Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡ଼ିରେ ଯୋଗ ଦେଲେ ବିଜେପି ବ୍ଲକ ଅଧ୍ୟକ୍ଷ, ଉପାଧ୍ୟକ୍ଷା ଓ ୧୬ ସମିତି ସଭ୍ୟ, ଜାଣନ୍ତୁ କାରଣ
ଆଜିର ଖବର

ବିଜେଡ଼ିରେ ଯୋଗ ଦେଲେ ବିଜେପି ବ୍ଲକ ଅଧ୍ୟକ୍ଷ, ଉପାଧ୍ୟକ୍ଷା ଓ ୧୬ ସମିତି ସଭ୍ୟ, ଜାଣନ୍ତୁ କାରଣ

February 25, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଜେଡ଼ିରେ ଯୋଗ ଦେଲେ ଭବାନୀପାଟଣା ବ୍ଲକ ଅଧ୍ୟକ୍ଷ, ଉପାଧ୍ୟକ୍ଷା ଓ ୧୬ ସମିତି ସଭ୍ୟ

ଭୁବନେଶ୍ୱର: କଳାହାଣ୍ଡି ଜିଲ୍ଲା ଅର୍ନ୍ତଗତ ଭବାନୀପାଟଣା ବ୍ଲକ ଅଧ୍ୟକ୍ଷ, ଉପାଧ୍ୟକ୍ଷା ଓ ୧୬ ସମିତି ସଭ୍ୟଙ୍କ ସହ ଶତାଧିକ ବିଜେପି କର୍ମୀ ଆଜି ଶଙ୍ଖ ଭବନ ଠାରେ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର, ଧର୍ମଶାଳା ବିଧାୟକ ତଥା କଳାହାଣ୍ଡି ପର୍ଯ୍ୟବେକ୍ଷକ ପ୍ରଣବ ବଳବନ୍ତରାୟ, ପୂର୍ବତନ ବିଧାୟକ ତଥା କଳାହାଣ୍ଡି ଜିଲ୍ଲା ସଭାପତି ପୁଷ୍ପେନ୍ଦ୍ର ସିଂହଦେଓଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ଦଳରେ ସାମିଲ୍‌ ହୋଇଥିବା ସମସ୍ତ ବିଜେପି କର୍ମୀଙ୍କୁ ଶ୍ରୀ ପାତ୍ର, ଶ୍ରୀ ବଳବନ୍ତରାୟ ଓ ଶ୍ରୀ ସିଂହଦେଓ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷ କରି କଳାହାଣ୍ଡି ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀପାତ୍ର, ଶ୍ରୀ ବଳବନ୍ତରାୟ ଓ ଶ୍ରୀ ସିଂହଦେଓ କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍‌ ହୋଇଥିବା ବିଜେପି ନେତାମାନେ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ,ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁ। ଦଳ ଆଗକୁ ଯାହା ଦାୟିତ୍ୱ ଦେବ ତାହାକୁ ସୂଚାରୁ ରୂପେ ତୁଲାଇବୁ। ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ।

ଏହି ମିଶ୍ରଣ ପର୍ବରେ ଭବାନୀପାଟଣା ବ୍ଲକ ଅଧ୍ୟକ୍ଷ ପ୍ରଫୁଲ କୁମାର ସାହୁ, ଉପାଧ୍ୟକ୍ଷା ପୁଷ୍ପାଞ୍ଜଳି ସାହୁ, ସମିତି ସଭ୍ୟ ସନ୍ତୋଷ ଦାଶ, ନଳିନୀ ମାଝୀ, ଗୀତା ସାହୁ, ଦାମ ଧରୁଆ, ତିଳୋତ୍ତମା ଜାଲ, ବଲବୀ ନାୟକ, ବିଦ୍ୟାଧର ହଞ୍ଜା, ସାଧବୀ ମାଝୀ, ଶୁକ୍ରୁ ମାଝୀ, ଜଗମୋହନ ମାଝୀ, ଗୋପାଳ ରଣା, ଟେକରାଜ ସାହୁ, ନୀଳେନ୍ଦ୍ରି ଝଙ୍କାର, ଜନନୀ ବେମଳ, ସୁମନ୍ତ ପାଢ଼ୀ, ଜଗଦୀଶ, ପୁର୍ବତନ ସରପଞ୍ଚ ରବୀନ୍ଦ୍ର ନାଥ ସାହୁ, ମେମ୍ବର ଜଗଦୀଶ ଭୋଇ, ବେଲାସେନ ଜାନୀ, ମନୋଜ ଜାନ, ପରମେଶ୍ୱର ଝଙ୍କାର, ବିଶ୍ୱନାଥ ମାଝୀ, ଘାସୀ ମାଝୀ, ଦୟା ବେମଲ, ଜନନୀ ବେମଲଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ୍‌ ହୋଇ ଥିଲ। ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟ ବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

କଳାହାଣ୍ଡି ବିଜେଡି ମିଶ୍ରଣ ପର୍ବ
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦୁପତ୍ର ତୋଳାଳୀ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, କେରି ପିଛା ୧୦ ପଇସା, ଫାଳ ପିଛା ୨୦ ପଇସା ବୃଦ୍ଧି

July 13, 2026

ଟେକ୍ ମହିନ୍ଦ୍ରା ସହ ସୋଆର ଏମ୍‌ଓୟୁ ସ୍ୱାକ୍ଷର

July 13, 2026

ଆସନ୍ତା ଚାରି ଦିନ ମଧ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା: ସିଇସି

July 13, 2026

ସ୍କୁଲ ପାଠ୍ୟପୁସ୍ତକ ଅନିୟମିତତା ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

July 13, 2026
Latest News

କେନ୍ଦୁପତ୍ର ତୋଳାଳୀ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, କେରି ପିଛା ୧୦ ପଇସା, ଫାଳ ପିଛା ୨୦ ପଇସା ବୃଦ୍ଧି

July 13, 2026

ଟେକ୍ ମହିନ୍ଦ୍ରା ସହ ସୋଆର ଏମ୍‌ଓୟୁ ସ୍ୱାକ୍ଷର

July 13, 2026

ଆସନ୍ତା ଚାରି ଦିନ ମଧ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା: ସିଇସି

July 13, 2026

ସ୍କୁଲ ପାଠ୍ୟପୁସ୍ତକ ଅନିୟମିତତା ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

July 13, 2026

ପ୍ରଶିକ୍ଷକଙ୍କୁ ହଟାଇବା ପରେ ଏହି ପାଞ୍ଚ ଖେଳାଳିଙ୍କୁ ମୁକ୍ତ କରିପାରେ CSK: ଦେଖନ୍ତୁ ତାଲିକା

July 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.