାଶିବରାତ୍ରୀରେ ବିଜେଡି ଘୋଷଣା କଲା ମହିଳା ବାହିନୀ କର୍ମକର୍ତ୍ତା, ଜାଣନ୍ତୁ କେଉଁ ଜିଲ୍ଲାରୁ କିଏ

February 15, 2026
Latest News

ଖୋର୍ଦ୍ଧା ରୋଡ୍–ବଲାଙ୍ଗୀର ରେଳପଥର ଟନେଲ୍–୭ରେ ଆଧୁନିକ ସୁରକ୍ଷା ପ୍ରଣାଳୀ ସ୍ଥାପନ

February 15, 2026

ତାରିକ ରହମାନଙ୍କ ଶପଥ ଗ୍ରହଣ ଉତ୍ସବ: ପ୍ରଧାନମନ୍ତ୍ରୀ ମୋଦୀ ନୁହେଁ, ଭାରତକୁ ପ୍ରତିନିଧିତ୍ୱ କରିବେ ଏହି ନେତା

February 15, 2026

ନୋଏଡା ସେକ୍ଟର ୧୪୨-ବଟାନିକାଲ୍ ଗାର୍ଡେନ୍ ମଧ୍ୟରେ ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 15, 2026

ମହାଶିବରାତ୍ରୀରେ ବିଜେଡି ଘୋଷଣା କଲା ମହିଳା ବାହିନୀ କର୍ମକର୍ତ୍ତା, ଜାଣନ୍ତୁ କେଉଁ ଜିଲ୍ଲାରୁ କିଏ

February 15, 2026

ମହାଶିବରାତ୍ରିର ଉପଲକ୍ଷେ ବାଲିରେ ସୁଦର୍ଶନ ନିର୍ମାଣ କଲେ ୧୭,୦୦୦ ରୁଦ୍ରାକ୍ଷ ଏବଂ ୫୦୦ କ୍ଷୁଦ୍ର ଶିବ ଲିଙ୍ଗ

February 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.