Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କିଟ୍‌ ଓ କିସ୍‌ ବିଶ୍ୱବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ. ମିଶ୍ର
ଆଜିର ଖବର

କିଟ୍‌ ଓ କିସ୍‌ ବିଶ୍ୱବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ. ମିଶ୍ର

March 1, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ ମିଶ୍ର ଆଜି ଭୁବନେଶ୍ୱରସ୍ଥିତ କିଟ୍‌ ଓ କିସ୍‌ ବିଶ୍ୱବିଦ୍ୟାଳୟ ଗସ୍ତ କରି ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେଇଛନ୍ତି। ଏଥିସହିତ ଡକ୍ଟର ମିଶ୍ର ଭୁବନେଶ୍ୱର ଠାରେ ସିଏସଆଇଆର- ଖଣିଜ ଏବଂ ବସ୍ତୁ ବିଜ୍ଞାନ ପ୍ରତିଷ୍ଠାନର କାର୍ଯ୍ୟଧାରା ସମୀକ୍ଷା କରିବା ସହିତ ଖଣିଜ ସମୃଦ୍ଧ ଓଡ଼ିଶାରେ ଗବେଷଣା ଓ ବିକାଶ କାର୍ଯ୍ୟକୁ ଅଧିକ ବିସ୍ତାରିତ କରିବା ଲାଗି ପରାମର୍ଶ ଦେଇଛନ୍ତି।

ଡକ୍ଟର ମିଶ୍ର ଆଜି କିଟ୍‌ ବିଶ୍ୱବିଦ୍ୟାଳୟ ଠାରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ଦେଶର ଶିକ୍ଷା ପରିଦୃଶ୍ୟରେ କିଟ୍‌ ଓ କିସ୍‌ର ଭୂମିକାକୁ ଉଚ୍ଚପ୍ରଶଂସା କରିଥିଲେ। ବିଶେଷ କରି କିସ୍‌ ଅନୁଷ୍ଠାନ ଶିକ୍ଷାଦାନ ମାଧ୍ୟମରେ ଓଡ଼ିଶାର ଜନଜାତି ଗୋଷ୍ଠୀଙ୍କୁ ସଶକ୍ତ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଛି ବୋଲି ସେ କହିଥିଲେ।

କିଟ୍‌ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ଡକ୍ଟର ମିଶ୍ର କହିଥିଲେ, ପ୍ରଧାନମନ୍ତ୍ରୀ ୨୦୪୭ ମସିହା ସୁଦ୍ଧା ଭାରତ ପାଇଁ ଏକ ବିରାଟ ପରିକଳ୍ପନା କରିଛନ୍ତି। ଭାରତକୁ ଏକ ବିକଶିତ ରାଷ୍ଟ୍ରର ମାନ୍ୟତା ହାସଲ କରିବାକୁ ପଡ଼ିବ। ଉଭୟ ପ୍ରକୃତି ଏବଂ ସଂସ୍କୃତି ପ୍ରତି ସଚେତନ ହୋଇ ଏହି ଲକ୍ଷ୍ୟ ହାସଲ କରିବାକୁ ହେବ। ଏଥିରେ ପ୍ରଯୁକ୍ତିବିଦ୍ୟାର ଆହରଣ ଓ ପ୍ରୟୋଗକୁ ପ୍ରାଥମିକତା ଦିଆଯିବ। ସେହିଭଳି ବିଜ୍ଞାନ ଓ ପ୍ରଯୁକ୍ତିକ୍ଷେତ୍ରରେ ଭାରତ ନେତୃତ୍ୱ ଗ୍ରହଣ କରିବ ଏବଂ ସବୁ କ୍ଷେତ୍ରରେ ଆତ୍ମନିର୍ଭର ହେବ ବୋଲି ସେ କହିଥିଲେ।

ଡକ୍ଟର ମିଶ୍ର ଆହୁରି କହିଥିଲେ, ବିକଶିତ ଭାରତ ପରିକଳ୍ପନା ଓ ସଂକଳ୍ପ ଯାତ୍ରାରେ ମହିଳାଙ୍କ ନେତୃତ୍ୱକୁ ସର୍ବାଧିକ ପ୍ରାଥମିକତା ଦିଆଯିବ । ଅର୍ଥବ୍ୟବସ୍ଥାକୁ ଆହୁରି ସମାବେଶୀ ଏବଂ ନବସୃଜନଧର୍ମୀ କରାଯିବ। ଦୁର୍ନୀତି, ଜାତିବାଦ ଓ ସାମ୍ପ୍ରଦାୟିକତାର ଜାତୀୟ ଜୀବନରେ କୌଣସି ସ୍ଥାନ ନାହିଁ। ଦେଶର ବିକାଶ ସହିତ ଯୁବଶକ୍ତିଙ୍କ ବିକାଶ ସମାନ ଭାବରେ ଜଡ଼ିତ ରହିଛି, ତେଣୁ ଯଦି ଉଭୟଙ୍କ ମଧ୍ୟରେ ଉପଯୁକ୍ତ ସମନ୍ୱୟ ରକ୍ଷା କରାଯିବ, ତାହେଲେ ଅବିଶ୍ୱସନୀୟ ସଫଳତା ହାସଲ କରିହେବ ବୋଲି ସେ କହିଥିଲେ।

ଜାତୀୟ ଶିକ୍ଷା ନୀତି ୨୦୨୦ରେ ଭାରତ ପାଇଁ ଏଭଳି ଏକ ଶିକ୍ଷା ବ୍ୟବସ୍ଥାର ପରିକଳ୍ପନା କରାଯାଇଛି ଯାହା ୨୦୪୦ ମସିହା ସୁଦ୍ଧା ବିଶ୍ୱରେ ଅଦ୍ୱିତୀୟ ହେବ ଏବଂ ସାମାଜିକ ଓ ଆର୍ଥିକ ପୃଷ୍ଠଭୂମି ନିର୍ବିଶେଷରେ ପ୍ରତ୍ୟେକ ଶିକ୍ଷାର୍ଥୀଙ୍କ ପାଇଁ ଗୁଣାତ୍ମକ ଉଚ୍ଚଶିକ୍ଷା ଗ୍ରହଣ ନିମନ୍ତେ ସମାନ ସୁଯୋଗ ଉପଲବ୍ଧ ହୋଇପାରିବ ବୋଲି ଡକ୍ଟର ମିଶ୍ର କହିଥିଲେ।

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ କହିଥିଲେ, ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ୫୦ ହଜାର କୋଟି ଟଙ୍କା ବ୍ୟୟବରାଦ ସହିତ ଅନୁସନ୍ଧାନ ଜାତୀୟ ଗବେଷଣା ଫାଉଣ୍ଡେସନ ପ୍ରବର୍ତ୍ତନ କରାଯାଇଛି। ଚଳିତ ବର୍ଷ ଅନ୍ତରୀଣ ବଜେଟରେ, ଏକ ଲକ୍ଷ କୋଟି ଟଙ୍କାର ଏକ କର୍ପସ ପାଣ୍ଠି ଗଠନ କରିବା ନିମନ୍ତେ ବ୍ୟବସ୍ଥା କରାଯାଇଛି, ଯାହାକି ପ୍ରଯୁକ୍ତିବିଦ୍ୟାରେ ପାରଙ୍ଗମ ଯୁବଗୋଷ୍ଠୀଙ୍କୁ ଗବେଷଣା ଓ ନବସୃଜନ ବିକାଶ ନିମନ୍ତେ ବିଶେଷ ସହାୟକ ହେବ।

ଡକ୍ଟର ମିଶ୍ର କଳିଙ୍ଗ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ସୋସିଆଲ ସାଇନ୍ସେସ୍‌ (କିସ୍‌) ଠାରେ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେଇଥିଲେ। ସେ କହିଥିଲେ, ସମାଜର ସବୁ କ୍ଷେତ୍ରରେ ମହିଳାଙ୍କ ଭାଗିଦାରୀକୁ ନେଇ ଭାରତ ବହୁତ ଆଗକୁ ଆସିଛି। ପ୍ରଧାନମନ୍ତ୍ରୀଙ୍କ ‘ବିକଶିତ ଭାରତ ୨୦୪୭ ଭିଜନ’ରେ ଅନ୍ୟତମ ପ୍ରମୁଖ ସ୍ତମ୍ଭ ହେଉଛି ‘ମହିଳାଙ୍କ ନେତୃତ୍ୱାଧୀନ ବିକାଶ’। ଅଧିକରୁ ଅଧିକ ଝିଅ ଷ୍ଟେମ୍ (ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ଇଞ୍ଜିନିୟରିଂ ଏବଂ ଗଣିତ) ପାଠ୍ୟକ୍ରମରେ ନାମ ଲେଖାଇ ଅତ୍ୟନ୍ତ ଭଲ ପ୍ରଦର୍ଶନ କରୁଛନ୍ତି। ସେ ଛାତ୍ରଛାତ୍ରୀଙ୍କୁ ମହତ୍ୱାକାଂକ୍ଷୀ ଲକ୍ଷ୍ୟ ନିର୍ଦ୍ଧାରଣ କରିବା ଏବଂ ଏହାକୁ ହାସଲ କରିବା ନିମନ୍ତେ ନିରନ୍ତର ପ୍ରୟାସ କରିବା ପାଇଁ ଆହ୍ୱାନ କରିଥିଲେ। ନିଜ ପ୍ରତିଭା, ପରିଶ୍ରମ ଓ ନିଷ୍ଠା ବଳରେ ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବା ପାଇଁ ଡକ୍ଟର ମିଶ୍ର ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ।

ଡକ୍ଟର ମିଶ୍ର ଆଜି ସିଏସଆଇଆର- ଖଣିଜ ଏବଂ ବସ୍ତୁ ବିଜ୍ଞାନ ପ୍ରତିଷ୍ଠାନ ପରିଦର୍ଶନ କରିଥିଲେ। ସେ ପ୍ରତିଷ୍ଠାନର ପ୍ରୟୋଗଶାଳା ବୁଲି ଦେଖିବା ସହିତ ସେଠାକାର କାର୍ଯ୍ୟଧାରା ସମୀକ୍ଷା କରିଥିଲେ । ଖଣିଜ ଓ ବସ୍ତୁ ବିଜ୍ଞାନ ପ୍ରତିଷ୍ଠାନରେ ଜାରି ରହିଥିବା ଗବେଷଣା କାର୍ଯ୍ୟ ଅନୁଧ୍ୟାନ କରି ଡକ୍ଟର ମିଶ୍ର କହିଥିଲେ, ଓଡ଼ିଶା ଏକ ଖଣିଜ ସମ୍ପଦ ପରିପୂର୍ଣ୍ଣ ରାଜ୍ୟ। ଉଚ୍ଚକୋଟ୍ଟୀର ଗବେଷଣା ଜରିଆରେ ଖଣିଜ କ୍ଷେତ୍ରର ବିକାଶ ଓ ବିସ୍ତାର ଜରିଆରେ ଓଡ଼ିଶା ଏବଂ ସାମଗ୍ରିକ ଭାବେ ଦେଶର ପ୍ରଗତିରେ ଯୋଗଦାନ କରିବା ଲାଗି ସେ ପ୍ରତିଷ୍ଠାନର ବୈଜ୍ଞାନିକ ଓ ଗବେଷକମାନଙ୍କୁ ପରାମର୍ଶ ଦେଇଥିଲେ।

ଡକ୍ଟର ମିଶ୍ର ଆଜି ପୁରୀ ଗସ୍ତ କରି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିବା ସହିତ ପୁନର୍ବିକାଶ ପ୍ରକଳ୍ପ ଅନୁଧ୍ୟାନ କରିଥିଲେ।

bhubaneswar kiit kiss
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟଗୁଡ଼ିକ ସହ ଖରିଫ୍ ପ୍ରସ୍ତୁତି ସମୀକ୍ଷା କଲେ ଶିବରାଜ ସିଂହ ଚୌହାନ  

June 24, 2026

ବ୍ରିକ୍ସ ଦେଶଗୁଡ଼ିକର ଜାତୀୟ ସୁରକ୍ଷା ପରାମର୍ଶଦାତାମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

June 24, 2026

୨୦୨୪ ବ୍ୟାଚ୍ ଆଇଏଏସ୍ ଅଧିକାରୀ ପ୍ରଶିକ୍ଷାର୍ଥୀଙ୍କ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

June 24, 2026

ନାଫେଡର ଇ-ନିଲାମ ପୋର୍ଟାଲ NAFEX.in ର ଶୁଭାରମ୍ଭ କଲେ ଅମିତ ଶାହ

June 24, 2026
Latest News

ରାଜ୍ୟଗୁଡ଼ିକ ସହ ଖରିଫ୍ ପ୍ରସ୍ତୁତି ସମୀକ୍ଷା କଲେ ଶିବରାଜ ସିଂହ ଚୌହାନ  

June 24, 2026

ବ୍ରିକ୍ସ ଦେଶଗୁଡ଼ିକର ଜାତୀୟ ସୁରକ୍ଷା ପରାମର୍ଶଦାତାମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

June 24, 2026

୨୦୨୪ ବ୍ୟାଚ୍ ଆଇଏଏସ୍ ଅଧିକାରୀ ପ୍ରଶିକ୍ଷାର୍ଥୀଙ୍କ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

June 24, 2026

ନାଫେଡର ଇ-ନିଲାମ ପୋର୍ଟାଲ NAFEX.in ର ଶୁଭାରମ୍ଭ କଲେ ଅମିତ ଶାହ

June 24, 2026

ବିଭିନ୍ନ ପ୍ରକଳ୍ପଗୁଡ଼ିକ ଉପରେ ବିଦ୍ୟୁତ ଜନିତ ସମସ୍ୟାକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

June 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.