Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନେହେରୁ ଯୁବ କେନ୍ଦ୍ର ସଂଗଠନ ପକ୍ଷରୁ ରାଜ୍ୟ ଯୁବ ସଂସଦ ଉତ୍ସବ ଆୟୋଜିତ
ଆଜିର ଖବର

ନେହେରୁ ଯୁବ କେନ୍ଦ୍ର ସଂଗଠନ ପକ୍ଷରୁ ରାଜ୍ୟ ଯୁବ ସଂସଦ ଉତ୍ସବ ଆୟୋଜିତ

February 25, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଭାରତ ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରଣାଳୟ ପକ୍ଷରୁ ଫେବୃୟାରୀ ୨୫, ୨୦୨୪ ଦିନ ରାଜ୍ୟସ୍ତରୀୟ ଯୁବ ସଂସଦ ଉତ୍ସବ ଆଭାସୀ ଜରିଆରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ପୂର୍ବତଟ ରେଳବାଇର ମୁଖ୍ୟ ଯାତ୍ରୀ ପରିବହନ ପରିଚାଳକ ଜ୍ୟୋତି ପ୍ରକାଶ ମିଶ୍ର ଓଡିଶାର ୬୦ଜଣ ପ୍ରତିଯୋଗୀଙ୍କୁ ପ୍ରୋତ୍ସାହନ ଦେଇଥିଲେ। ନେହେରୁ ଯୁବ କେନ୍ଦ୍ର୍ର ସଂଗଠନର ଆଞ୍ଚଳିକ ନିର୍ଦ୍ଦେଶିକା ହନି ସିହ୍ନା, କେନ୍ଦ୍ର ଯୁବବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ପ୍ରତିନିଧିତ୍ୱ କରି ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ।

ଉତ୍ସବରେ ଭୁବନେଶ୍ୱର କିଟ୍ ବିଶ୍ୱବିଦ୍ୟାଳୟ ଏନ୍‌ଏସ୍‌ଏସ୍ ବ୍ୟୁରୋ, କାର୍ଯ୍ୟକ୍ରମ ସଂଯୋଜକ ଡକ୍ଟର ସ୍ମୃତିରଞ୍ଜନ ଦାଶ, ଉତ୍କଳ ବିଶ୍ୱ ବିଦ୍ୟାଳୟ ଓଡିଶା ଭାଷା ଓ ସାହିତ୍ୟ ସ୍ନାତକୋତ୍ତର  ବିଭାଗ ସଂଯୋଜକ ଡକ୍ଟର ରମେଶ ଚନ୍ଦ୍ର ମଲ୍ଲିକ, ଭୁବନେଶ୍ୱର ସ୍ଥିତ ପତ୍ର ସୂଚନା କାର୍ଯ୍ୟାଳୟ ଉପ ନିର୍ଦ୍ଦେଶକ ମନୋଜ କୁମାର ଜାଲି, ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱ ବିଦ୍ୟାଳୟ ହିନ୍ଦି ବିଭାଗ ମୁଖ୍ୟ ଡକ୍ଟର ସ୍ନେହଲତା ଦାସ ଓ ଭୁବବେଶ୍ୱର କମଳା ନେହେରୁ ମହିଳା ମହାବିଦ୍ୟାଳୟ ଗୃହ ବିଜ୍ଞାନ ବିଭାଗ ମୁଖ୍ୟ ମଧୁସ୍ମିତା ଦାସ ବିଚାରକ ମଣ୍ଡଳୀ ଭାବେ ଯୋଗ ଦେଇଥିଲେ।

ଭୁବନେଶ୍ୱର ଏନଏସଏସ୍ ଯୁବ ଅଧିକାରୀ ଅଜିତ କୁମାର, କେନ୍ଦ୍ରୀୟ ଯୋଗାଯୋଗ ବ୍ୟୁରୋ କାର୍ଯ୍ୟକ୍ରମ ଅଧିକାରୀ ମହେନ୍ଦ୍ର ଜେନା ପ୍ରମୁଖ ସମ୍ମାନୀତ ଅତିଥିଭାବେ ଯୋଗ ଦେଇଥିଲ। ଜିଲ୍ଲା ସ୍ତରୀୟ ଯୁବ ସଂସଦ ପକ୍ଷରୁ ଆୟୋଜିତ ଯୁବ ସାଂସଦ ପ୍ରତିଯୋଗିତାରେ ପ୍ରତି ଜିଲ୍ଲାରୁ ପ୍ରଥମ ଓ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ମୋଟ ୬୦ଜଣ ପ୍ରତିଯୋଗୀ ଏଥିରେ ଅଂଶଗ୍ରହଣ କରିଥିଲେ। ପୁରୀ ଜିଲ୍ଲାର କୁମାରୀ ସୁଶ୍ରୀ ସଂଗୀତା ପ୍ରଥମ ସ୍ଥାନ ଅଧିକାର କରିଥିବାବେଳେ, ବରଗଡ ଜିଲ୍ଲାର କୁମାରୀ ଅର୍ଚ୍ଚିତା ମିଶ୍ର ଦ୍ୱିତୀୟ ସ୍ଥାନ ଅଧିକାର କରିଥିଲେ।

ନୂଆପଡା  ଜିଲ୍ଲାର ଅନ୍ୱେଷ ପାଢୀ ତୃତୀୟ ସ୍ଥାନ ‌ଅଧିକାର କରିଥିଲେ। ଏହି ତିନିଜଣ ବିଜେତା ମାର୍ଚ୍ଚ ୪ ଓ ୫, ୨୦୨୪ ଦିନ ନୂଆଦିଲ୍ଲୀ ସଂସଦ ଭବନଠାରେ ଆୟୋଜିତ ହେବାକୁ  ଥିବା ୨୦୨୩-୨୪ ଜାତୀୟ ଯୁବ ସଂସଦ ଉତ୍ସବରେ ଓଡିଶାର ପ୍ରତିନିଧିତ୍ୱ କରିବେ।

କ୍ରୀଡ଼ା ମନ୍ତ୍ରଣାଳୟ ଭାରତ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ସମ୍ପର୍କରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବୟାନ

April 12, 2026

ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘର ୧୦୦ ବର୍ଷ ପୂର୍ତ୍ତି ଅବସରରେ ପ୍ରମୁଖ ଜନ ସଂଗୋଷ୍ଠୀ

April 12, 2026

କରେଣ୍ଟ ଲାଗି ତିନି ଦଣ୍ଡୁଆ ମୃତ

April 12, 2026

କୂଅରୁ ମୃତଦେହ ଉଦ୍ଧାର: ୧୨ଜଣ ଗିରଫ

April 12, 2026
Latest News

ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ସମ୍ପର୍କରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବୟାନ

April 12, 2026

ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘର ୧୦୦ ବର୍ଷ ପୂର୍ତ୍ତି ଅବସରରେ ପ୍ରମୁଖ ଜନ ସଂଗୋଷ୍ଠୀ

April 12, 2026

କରେଣ୍ଟ ଲାଗି ତିନି ଦଣ୍ଡୁଆ ମୃତ

April 12, 2026

କୂଅରୁ ମୃତଦେହ ଉଦ୍ଧାର: ୧୨ଜଣ ଗିରଫ

April 12, 2026

ସମ୍ବଲପୁର ଜିଲ୍ଲା ସାମ୍ବାଦିକ ୟୁନିୟନର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ: ପେନସନ ଓ ସାମାଜିକ ସୁରକ୍ଷା ଦାବୀ

April 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.