Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁରରେ ବଡଧରଣର ଡକାୟତି: ଫାଇନାନ୍ସ କମ୍ପାନୀର କର୍ମଚାରୀଙ୍କ ଠାରୁ ୭ ଲକ୍ଷରୁ ଉର୍ଦ୍ଧ୍ଵ ଲୁଟ୍ ଅଭିଯୋଗ
ଆଜିର ଖବର

ବାଣପୁରରେ ବଡଧରଣର ଡକାୟତି: ଫାଇନାନ୍ସ କମ୍ପାନୀର କର୍ମଚାରୀଙ୍କ ଠାରୁ ୭ ଲକ୍ଷରୁ ଉର୍ଦ୍ଧ୍ଵ ଲୁଟ୍ ଅଭିଯୋଗ

February 22, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଗତକାଲି ରାତିରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଶାଳିଆଡ୍ୟାମ ନିକଟରେ ଏକ ବଡଧରଣର ଡକାୟତି ହୋଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ ଅନ୍ନପୂର୍ଣ୍ଣା ଫାଇନାନ୍ସ କମ୍ପାନୀରେ କାର୍ଯ୍ୟରତ ପାଞ୍ଚ ଜଣ କର୍ମଚାରୀ ଖୋର୍ଦ୍ଧା ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ ଅଞ୍ଚଳର ବିଭିନ୍ନ ଗ୍ରାମରୁ ଦେଇଥିବା ଗ୍ରୁପ ଲୋନ ଟଙ୍କା ସଂଗ୍ରହ କରି ରାତି ୯ ଘଟିକା ସମୟରେ ଫେରୁଥିଲେ। କର୍ମଚାରୀ ମାନଙ୍କ ମଧ୍ୟରେ ଜଣେ ମହିଳା କର୍ମଚାରୀ ଥିବାବେଳେ ସମସ୍ତେ ନିଜ ନିଜ ମୋଟର ସାଇକେଲ ଓ ସ୍କୁଟିରେ ଏକାଠି ହୋଇ ଫେରୁଥିଲେ।

ତେବେ ଫେରିବା ବାଟରେ ଶାଳିଆ ଡ୍ୟାମ ନିକଟରେ ହଠାତ ୧୦ରୁ ୧୨ ଜଣ ଦୁର୍ବୁର୍ତ୍ତ ମୁହଁରେ କଳାକନା ଘୋଡାଇ କର୍ମଚାରୀମାନଙ୍କୁ ରାସ୍ତାରେ ଡାଳ ପକାଇ ଅଟକାଇ ଥିଲେ।  ସେମାନଙ୍କ ମଧ୍ୟରୁ ଦୁଇଜଣ ଦ୍ରୁତ ଗତିରେ ଗାଡି ଚଲାଇ ପଳାଇ ଆସିଥିବା ବେଳେ ଅନ୍ୟମାନେ ସେମାନଙ୍କ ହାବୁଡ଼ରେ ପଡିଯାଇଥିଲେ। ଦୁର୍ବୁର୍ତ୍ତମାନେ ସେମାନଙ୍କୁ ଆକ୍ରମଣ କରି ସେମାନଙ୍କ ପାଖରେ ବ୍ୟାଗରେ ଥିବା କଲେକ୍ସନ ଟଙ୍କା ଓ ସମସ୍ତ କାଗଜପତ୍ର ଛଡାଇ ଗଞ୍ଜାମ ଜିଲ୍ଲାକୁ ଥିବା ରାସ୍ତା ଦେଇ ପଳାଇଥିଲେ।

ତେବେ ତିନିଜଣଙ୍କ ନିକଟରୁ ସମୁଦାୟ ୭,୫୨,୨୫୦ ଟଙ୍କା ଦୁର୍ବୁର୍ତ୍ତ ମାନେ ଛଡାଇ ନେଇଯାଇଥିବାର ମହିଳା କର୍ମଚାରୀ ଦୀପାଞ୍ଜଳି ଛାଟୋଇ ଥାନାରେ ଅଭିଯୋଗ କରିଛନ୍ତି।

ପୋଲିସ ଅଭିଯୋଗ ପାଇ ଘଟଣା ସ୍ଥଳରେ ଛାନଭିନ କରୁଥିବା ବେଳେ ଦୁର୍ବୁର୍ତ୍ତମାନଙ୍କର ପତ୍ତା ମିଳିପାରିନାହିଁ। ତେବେ ଶାଳିଆଡ୍ୟାମ ଅଞ୍ଚଳ ଏକ ଘଞ୍ଚ ଜଙ୍ଗଲ ରାସ୍ତା ହୋଇଥିବା ବେଳେ ଉକ୍ତ ରାସ୍ତାରେ ରାତ୍ରି ସମୟରେ ଲୋକଙ୍କ ଯାତାୟତ ବହୁ କମଥାଏ। ଫାଇନାନ୍ସ କର୍ମଚାରୀ ମାନେ ଲକ୍ଷାଧିକ ଟଙ୍କା ଧରି ବେପରୁଆ ଭାବରେ ରାତିରେ ଉକ୍ତ ରାସ୍ତା ଦେଇ ଫେରିବାକୁ ସାଧାରଣ ଲୋକ ନାପସନ୍ଦ କରିବା ସହ ଉକ୍ତ ଘଟଣା ଉପରେ ସନ୍ଦେହ ପ୍ରକଟ କରିଛନ୍ତି।

ଫାଇନାନ୍ସ କର୍ମଚାରୀ ମାନଙ୍କର ଏହିଭଳି ବେପରୁଆ କାର୍ଯ୍ୟହେତୁ ସାଧାରଣ ଲୋକଙ୍କ ସହ ପୋଲିସ ମଧ୍ୟ ଅଡୁଆ ପରିସ୍ଥିତିରେ ପଡୁଛି। ତେବେ ଏହାର ତଦନ୍ତ ପରେ ପ୍ରକୃତ କଥା ଲୋକଲୋଚନକୁ ଆସିବ ବୋଲି ସାଧାରଣରେ ଆଲୋଚନା ହେଉଛି।

ଅନ୍ନପୂର୍ଣ୍ଣା ଫାଇନାନ୍ସ ଡକାୟତି ବାଣପୁର ଲୁଟ ଅଭିଯୋଗ
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ୱ ଫାର୍ମାସିଷ୍ଟସ ଦିବସ ପରିପ୍ରେକ୍ଷୀରେ ସମ୍ମମ ପକ୍ଷରୁ ‘ଫାର୍ମାଭାନ୍‌ଟେଜ୍ ୨୦୨୬’ ଆୟୋଜିତ

September 26, 2026

ବଢ଼ିଲା ଅଙ୍ଗନବାଡ଼ି କର୍ମୀଙ୍କ ଶାଢ଼ି ଭତ୍ତା, ଶୁଭାରମ୍ଭ ହେଲା “ଦୀପ୍ତି” ପୋର୍ଟାଲ୍

September 26, 2026

କଟକ ରେଳ ଷ୍ଟେସନରେ ପୁନଃବିକାଶ କାର୍ଯ୍ୟର ସମୀକ୍ଷା କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

September 26, 2026

ନିଆଳି ପନିର ଅପମିଶ୍ରଣ ଅଭିଯୋଗ: ବଦଳିଲେ କଟକ ଖାଦ୍ୟ ସୁରକ୍ଷା ଅଧିକାରୀ

September 26, 2026
Latest News

ବିଶ୍ୱ ଫାର୍ମାସିଷ୍ଟସ ଦିବସ ପରିପ୍ରେକ୍ଷୀରେ ସମ୍ମମ ପକ୍ଷରୁ ‘ଫାର୍ମାଭାନ୍‌ଟେଜ୍ ୨୦୨୬’ ଆୟୋଜିତ

September 26, 2026

ବଢ଼ିଲା ଅଙ୍ଗନବାଡ଼ି କର୍ମୀଙ୍କ ଶାଢ଼ି ଭତ୍ତା, ଶୁଭାରମ୍ଭ ହେଲା “ଦୀପ୍ତି” ପୋର୍ଟାଲ୍

September 26, 2026

କଟକ ରେଳ ଷ୍ଟେସନରେ ପୁନଃବିକାଶ କାର୍ଯ୍ୟର ସମୀକ୍ଷା କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

September 26, 2026

ନିଆଳି ପନିର ଅପମିଶ୍ରଣ ଅଭିଯୋଗ: ବଦଳିଲେ କଟକ ଖାଦ୍ୟ ସୁରକ୍ଷା ଅଧିକାରୀ

September 26, 2026

ଇସିଙ୍କ ବୟାନ ପରେ ଚନ୍ଦ୍ରବାବୁ ନାଇଡୁଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ?

September 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.