Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଇରଙ୍ଗପୁରରେ ଅବକାଶ ନିବାସ ଓ କ୍ରୀଡ଼ା ପରିସରର ଶିଳାନ୍ୟାସ କଲେ ରାଷ୍ଟ୍ରପତି
ଆଜିର ଖବର

ରାଇରଙ୍ଗପୁରରେ ଅବକାଶ ନିବାସ ଓ କ୍ରୀଡ଼ା ପରିସରର ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 28, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି (୨୮ ଫେବ୍ରୁଆରୀ ୨୦୨୪) ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରଠାରେ କେନ୍ଦ୍ର ସରକାରଙ୍କ ଅବକାଶ ନିବାସ ଏବଂ କ୍ରୀଡ଼ା କମ୍ପ୍ଲେକ୍ସର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସେ ଆଭାସୀ ମାଧ୍ୟମରେ ବିଭିନ୍ନ ସଡ଼କ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ବଡ଼ସାହିସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟକୁ ଉଦଘାଟନ କରିଛନ୍ତି।

ସଭାକୁ ସମ୍ବୋଧିତ କରି ରାଷ୍ଟ୍ରପତି କହିଛନ୍ତି ଯେ ଭାରତ ସରକାର ଆଦିବାସୀ ଅଞ୍ଚଳର ବିକାଶ ଏବଂ ଆଦିବାସୀ ଭାଇଭଉଣୀଙ୍କ ପ୍ରଗତିକୁ ପ୍ରାଥମିକତା ଦେଉଛନ୍ତି। ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ବିଜୁଳି ଓ ରାସ୍ତା ସମ୍ପ୍ରସାରଣ ଉପରେ ଗୁରୁତ୍ୱ ଦେବା ସହ ଆଦିବାସୀ ପରିବାରକୁ ନଳ ଯୋଗେ ପାଣି ଯୋଗାଇବା ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଛି। ସେ କହିଛନ୍ତି ଯେ, ସିକଲ୍ ସେଲ୍ ରକ୍ତହୀନତା ଦୂର କରିବା ପାଇଁ ଏକ ଜାତୀୟ ମିଶନ ଆରମ୍ଭ କରାଯାଇଛି, ଯେଉଁଥିରେ ଅନେକ ପିଢ଼ି ଧରି ଯେଉଁ ଆଦିବାସୀ ସମ୍ପ୍ରଦାୟ କ୍ଷତିଗ୍ରସ୍ତ ହେଉଥିଲେ ସେମାନେ ଉପକୃତ ହେବେ। ଲୋକଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା ସମ୍ପର୍କରେ ସଚେତନ ହୋଇ ହିତାଧିକାରୀ ହେବାକୁ ସେ ଅନୁରୋଧ କରିଛନ୍ତି। ସେମାନଙ୍କ ଉଦ୍ୟମ ବିନା ବିକାଶ ସମ୍ଭବ ନୁହେଁ ବୋଲି ସେ କହିଛନ୍ତି।

ସମାଜର ବିକାଶ ପାଇଁ ଶିକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ରାଷ୍ଟ୍ରପତି କହିଥିଲେ। ସେଥିପାଇଁ ସରକାର ଆଦିବାସୀ ଛାତ୍ରଛାତ୍ରୀଙ୍କ ଲାଗି ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ଖୋଲିଛନ୍ତି। ଯଦିଓ ସରକାର ସ୍କୁଲ ପ୍ରତିଷ୍ଠା କରୁଛନ୍ତି ତଥାପି ପିଲାଙ୍କୁ ସ୍କୁଲ ପଠାଇବା ଅଭିଭାବକଙ୍କ ଦାୟିତ୍ୱ ବୋଲି ସେ କହିଛନ୍ତି।

ଏକ ସଶକ୍ତ ସମାଜ ପାଇଁ ମହିଳା ସଶକ୍ତିକରଣ ଜରୁରୀ ବୋଲି ରାଷ୍ଟ୍ରପତି କହିଥିଲେ। ସେ ଆହୁରି କହିଥିଲେ, ମହିଳାମାନଙ୍କୁ ଆର୍ଥିକ ଭାବେ ଆତ୍ମନିର୍ଭରଶୀଳ କରିବା ପାଇଁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। କିନ୍ତୁ ସମସ୍ତଙ୍କ ସହଯୋଗ ଓ ଭାଗିଦାରୀରେ ହିଁ ସରକାରୀ ଯୋଜନାର ଶତ ପ୍ରତିଶତ ଲାଭ ହିତାଧିକାରୀଙ୍କ ପାଖରେ ପହଞ୍ଚିପାରିବ।

ଆଜି ଆରମ୍ଭ ହୋଇଥିବା ସଡ଼କ ପ୍ରକଳ୍ପଗୁଡ଼ିକ ସୁରକ୍ଷିତ ଯାତ୍ରା ସୁନିଶ୍ଚିତ କରିବ ବୋଲି ରାଷ୍ଟ୍ରପତି ବିଶ୍ୱାସ ବ୍ୟକ୍ତ କରିଥିଲେ। କ୍ରୀଡ଼ା ପରିସର ନିର୍ମାଣ ହେଲେ ଯୁବପିଢ଼ିଙ୍କୁ ଉନ୍ନତ କ୍ରୀଡ଼ା ସୁଯୋଗ ମିଳିବ। ଅବକାଶ ନିବାସ ନିର୍ମାଣ ପରେ ରାଇରଙ୍ଗପୁର ଆସିବା ପାଇଁ ଲୋକଙ୍କୁ ପ୍ରୋତ୍ସାହିତ କରାଯିବ ବୋଲି ସେ କହିଛନ୍ତି। ଏହା ଦ୍ୱାରା ସ୍ଥାନୀୟ ଲୋକଙ୍କୁ ରୋଜଗାର ମଧ୍ୟ ମିଳିବ।

ଦ୍ରୌପଦୀ ମୁର୍ମୁ ରାଇରଙ୍ଗପୁର
Share. Facebook Twitter LinkedIn Email WhatsApp Copy Link

Related Posts

NDAର ଅଂଶ ହେବ ଶରଦ ପାୱାରଙ୍କ ଦଳ?: ଫର୍ମୁଲା ଚୂଡ଼ାନ୍ତ 

July 17, 2026

ଅଟକି ଅଟକି ପରିସ୍ରା ହେଉଛି କି?: ଶୀଘ୍ର ନିଅନ୍ତୁ ଡାକ୍ତରଙ୍କ ପରାମର୍ଶ

July 17, 2026

ଧନିଆ ଚାଷ କଲେ ୨୦ ହଜାର ଟଙ୍କା ଦେବେ ସରକାର: ଜାଣନ୍ତୁ ଲାଭ

July 17, 2026

ତୃତୀୟ ଦିନିକିଆ ପରେ ଅବସର ନେବେ ରୋହିତ ଶର୍ମା?: ଜାଣନ୍ତୁ ବିସିସିଆଇର ଯୋଜନା

July 17, 2026
Latest News

NDAର ଅଂଶ ହେବ ଶରଦ ପାୱାରଙ୍କ ଦଳ?: ଫର୍ମୁଲା ଚୂଡ଼ାନ୍ତ 

July 17, 2026

ସୋନମ ୱାଙ୍ଗଚୁକଙ୍କୁ କଂଗ୍ରେସର ସମର୍ଥନ: ଜନ୍ତର ମନ୍ତରରେ ପହଞ୍ଚିଲେ ପବନ ଖେଡ଼ା

July 17, 2026

ଅଟକି ଅଟକି ପରିସ୍ରା ହେଉଛି କି?: ଶୀଘ୍ର ନିଅନ୍ତୁ ଡାକ୍ତରଙ୍କ ପରାମର୍ଶ

July 17, 2026

ଧନିଆ ଚାଷ କଲେ ୨୦ ହଜାର ଟଙ୍କା ଦେବେ ସରକାର: ଜାଣନ୍ତୁ ଲାଭ

July 17, 2026

ସବୁଜ ରେଳ ପରିବହନର ନୂଆ ଅଧ୍ୟାୟ: ଧୂଆଁମୁକ୍ତ ହାଇଡ୍ରୋଜେନ୍ ଶକ୍ତିରେ ଚାଲିବ ନୂଆ ଟ୍ରେନ୍

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.