Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁଦର୍ଶନ ସେତୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ: ଦେଶର ସବୁଠାରୁ ଲମ୍ବା କେବୁଲ ଷ୍ଟେଡ୍ ବ୍ରିଜ୍‌
ଆଜିର ଖବର

ସୁଦର୍ଶନ ସେତୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ: ଦେଶର ସବୁଠାରୁ ଲମ୍ବା କେବୁଲ ଷ୍ଟେଡ୍ ବ୍ରିଜ୍‌

February 25, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରାୟ ୯୮୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଓଖା ମୁଖ୍ୟ ଭୂମି ଏବଂ ଭେଟ ଦ୍ୱାରକା ଦ୍ୱୀପକୁ ସଂଯୋଗ କରୁଥିବା ସୁଦର୍ଶନ ସେତୁକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉଦଘାଟନ କରିଛନ୍ତି। ଏହା ପ୍ରାୟ ୨.୩୨ କିଲୋମିଟର ବିଶିଷ୍ଟ ଦେଶର ସବୁଠାରୁ ଲମ୍ବା କେବୁଲ ଷ୍ଟେଡ୍ ବ୍ରିଜ୍‌ ଅଟେ।

ପ୍ରଧାନମନ୍ତ୍ରୀ ଟ୍ବିଟର ରେ ପୋଷ୍ଟ କରିଛନ୍ତି:

ପ୍ରାୟ ୯୮୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଓଖା ମୁଖ୍ୟ ଭୂମି ଓ ଭେଟ ଦ୍ୱାରକା ଦ୍ୱୀପକୁ ସଂଯୋଗ କରୁଥିବା ସୁଦର୍ଶନ ସେତୁ। ଏହା ପ୍ରାୟ ୨.୩୨ କିଲୋମିଟର ବିଶିଷ୍ଟ ଦେଶର ସବୁଠାରୁ ଲମ୍ବା କେବୁଲ ଷ୍ଟେଡ୍ ବ୍ରିଜ୍।

“ଚମତ୍କାର ସୁଦର୍ଶନ ସେତୁ!”

ପୃଷ୍ଠଭୂମି

ସୁଦର୍ଶନ ସେତୁର ଏକ ନିଆରା ଡିଜାଇନ୍ ରହିଛି, ଯେଉଁଥିରେ ଶ୍ରୀମଦ୍ ଭଗବତ ଗୀତାର ଶବ୍ଦ ଏବଂ ଉଭୟ ପାର୍ଶ୍ୱରେ ଭଗବାନ କୃଷ୍ଣଙ୍କ ପ୍ରତିମୂର୍ତ୍ତି ରେ ସଜ୍ଜିତ ଫୁଟପାଥ୍ ରହିଛି। ଏଥିରେ ଫୁଟପାଥର ଉପର ଭାଗରେ ସୌର ପ୍ୟାନେଲ ମଧ୍ୟ ଲଗାଯାଇଛି, ଯାହା ଏକ ମେଗାୱାଟ ବିଦ୍ୟୁତ ଉତ୍ପାଦନ କରିବ। ଏହି ସେତୁ ପରିବହନକୁ ସହଜ କରିବ ଏବଂ ଦ୍ୱାରକା ଏବଂ ଭେଟ-ଦ୍ୱାରକା ମଧ୍ୟରେ ଯାତ୍ରା କରୁଥିବା ଶ୍ରଦ୍ଧାଳୁଙ୍କ ସମୟକୁ ଯଥେଷ୍ଟ ହ୍ରାସ କରିବ। ସେତୁ ନିର୍ମାଣ ପୂର୍ବରୁ ଭେଟ ଦ୍ୱାରକାରେ ପହଞ୍ଚିବା ପାଇଁ ତୀର୍ଥଯାତ୍ରୀମାନଙ୍କୁ ଡଙ୍ଗା ପରିବହନ ଉପରେ ନିର୍ଭର କରିବାକୁ ପଡୁଥିଲା। ଏହି ଆଇକନିକ୍ ବ୍ରିଜ୍ ଦେବଭୂମି ଦ୍ୱାରକାର ଏକ ପ୍ରମୁଖ ପର୍ଯ୍ୟଟନ ଆକର୍ଷଣ ଭାବେ ମଧ୍ୟ କାର୍ଯ୍ୟ କରିବ।

ପ୍ରଧାନମନ୍ତ୍ରୀଙ୍କ ସହ ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ ଏବଂ ସାଂସଦ ସିଆର ପାଟିଲ ଉପସ୍ଥିତ ଥିଲେ।

dwarika narendra modi
Share. Facebook Twitter LinkedIn Email WhatsApp Copy Link

Related Posts

ଅକ୍ଟୋବର ୧୧ ତାରିଖ ରାଶିଫଳ: ଆଜି ତିନୋଟି ରାଶି ପାଇଁ ବେଶ ଆନନ୍ଦଦାୟକ, ଆର୍ଥିକ ଲାଭ ସମ୍ଭାବନା

October 11, 2026

ନଦୀରେ ବୁଡ଼ି ୨ ଭାଇ ମୃତ

October 10, 2026

ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

October 10, 2026

ଦିଲ୍ଲୀରେ CJP ପ୍ରତିବାଦ: ବିପଦରେ ୧୫ ଲକ୍ଷ ବ୍ୟବସାୟୀ, ୨ ହଜାର କୋଟି କ୍ଷତି ଆକଳନ

October 10, 2026
Latest News

ଅକ୍ଟୋବର ୧୧ ତାରିଖ ରାଶିଫଳ: ଆଜି ତିନୋଟି ରାଶି ପାଇଁ ବେଶ ଆନନ୍ଦଦାୟକ, ଆର୍ଥିକ ଲାଭ ସମ୍ଭାବନା

October 11, 2026

ନଦୀରେ ବୁଡ଼ି ୨ ଭାଇ ମୃତ

October 10, 2026

ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

October 10, 2026

ମୃତ୍ୟୁର ମାସକ ପରେ ମାଟି ତଳୁ କଢ଼ା ହେଲା ଶବ

October 10, 2026

ଦିଲ୍ଲୀରେ CJP ପ୍ରତିବାଦ: ବିପଦରେ ୧୫ ଲକ୍ଷ ବ୍ୟବସାୟୀ, ୨ ହଜାର କୋଟି କ୍ଷତି ଆକଳନ

October 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.