Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୨୨୬ ଓ ୩୯୯ ବିଦ୍ୟାଳୟକୁ ସପ୍ତମ ବେତନ ପ୍ରଦାନ ନିମନ୍ତେ ରାଜ୍ୟ କ୍ୟାବିନେଟ୍‌ରେ ମଞ୍ଜୁରୀ
ଆଜିର ଖବର

୨୨୬ ଓ ୩୯୯ ବିଦ୍ୟାଳୟକୁ ସପ୍ତମ ବେତନ ପ୍ରଦାନ ନିମନ୍ତେ ରାଜ୍ୟ କ୍ୟାବିନେଟ୍‌ରେ ମଞ୍ଜୁରୀ

February 23, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା)ର ଆହ୍ୱାନରେ ରାଜ୍ୟ ରାଜଧାନୀ ଭୁବନେଶ୍ୱର ସ୍ଥିତ ଲୋୟର ପି.ଏମ୍‌.ଜି. ଗାନ୍ଧିମାର୍ଗରେ ଚାଲିଥିବା ଅହୋରାତ୍ର ଗଣଧାରଣା ଷୋଡ଼ଶ ଦିବସରେ ଉପନୀତ ହୋଇ ପ୍ରତୀକାତ୍ମକ ଭାବରେ ଚାଲୁ ରହିଛି। ସରକାର ଆଜି ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ବସାଇ ସପ୍ତମ ବେତନରୁ ବାଦ୍ ପଡ଼ିଥିବା ୨୨୬ ଓ ୩୯୯ ବିଦ୍ୟାଳୟକୁ ସପ୍ତମ ବେତନ ପ୍ରଦାନ ନିମନ୍ତେ ମଞ୍ଜୁରୀ ପ୍ରଦାନ କରିଛନ୍ତି କିନ୍ତୁ ନ୍ୟାୟୋଚିତ ଭାବେ ଯିଏ ଯେଉଁଦିନଠୁ ପାଇବା କଥା ତାହା ନକରିବା ଅତ୍ୟନ୍ତ ଦୁଃଖ ଓ ପରିତାପର ବିଷୟ। ଏହାର ସଂଶୋଧନ ପାଇଁ ଓଷ୍ଟା ପକ୍ଷରୁ ଦାବୀ କରାଯାଇଛି।

ସୂଚନାଥାଉକି, ୧୬ ଦିନ ଧରି ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନେ ଦାବୀ ହାସଲ ପାଇଁ ଅହୋରାତ୍ର ଧାରଣାରେ ଶାନ୍ତିପୂର୍ଣ୍ଣ ଭାବରେ ବସି ରହିଛନ୍ତି। ଶିକ୍ଷକମାନେ ଶାନ୍ତି ପ୍ରିୟ। ଏମାନଙ୍କର ଦାବୀ ସହିତ ସାଢ଼େ ତିନିହଜାର ଶିକ୍ଷାନୁଷ୍ଠାନର ସୁରକ୍ଷା ଜଡ଼ିତ ଏବଂ ଲକ୍ଷ ଲକ୍ଷ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ମଧ୍ୟ ଏମାନଙ୍କ ଉପରେ ନିର୍ଭରଶୀଳ। ଉକ୍ତ ଦାବିଗୁଡ଼ିକ ମଧ୍ୟରେ ଯୋଗ୍ୟ ବିବେଚିତ ବିଦ୍ୟାଳୟକୁ ଅନୁଦାନ, ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟରୁ ଅବସର ନେଇଥିବା ଓ କାର୍ଯ୍ୟରତ ଶିକ୍ଷକ କର୍ମଚାରୀଙ୍କ ପାଇଁ ପେନସନ୍ ବ୍ୟବସ୍ଥା ଏବଂ ଅବସରକାଳୀନ ସୁବିଧା ପ୍ରଦାନ, ପୂର୍ଣ୍ଣ ଅନୁଦାନପ୍ରାପ୍ତ ବିଦ୍ୟାଳୟକୁ ସରକାରୀ ଘୋଷଣା କରିବା, ୧୧୦ ବାଳିକା ବିଦ୍ୟାଳୟକୁ ପୂର୍ଣ୍ଣ ଅନୁଦାନ, ଦୁଇଟି ପିଅନ ଓ ୩୭, ୪୬, ୬୩ ବିଦ୍ୟାଳୟକୁ ଆଣ୍ଟିଡେସନ, ଚୁକ୍ତିଭିତ୍ତିକ ଶିକ୍ଷକଙ୍କୁ ନିଯୁକ୍ତି ଦିନଠାରୁ ବରିଷ୍ଠତା ପ୍ରଦାନ, ଗ୍ରେଡ଼ପେ ରେ ଥିବା ଅସଙ୍ଗତି ଦୂରୀକରଣ, ୪୮ ବର୍ଷରେ ପଦାର୍ପଣ କରିଥିବା ହିନ୍ଦୀ ସଂସ୍କୃତ ଶିକ୍ଷକମାନଙ୍କ କ୍ଷେତ୍ରରେ କୋର୍ଟର ନିର୍ଦ୍ଦେଶନାମାକୁ କାର୍ଯ୍ୟକାରୀ କରି ଟି.ଜି. ମାନ୍ୟତା ପ୍ରଦାନ, ନୂତନ ପେନସନ୍ ଯୋଜନା ପ୍ରତ୍ୟାହାର କରି ପୁରୁଣା ପେନସନ୍ ଯୋଜନା ଲାଗୁ କରିବା, ଖାଲିପଡ଼ିଥିବା ଶିକ୍ଷକ ପଦବୀ ତୁରନ୍ତ ପୂରଣ କରିବା, ଅବସର ବୟସସୀମା ୬୦ ରୁ ୬୨ ବର୍ଷକୁ ବୃଦ୍ଧି କରିବା ଇତ୍ୟାଦି ଦାବୀ ସାମିଲ ରହିଛି। ଆଜି ସରକାର ଏହି ଦାବିଗୁଡ଼ିକ ମଧ୍ୟରୁ ୨୨୬ ଓ ୩୯୯ ବିଦ୍ୟାଳୟକୁ ସପ୍ତମ ବେଦନ ପ୍ରଦାନ ନିମନ୍ତେ କ୍ୟାବିନେଟ୍ ମଞ୍ଜୁରୀ କରିଛନ୍ତି। କିନ୍ତୁ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ୦୧.୦୧.୨୦୨୪ ରୁ ଏହା ଲାଗୁ ନକରି ଯିଏ ଯେଉଁଦିନଠାରୁ ଶତପ୍ରତିଶତ ଦରମା ପାଉଛନ୍ତି ସେହିଦିନଠାରୁ ସପ୍ତମ ବେତନ କମିଶନ ପ୍ରଦାନ କରାଯାଉ ବୋଲି ଓଷ୍ଟା ପକ୍ଷରୁ ଦାବୀ କରାଯାଇଛି। ସେହିପରି ଅନ୍ୟ ଦାବୀଗୁଡ଼ିକ ପ୍ରତି ସମ୍ବେଦନଶୀଳ ହୋଇ ସମାଧାନ ନିମନ୍ତେ ସଂଗଠନ ପକ୍ଷରୁ ସରକାରଙ୍କୁ ଅନୁରୋଧ କରାଯାଇଛି।

ଜିଲ୍ଲାୱାରୀ ପାଳିରେ ଆଜି ଅନୁଗୋଳ, ନବରଙ୍ଗପୁର, ଭଦ୍ରକ, ବୌଦ୍ଧ, କେନ୍ଦୁଝର, ମାଲକାନଗିରି ଜିଲ୍ଲାଗୁଡ଼ିକ ଅଂଶଗ୍ରହଣ କରିଛନ୍ତି। ଜିଲ୍ଲାମାନଙ୍କ ତରଫରୁ ଭଦ୍ରକ ଜିଲ୍ଲା ସଂପାଦକ ପ୍ରଦୀପ୍ତ କୁମାର ଦାସ, ଅନୁଗୁଳ ଜିଲ୍ଲା ସଂପାଦକ ତ୍ରିଲୋଚନ ଦାସଙ୍କ ସମେତ ଅନ୍ୟାନ୍ୟ ନେତୃବୃନ୍ଦ ପ୍ରମୁଖ ଧାରଣାରେ ଉପସ୍ଥିତ ଥିଲେ। ସରକାର ତୁରନ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀମାନଙ୍କର ଅନ୍ୟାନ୍ୟ ସମସ୍ୟାଗୁଡ଼ିକୁ ତୁରନ୍ତ ସମାଧାନ କରନ୍ତୁ ବୋଲି ଆନ୍ଦୋଳନର ନେତୃତ୍ୱ ନେଉଥିବା ଓଷ୍ଟାର ସର୍ବଶ୍ରୀ ଅକ୍ଷୟ କୁମାର ମିଶ୍ର, ନୀଳମଣି ପୁରୋହିତ, ରଞ୍ଜନ କୁମାର ଦାଶ, ବ୍ରଜକିଶୋର ବିଶ୍ୱାଳ, ଅଶୋକ କୁମାର ମହାପାତ୍ର, ଶଙ୍କର କୁମାର ସୁବୁଦ୍ଧି ପ୍ରମୁଖ ଅନୁରୋଧ ଜଣାଇଛନ୍ତି।

ଓଷ୍ଟା ପେନସନ୍ ରାଜ୍ୟ କ୍ୟାବିନେଟ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026
Latest News

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.