Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିର୍ବାଚନ ପାଇଁ ଏବେଠାରୁ ଆରମ୍ଭ ହେବ ଚଢାଉ, ମୁଖ୍ୟ ଶାସନ ସଚିବଙ୍କ ବୈଠକରେ ନିଷ୍ପତି
ଆଜିର ଖବର

ନିର୍ବାଚନ ପାଇଁ ଏବେଠାରୁ ଆରମ୍ଭ ହେବ ଚଢାଉ, ମୁଖ୍ୟ ଶାସନ ସଚିବଙ୍କ ବୈଠକରେ ନିଷ୍ପତି

February 28, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ନିର୍ବାଚନ ପାଇଁ ଏବେଠାରୁ ଆରମ୍ଭ ହେବ ଚଢାଉ, ମୁଖ୍ୟ ଶାସନ ସଚିବଙ୍କ ବୈଠକରେ ନିଷ୍ପତି

ଭୁବନେଶ୍ବର: ଆଗାମୀ ଲୋକସେବା ଏବଂ ବିଧାନସଭା ସାଧାରଣ ନିର୍ବାଚନ ୨୦୨୪ କୁ ଦୃଷ୍ଟିରେ ରଖି ରାଜ୍ୟରେ ଥିବା ବିଭିନ୍ନ ପ୍ରବର୍ତ୍ତନ ସଂସ୍ଥା (ଏନଫୋର୍ସମେଣ୍ଟ ଏଜେନ୍ସି) ମାନଙ୍କ ସହିତ ଏକ ରାଜ୍ୟସ୍ତରୀୟ ସମନ୍ୱୟ ବୈଠକ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି।

ବୈଠକରେ ଆଗାମୀ ନିର୍ବାଚନ ସମୟରେ ଯେପରି ମାଦକ ଦ୍ରବ୍ୟ ସେବନ, ମାଦକ ଦ୍ରବ୍ୟ ଚୋରା ଚାଲାଣ ଏବଂ ବେଆଇନ୍ ଅସ୍ତ୍ରଶସ୍ତ୍ର କାରବାର ଜନିତ କୌଣସି ବିଶୃଙ୍ଖଳା ନ ହୁଏ, ଅପରାଧିକ କାର୍ଯ୍ୟକଳାପ ସୃଷ୍ଟି ନ ହୁଏ, ସେଥିପ୍ରତି ସମ୍ମିଳିତ ପ୍ରୟାସରେ ଆଇନ୍ ଖିଲାପକାରୀଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟ ଶାସନ ସଚିବ ଗୁରୁତ୍ୱାରୋପ କରିଛନ୍ତି।

ପୁଲିସ୍ ବିଭାଗ, ଅବକାରୀବିଭାଗ, ଜଙ୍ଗଲବିଭାଗ, ବାଣିଜ୍ୟକର ବିଭାଗ ଆଦି ସମନ୍ୱୟରେ ଚଢ଼ାଉକୁ ଗୁରୁତ୍ୱ ଦିଆଯିବ। ପୋଲିସ୍ ଦ୍ୱାରା ଆନ୍ତଃ ରାଜ୍ୟସୀମା ଏବଂ ପୋଲିସ୍ ଚେକ୍ ପୋଷ୍ଟଗୁଡିକରେ କଡ଼ା ନଜର ରଖାଯିବ। ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ଓଡିଶା ସୀମାକୁ ଲାଗି ଥିବା ୧୧୮ଟି ପୁଲିସ୍ ଚେକ୍ ପୋଷ୍ଟରେ କଡା ନଜର ରହିବ। ମାଦକ ଦ୍ରବ୍ୟ ଯଥା ମଦ, ଗଞ୍ଜେଇ, ଭାଙ୍ଗ, ମଦ ଆଦି ଚୋରା ଚାଲାଣକୁ କଡାକଡି ଭାବେ ରୋକାଯିବ।

ନିର୍ବାଚନ ପୂର୍ବରୁ ବିଭିନ୍ନ ବର୍ଷରେ ହୋଇଥିବା ମାଦକ ଦ୍ରବ୍ୟ ଚଢ଼ାଉ ସଂପର୍କରେ ପୋଲିସ ବିଭାଗ ତରଫରୁ ତଥ୍ୟ ପ୍ରଦାନ କରାଯାଇଥିଲା। ଏହି ବୈଠକରେ ରାଜ୍ୟ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓ ରଂଜନ କୁମାର ସିଂ, ରାଜସ୍ୱ, ଜଙ୍ଗଲ ଓ ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର ଯୋଗ ଦେଇଥିଲେ।

ସେହିପରି ରାଜ୍ୟ ପୁଲିସ୍ ମହାନିର୍ଦ୍ଦେଶକ ଶ୍ରୀ ଅରୁଣ କୁମାର ଷଢ଼ଙ୍ଗୀ, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଳ କୁମାର ଦେବ, ସୂଚନା ଓ ଲୋକ ସଂପର୍କ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ, ପିସିସିଏଫ୍ ଓ୍ୱାଇଲଡ୍ ଲାଇଫ ଶ୍ରୀ ଶୁଶାନ୍ତ ନନ୍ଦ , ପରିବହନ ବିଭାଗ କମିଶନର ଶ୍ରୀ ଅମିତାଭ ଠାକୁର ଓ ଅବକାରୀ କମିଶନର ପ୍ରମୁଖ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

Election24
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Latest News

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026

ବାରଙ୍ଗରେ ବୁଲିଲା ଖଣ୍ଡା; ୨ଜଣ ଆହତ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.