Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସରକାର ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀଙ୍କ ସମସ୍ୟା ସମାଧାନର ପନ୍ଥା ତୁରନ୍ତ ନିର୍ଦ୍ଧାରଣ କରନ୍ତୁ: ଓଷ୍ଟା
ଆଜିର ଖବର

ସରକାର ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀଙ୍କ ସମସ୍ୟା ସମାଧାନର ପନ୍ଥା ତୁରନ୍ତ ନିର୍ଦ୍ଧାରଣ କରନ୍ତୁ: ଓଷ୍ଟା

March 1, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ର ଆହ୍ୱାନରେ ରାଜ୍ୟ ରାଜଧାନୀ ଭୁବନେଶ୍ୱର ସ୍ଥିତ ଲୋୟର୍ ପି.ଏମ୍‌.ଜି. ଗାନ୍ଧିମାର୍ଗରେ ଚାଲିଥିବା ଅହୋରାତ୍ର ଗଣଧାରଣା ୨୩ ଦିନରେ ପହଞ୍ଚିଛି। ଶହ ଶହ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ ରାଜରାସ୍ତାରେ ଅହୋରାତ୍ର ଗଣଧାରଣାରେ ବସିଛନ୍ତି। ଅଥଚ ସରକାର ସମସ୍ୟା ସମାଧାନର ନାଆଁ ଧରୁ ନାହାନ୍ତି। ଓଷ୍ଟାର ସାଧାରଣ ସଂପାଦକ ରଞ୍ଜନ କୁମାର ଦାଶ କହିଛନ୍ତି ଦୀର୍ଘ ୨୩ ଦିନ ଧରି ଅହୋରାତ୍ର ଧାରଣା ଚାଲୁ ରହିଥିଲେ ସୁଦ୍ଧା ସମସ୍ୟା ସମାଧାନ ଦିଗରେ ସରକାର ଆଦୌ କର୍ଣ୍ଣପାତ କରୁ ନାହାଁନ୍ତି। ଶ୍ରେଣୀଗୃହ ଛାଡ଼ି ବାରମ୍ବାର ରାଜରାସ୍ତାକୁ ଆସିବାକୁ କେବେ ଶିକ୍ଷକ ଚାହୁଁ ନାହାଁନ୍ତି ବରଂ ରାଜ୍ୟ ସରକାର ଶିକ୍ଷକମାନଙ୍କୁ ରାଜରାସ୍ତାକୁ ଆସିବାକୁ ବାଧ୍ୟ କରୁଛନ୍ତି ବୋଲି ଶ୍ରୀ ଦାଶ ଅଭିଯୋଗ କରିଛନ୍ତି।

ସୂଚନାଥାଉକି, ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀମାନେ ସେମାନଙ୍କ ନ୍ୟାୟୋଚିତ ଦାବୀ ହାସଲ ପାଇଁ ଦୀର୍ଘ ଦିନଧରି ଅହୋରାତ୍ର ଗଣଧାରଣାରେ ବସି ରହିଛନ୍ତି। ସେମାନଙ୍କର ଦାବୀ ଯୁକ୍ତିଯୁକ୍ତ ହୋଇଥିଲେ ମଧ୍ୟ ସମସ୍ୟା ସମାଧାନ ଦିଗରେ ସରକାର ଅନ୍ତରାୟ ସୃଷ୍ଟି କରୁଛନ୍ତି ବୋଲି ଓଷ୍ଟା ପକ୍ଷରୁ କୁହାଯାଇଛି। ଓଷ୍ଟାର ପ୍ରମୁଖ ଦାବୀ ମଧ୍ୟରେ ଯୋଗ୍ୟ ବିବେଚିତ ବିଦ୍ୟାଳୟଗୁଡ଼ିକରେ ପଚିଶରୁ ତିରିଶ ବର୍ଷଧରି ନିଜ ଜୀବନକୁ ବିପନ୍ନ କରି ଅନେକ ଛାତ୍ରଛାତ୍ରୀଙ୍କୁ ବିଭିନ୍ନ ବିଭାଗରେ ଅଧିଷ୍ଠିତ କରାଇଥିବା ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଅଦ୍ୟାବଧି ଟଙ୍କାଟିଏ ଅନୁଦାନ ନପାଇ ଶୂନ୍ୟ ହସ୍ତରେ କାର୍ଯ୍ୟ କରିବା ଅତ୍ୟନ୍ତ ଦୁଃଖ ଓ ପରିତାପର ବିଷୟ। ସେହି ବର୍ଗର ଅନେକ ଶିକ୍ଷକ ଓ ଶିକ୍ଷୟିତ୍ରୀ ଅନୁଦାନ ପରିସର ଭୁକ୍ତ ନହୋଇ ଅବସର ନେଉଛନ୍ତି ଓ ମୃତ୍ୟୁବରଣ କରୁଛନ୍ତି। ତେଣୁ ସେହି ବିଦ୍ୟାଳୟଗୁଡ଼ିକୁ ତୁରନ୍ତ ଅନୁଦାନ ପ୍ରଦାନ କରାଯାଉ। ରାଧାରାଣୀ ସାମଲଙ୍କ ସୁପ୍ରିମ୍‌କୋର୍ଟର ରାୟ ଅନୁସାରେ ସରକାର ୪୮ ବର୍ଷରେ ପଦାପର୍ଣ କରିଥିବା ୧୫୫ ଜଣ ହିନ୍ଦୀ ଓ ସଂସ୍କୃତ ଶିକ୍ଷକଙ୍କୁ ଟି.ଜି. ସ୍କେଲ ପ୍ରଦାନ କରିଛନ୍ତି କିନ୍ତୁ ୭୦୦ରୁ ଊର୍ଦ୍ଧ୍ୱ ଶିକ୍ଷକମାନଙ୍କର ଉଚ୍ଚ ନ୍ୟାୟାଳୟର ନିର୍ଦ୍ଦେଶ ଥାଇ ମଧ୍ୟ ଟି.ଜି. ସ୍କେଲର ମାନ୍ୟତା ନମିଳିବା ଅତ୍ୟନ୍ତ ଦୁଃଖର ବିଷୟ। ସରକାର ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶନାମାକୁ କାର୍ଯ୍ୟକାରୀ କରୁ ନାହାନ୍ତି।

ସେହିପରି ଭାବରେ ୩୦ବର୍ଷରୁ ଊର୍ଦ୍ଧ୍ୱ କାଳ ଚାକିରି କରିଥିବା ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ ଅବସର ପରେ ପେନ୍‌ସନ୍ ଓ ଅବସରକାଳୀନ ସୁବିଧାରୁ ବଞ୍ôଚତ ହେଉଛନ୍ତି। ତେଣୁ ଉଚ୍ଚ ନ୍ୟାୟାଳୟର ନିର୍ଦ୍ଦେଶାନାମାକୁ କାର୍ଯ୍ୟକାରୀ କରି ଅବସର ନେଉଥିବା ଓ ନେବାକୁ ଥିବା ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀଙ୍କ ପାଇଁ ୧୯୮୧ ପେନ୍‌ସନ୍ ନିୟମ ଅନୁସାରେ ପେନ୍‌ସନ୍ ଓ ସମସ୍ତ ସୁବିଧା ଲାଗୁ କରିବା ପାଇଁ ଦାବୀ କରାଯାଇଛି। ନୂତନ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡ଼ିକରେ ଖାଲି ପଡ଼ିଥିବା ପଦବୀ ଗୁଡ଼ିକୁ ତୁରନ୍ତ ପୂରଣ କରାଯାଉ ନଚେତ ୫ଞରେ ଅନ୍ତର୍ଭୁକ୍ତ ହୋଇଥିବା ବିଦ୍ୟାଳୟଗୁଡ଼ିକ ଆଉ କିଛି ବର୍ଷପରେ ଭାଙ୍ଗିଯିବ। ସେହିପରି ସରକାରୀ ବିଦ୍ୟାଳୟରେ ପ୍ରାୟ ୧୬୦୦ରୁ ଊର୍ଦ୍ଧ୍ୱ ଖାଲି ପଡ଼ିଥିବା ପ୍ରଧାନ ଶିକ୍ଷକ ପଦବୀ ପୂରଣ କରିବା, ସମସ୍ତ ନୂତନ ଅନୁଦାନପ୍ରାପ୍ତ ଓ ପୂର୍ଣ୍ଣ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକର ସରକାରୀକରଣ କରିବା, ୨୮୦୦ ଗ୍ରେଡ଼୍ ପେ ରେ ଥିବା ଅସଙ୍ଗତିକୁ ତୁରନ୍ତ ଦୂର କରିବା, ୨୦୦୪ରୁ ୨୦୧୩ ଭିତରେ ନିଯୁକ୍ତି ପାଇଥିବା ଚୁକ୍ତିଭିତ୍ତିକ ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କୁ ୬ଟି ନୋସ୍‌ନାଲ ଇନ୍‌କ୍ରିମେଣ୍ଟ ଦେଇ ବରିଷ୍ଠତା ପ୍ରଦାନ କରିବା, ବି.ଏ.ବି.ପି.ଏଡ଼, ବି.ଏ.ସି.ପି.ଏଡ଼ ଯୋଗ୍ୟତାଧାରୀ ଖେଳ ଶିକ୍ଷକମାନଙ୍କୁ ପଦୋନ୍ନତି ଦେବା, ବର୍ତ୍ତମାନ ନୂତନ ଅନୁଦାନ ପାଉଥିବା ବିଦ୍ୟାଳୟରେ କାର୍ଯ୍ୟରତ ୨ୟ ଓ ୩ୟ ପିଅନ ଏବଂ ୩୭, ୪୬, ୬୩ ବିଦ୍ୟାଳୟଙ୍କୁ ୦୧.୦୪.୨୦୦୮ ପରିବର୍ତ୍ତେ ୦୧.୦୧.୨୦୦୪ରୁ ଆଣ୍ଟିଡ଼େସନ୍ ପ୍ରଦାନ କରିବା, ଆର୍‌.ଏ. ସ୍କିମ୍‌ର ପୁନଃପ୍ରଚଳନ କରିବା, ସେହିଭଳି ଅଫିସ୍ ସହାୟକମାନଙ୍କୁ ମଧ୍ୟ ଉଚ୍ଚତର ଗ୍ରେଡ଼ପେ ପ୍ରଦାନ କରିବା, ଅବସର ବୟସସୀମା ୬୦ ବର୍ଷରୁ ୬୨ ବର୍ଷକୁ ବୃଦ୍ଧି କରିବା, ଊର୍ଦ୍ଦୁ ଶିକ୍ଷକମାନଙ୍କୁ ଅନୁଦାନ ପ୍ରଦାନ କରିବା ଇତ୍ୟାଦି।

ଜିଲ୍ଲାୱାରୀ ପାଳିରେ ଆଜି କଟକ, ବାଲେଶ୍ୱର, ବଲାଙ୍ଗିର, ବରଗଡ଼, ସୁବର୍ଣ୍ଣପୁର, ଦେଓଗଡ଼ ଜିଲ୍ଲାଗୁଡ଼ିକ ଅଂଶଗ୍ରହଣ କରିଛନ୍ତି। ଜିଲ୍ଲାମାନଙ୍କ ତରଫରୁ ସର୍ବଶ୍ରୀ ସୁଧୀର କୁମାର ନାୟକ, ରମାକାନ୍ତ ମହାପାତ୍ର, ଆଶୁତୋଷ ପ୍ରସାଦ ରଥ, ସଞ୍ଜୟ କୁମାର ସିଂ, ଜଗବନ୍ଧୁ ପଣ୍ଡା, ନିରଞ୍ଜନ ଦାସ, ମଧୁସୂଦନ ଦେ, ରଞ୍ଜନ କୁମାର ବ୍ରହ୍ମା ପ୍ରମୁଖ ଧାରଣାରେ ଉପସ୍ଥିତ ରହି ଶିକ୍ଷକ କର୍ମଚାରୀମାନଙ୍କୁ ଉଦ୍‌ବୋଧନ ଦେଇଥିଲେ। ସରକାର ତୁରନ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀମାନଙ୍କର ସମସ୍ୟା ସମାଧାନ ସମ୍ପର୍କରେ ପଦକ୍ଷେପ ଗ୍ରହଣ କରନ୍ତୁ ବୋଲି ଆନ୍ଦୋଳନର ନେତୃତ୍ୱ ନେଉଥିବା ଓଷ୍ଟାର ସଭାପତି ଅକ୍ଷୟ କୁମାର ମିଶ୍ର, କାର୍ଯ୍ୟକାରୀ ସଭାପତି ନୀଳମଣି ପୁରୋହିତ, ସାଧାରଣ ସଂପାଦକ ରଞ୍ଜନ କୁମାର ଦାଶ, ଯୁଗ୍ମ ସାଧାରଣ ସଂପାଦକ ବ୍ରଜକିଶୋର ବିଶ୍ୱାଳ, କୋଷାଧ୍ୟକ୍ଷ ଅଶୋକ କୁମାର ମହାପାତ୍ର, ଶିକ୍ଷାପ୍ରଦୀପ ସଂପାଦକ ଶଙ୍କର କୁମାର ସୁବୁଦ୍ଧି ପ୍ରମୁଖ ସରକାରଙ୍କ ନିକଟରେ ଦୃଢ଼ ଦାବୀ ଉପସ୍ଥାପନ କରିଛନ୍ତି।

bhubaneswar gandhi marg lower pmg OSSTA ଅହୋରାତ୍ର ଗଣଧାରଣା
Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026
Latest News

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.