ଆଜି ଶ୍ରୀମନ୍ଦିର ସନ୍ଧ୍ୟା ୬ ଟାରୁ ରାତି ୯ଟା ପର୍ଯ୍ୟନ୍ତ ରହିବ ବନ୍ଦ

Published: Feb 21, 2024, 5:00 pm IST

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଆଜି ସନ୍ଧ୍ୟା ୬ ଟାରୁ ରାତି ୯ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ। ରାତି ୯ଟା ପରେ ଦର୍ଶନ ସ୍ବାଭାବିକ ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ପରମ୍ପରା ଅନୁଯାୟୀ, ଆଜି ଦ୍ୱିପ୍ରହର ଧୂପ ସରିବାପରେ ଦତ୍ତ ମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଚମକିବ। ଏହା ଏକ ଗୁପ୍ତ ସେବା ହୋଇଥିବାରୁ ସନ୍ଧ୍ୟ। ୬ ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Related posts